Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଗ୍ଧ ଶୀତଳୀକରଣ କେନ୍ଦ୍ର ସହିତ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ
ଆଜିର ଖବର

ଦୁଗ୍ଧ ଶୀତଳୀକରଣ କେନ୍ଦ୍ର ସହିତ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ

November 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେବଗଡର ଧୋବଲିପଥରଠାରେ ଦୁଗ୍ଧ ଶୀତଳୀକରଣ କେନ୍ଦ୍ର ସହିତ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି, ବିକଶିତ ଦେବଗଡ ସ୍ବପ୍ନ ସାକାର କରିବା ଦିଗରେ ଏହା ଏକ ବଳିଷ୍ଠ ପଦକ୍ଷେପ। କୃଷି ପ୍ରଧାନ ଜିଲ୍ଲା ଦେବଗଡରେ ଦୁଗ୍ଧ ଚାଷ, ମତ୍ସ୍ୟ ଚାଷ ଏବଂ ପଶୁପାଳନର ଅନେକ ସମ୍ଭାବନା ରହିଛି।

ଆଗାମୀ ଦିନରେ ସମ୍ବଲପୁର ଗୋଶାଳାସ୍ଥିତ ଓମଫେଡ ପ୍ଲାଣ୍ଟର ସମ୍ପ୍ରସାରଣ କରାଯିବ। ଏହି ପ୍ଲାଣ୍ଟରୁ ପାଉଡର ଖିର, ଦହି, ଚକୋଲେଟ ଓ ପନିର ସମେତ ଖିରରୁ ବିଭିନ୍ନ ଖାଦ୍ୟ ସାମଗ୍ରୀ ପ୍ରସ୍ତୁତ ହେବ। ରାଜ୍ୟ ସରକାରଙ୍କ ପକ୍ଷରୁ ସବୁ ପଞ୍ଚାୟତରେ ସମବାୟ ସମିତି ଗଠନ କରାଯିବ। ଦୁଗ୍ଧ ଶୀତଳୀକରଣ କେନ୍ଦ୍ର ସ୍ଥାପନ ଦ୍ବାରା ଦେବଗଡ ଜିଲ୍ଲାରେ ଦୁଗ୍ଧ ଉତ୍ପାଦନ କ୍ଷମତା ବୃଦ୍ଧି ପାଇବା ସହ ଦୁଗ୍ଧ ଚାଷୀଙ୍କ ଆର୍ଥିକ ସମ୍ବଳ ସଶକ୍ତ ହେବ ବୋଲି ମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି। ଏଥିସହିତ ଅନେକ ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ହେବା ଖୁସିର ବିଷୟ ବୋଲି ସେ କହିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ କ୍ରମେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେବଗଡ ଜିଲ୍ଲାର ତାରଙ୍ଗଠାରେ ମାଆ ପାଇଁ ଗଛଟିଏ ଅଭିଯାନ ସ୍ବରୂପ ବୃକ୍ଷରୋପଣ କରିଛନ୍ତି। ସେହିପରି ମା ପାତ୍ରାଣୀ କ୍ଲବ ପକ୍ଷରୁ ଆୟୋଜିତ ମେଗା ରକ୍ତଦାନ ଶିବିରକୁ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ ଉଦଘାଟନ କରିଥିଲେ।

ଦେବଗଡ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Latest News

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.