Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଉତ୍ସବକୁ ଉଦଘାଟନ କରିବେ ରାଷ୍ଟ୍ରପତି
ଆଜିର ଖବର

ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଉତ୍ସବକୁ ଉଦଘାଟନ କରିବେ ରାଷ୍ଟ୍ରପତି

November 21, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଉତ୍ସବ ଆଜି ପୂର୍ବାହ୍ନ ସାଢ଼େ ୧୧ଟାରୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହେବ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏହି କାର୍ଯ୍ୟକ୍ରମରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିବେ।

କଟକ ସାଂସଦ ତଥା ଡ. ହରେକୃଷ୍ଣ ମହତାବଙ୍କ ପୁତ୍ର ଭର୍ତ୍ତୃହରି ମହତାବ ମଧ୍ୟ ଓଡ଼ିଶାର ଏହି ଗୌରବଙ୍କ ପ୍ରଭାବ ଓ ପରମ୍ପରାକୁ ସମ୍ମାନ ଜଣାଇ ଏହି କାର୍ଯ୍ୟକ୍ରମରେ ଯୋଗଦେବେ।

ଡକ୍ଟର ହରେକୃଷ୍ଣ ମହତାବଙ୍କ ସମ୍ମାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏକ ସ୍ବତନ୍ତ୍ର ସ୍ମାରକୀ ଡାକ ଟିକଟ ଓ ମୁଦ୍ରା ଉନ୍ମୋଚନ କରାଯିବ। ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ସ୍ୱୟଂଶାସିତ ଅନୁଷ୍ଠାନ ସାହିତ୍ୟ ଏକାଡେମୀ ଆସନ୍ତାକାଲିର କାର୍ଯ୍ୟକ୍ରମରେ ଉନ୍ମୋଚନ ପାଇଁ ଓଡ଼ିଆରେ ମୋନୋଗ୍ରାଫ୍, ଗାଁ ମଜଲିସର ଇଂରାଜୀ ଅନୁବାଦ ଏବଂ ଗାଁ ମଜଲିସର ହିନ୍ଦୀ ଅନୁବାଦ ପ୍ରସ୍ତୁତ କରିଛି।

ଏହାବ୍ୟତୀତ ସଂସ୍କୃତି ମନ୍ତ୍ରଣାଳୟ ତରଫରୁ ତାଙ୍କ ଜୀବନ ଓ ପରମ୍ପରା ଉପରେ ଏକ ପ୍ରଦର୍ଶନୀ ରଖାଯାଇଛି । ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ସ୍ୱୟଂଶାସିତ ଅନୁଷ୍ଠାନ ଲଳିତ କଳା ଏକାଡେମୀ ଦ୍ୱାରା ଆୟୋଜିତ ଜାତୀୟ ଚିତ୍ରକଳା ଶିବିରରେ ଅଂଶଗ୍ରହଣ କରି ଗତ କିଛି ଦିନ ହେବ ଦିଲ୍ଲୀରେ ରହିଥିବା ଓଡ଼ିଆ କଳାକାରଙ୍କ କୃତିକୁ ମଧ୍ୟ ଏହି ପ୍ରଦର୍ଶନୀରେ ପ୍ରଦର୍ଶିତ କରାଯିବ।

ଶ୍ରୀମତୀ ସୁସ୍ମିତା ଦାସ ଏକ ସଙ୍ଗୀତ କାର୍ଯ୍ୟକ୍ରମ ମାଧ୍ୟମରେ ଓଡ଼ିଶାର ସମୃଦ୍ଧ ଇତିହାସ ଓ ସଂସ୍କୃତିପ୍ରତି ସମ୍ମାନ ଅର୍ପଣ କରିବେ।

“ଉତ୍କଳ କେଶରୀ” ନାମରେ ପରିଚିତ ଡକ୍ଟର ହରେକୃଷ୍ଣ ମହତାବ ୧୮୯୯ ମସିହା ନଭେମ୍ବର ୨୧ ତାରିଖରେ ଓଡ଼ିଶାର ଆଗରପଡ଼ାଠାରେ ଜନ୍ମଗ୍ରହଣ କରିଥିଲେ । ସେ ଭାରତ ଇତିହାସରେ ଜଣେ ବହୁମୁଖୀ ନେତା ଥିଲେ। ସେ ଜଣେ ସ୍ୱାଧୀନତା ସଂଗ୍ରାମୀ, ରାଜନେତା, ଐତିହାସିକ, ଲେଖକ, ସମାଜ ସଂସ୍କାରକ ଏବଂ ସାମ୍ବାଦିକ ଭାବରେ ପରିଚିତ ଥିଲେ। ସ୍ୱାମୀ ବିବେକାନନ୍ଦ, ରାମକୃଷ୍ଣ ପରମହଂସ ଏବଂ ମହାତ୍ମା ଗାନ୍ଧୀଙ୍କ ଭଳି ବ୍ୟକ୍ତିତ୍ୱଙ୍କ ଦ୍ୱାରା ସେ ଗଭୀର ଭାବରେ ପ୍ରଭାବିତ ହୋଇଥିଲେ। କଲେଜ ଜୀବନରୁ ସେ ସ୍ୱାଧୀନତା ଆନ୍ଦୋଳନରେ ଯୋଗ ଦେଇଥିଲେ। ଅସହଯୋଗ ଆନ୍ଦୋଳନ, ଲବଣ ସତ୍ୟାଗ୍ରହ ଇତ୍ୟାଦି କାର୍ଯ୍ୟକ୍ରମରେ ସକ୍ରିୟ ଭାବରେ ଅଂଶଗ୍ରହଣ କରିଥିଲେ। ସ୍ଵାଧୀନତା ଆନ୍ଦୋଳନରେ ସକ୍ରିୟତା ପାଇଁ ସେ ଏକାଧିକ ଥର ଗିରଫ ହୋଇଥିଲେ ଏବଂ ଓଡ଼ିଶାକୁ ଭାରତରେ ମିଶ୍ରଣ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।

ଡକ୍ଟର ହରେକୃଷ୍ଣ ମହତାବ ଗଡ଼ଜାତ ରାଜ୍ୟର ଶେଷ ପ୍ରଧାନମନ୍ତ୍ରୀ ଥିଲେ। ପରବର୍ତ୍ତୀ ସମୟରେ ସ୍ୱାଧୀନ ଭାରତର ମୁଖ୍ୟମନ୍ତ୍ରୀ ଭାବରେ ସେ ଓଡ଼ିଶାର ଶିଳ୍ପାୟନ ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ରାଜ୍ୟର ଆର୍ଥିକ ବିକାଶ ପାଇଁ ପରାମର୍ଶ ଦେଇଥିଲେ। ହରେକୃଷ୍ଣ ମହତାବ ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ବ୍ୟାପକ ଭାବରେ ଲେଖିଥିଲେ। ରାଜ୍ଯର ଐତିହାସିକ ବିବରଣୀ ‘ଓଡ଼ିଶାର ଇତିହାସ’ ସମେତ ତାଙ୍କର ଅନ୍ୟନ୍ୟ କୃତି ପାଇଁ ସେ ପ୍ରଶଂସିତ ହୋଇଥିଲେ ଏବଂ ୧୯୮୩ ମସିହାରେ ‘ଗାଁ ମଜଲିସ’ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ସେ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ଏବଂ ୧୯୬୨ ରେ ବିନା ପ୍ରତିଦ୍ୱନ୍ଦ୍ୱିତାରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ।

ଡକ୍ଟର ହରେକୃଷ୍ଣ ମହତାବ ତାଙ୍କ ଦୃଢ଼ ଇଚ୍ଛାଶକ୍ତି, ସଂକଳ୍ପ ଓ ପ୍ରଭାବ ପାଇଁ ସ୍ମରଣୀୟ ହୋଇ ରହିଛନ୍ତି। ରାଜ୍ୟର ଅନ୍ୟତମ ଅଗ୍ରଣୀ ନେତା ଭାବରେ ସେ ନିଜର ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।

ଉତ୍କଳ କେଶରୀ ଗଜେନ୍ଦ୍ର ସିଂହ ଶେଖାୱତ ଜୟନ୍ତୀ ଉତ୍ସବ ଡ. ହରେକୃଷ୍ଣ ମହତାବ ଦ୍ରୌପଦୀ ମୁର୍ମୁ ଧର୍ମେନ୍ଦ୍ର ପ୍ରଧାନ ଭର୍ତ୍ତୃହରି ମହତାବ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଶୁଭାଂଶୁ ଶୁକ୍ଳାଙ୍କ ମିଶନ ଉପରେ ସ୍ୱତନ୍ତ୍ର ଅଧିବେଶନକୁ ବିରୋଧୀଙ୍କ ବର୍ଜନ, କିନ୍ତୁ ଶଶି ଥରୁରଙ୍କ ପ୍ରଶଂସା

August 18, 2025

ଏୟାରଟେଲ୍ ସେବା ବନ୍ଦ!: କଲ୍ ଏବଂ ଇଣ୍ଟରନେଟ୍ ସେବା ମଧ୍ୟ ପ୍ରଭାବିତ

August 18, 2025

ଗାଧୋଇବା ବେଳେ ନଈରେ ଭାସିଗଲେ ଯୁବକ: ବାଲୁଗାଁ ଅଗ୍ନିଶମ ବାହିନୀର ଉଦ୍ଧାର କାର୍ଯ୍ୟ ଜାରି

August 18, 2025

ଯଦି ସିପି ରାଧାକୃଷ୍ଣନ୍ ନିର୍ବାଚିତ ହୁଅନ୍ତି, ତେବେ ନୂତନ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ କେତେ ହେବ?

August 18, 2025
Latest News

ଶୁଭାଂଶୁ ଶୁକ୍ଳାଙ୍କ ମିଶନ ଉପରେ ସ୍ୱତନ୍ତ୍ର ଅଧିବେଶନକୁ ବିରୋଧୀଙ୍କ ବର୍ଜନ, କିନ୍ତୁ ଶଶି ଥରୁରଙ୍କ ପ୍ରଶଂସା

August 18, 2025

ଏୟାରଟେଲ୍ ସେବା ବନ୍ଦ!: କଲ୍ ଏବଂ ଇଣ୍ଟରନେଟ୍ ସେବା ମଧ୍ୟ ପ୍ରଭାବିତ

August 18, 2025

ଗାଧୋଇବା ବେଳେ ନଈରେ ଭାସିଗଲେ ଯୁବକ: ବାଲୁଗାଁ ଅଗ୍ନିଶମ ବାହିନୀର ଉଦ୍ଧାର କାର୍ଯ୍ୟ ଜାରି

August 18, 2025

ଯଦି ସିପି ରାଧାକୃଷ୍ଣନ୍ ନିର୍ବାଚିତ ହୁଅନ୍ତି, ତେବେ ନୂତନ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ କେତେ ହେବ?

August 18, 2025

NDAର CP ରାଧାକୃଷ୍ଣନଙ୍କ ବିରୋଧରେ ଇଣ୍ଡି ମେଣ୍ଟରୁ କିଏ?: ଉତ୍ତର ଦେଲେ SP ନେତା

August 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.