Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ କେନ୍ଦ୍ରାପଡ଼ା ଗସ୍ତ 
ଆଜିର ଖବର

ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ କେନ୍ଦ୍ରାପଡ଼ା ଗସ୍ତ 

November 21, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଗତକାଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଗୋପବନ୍ଧୁ ଏକାଡ଼େମୀର ମହାନିର୍ଦ୍ଦେଶକ ଜି. ମାଥିଭାଥନନ ଭା.ପ୍ର.ସେ. କେନ୍ଦ୍ରାପଡ଼ା ଗ୍ରସ୍ତରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହରେ ୧୬ଟି ବିଭାଗର କାର୍ଯ୍ୟକୁ ସମୀକ୍ଷା କରିଛନ୍ତି। ସ୍ଵାସ୍ଥ୍ୟ, ପଞ୍ଚାୟତରାଜ ଓ ପାନୀୟଜଳ, ନଗର ଉନ୍ନୟନ, ଗ୍ରାମ୍ୟ ଉନ୍ନୟନ, ସ୍କୁଲ ଓ ଗଣଶିକ୍ଷା, ମହିଳା ଓ ଶିଶୁ ବିକାଶ, ମଙ୍ଗଳ ବିଭାଗ, ବେସାମରିକ ଯୋଗାଣ ବିଭାଗ, ସମବାୟ, ସାମାଜିକ ସୁରକ୍ଷା, ଶକ୍ତି, ଶିଳ୍ପ, ସାଧାରଣ ଅଭିଯୋଗ ଆଦି ୧୬ଗୋଟି ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ପାୱାର ପଏଣ୍ଟ ମାଧ୍ୟମରେ ନିଜନିଜ ବିଭାଗର ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଯୋଜନା ଅନ୍ତର୍ଗତ କାର୍ଯ୍ୟକ୍ରମ ସମ୍ପର୍କରେ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ଅବଗତ କରାଇଥିଲେ।

ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା, ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଜାତୀୟ ଖାଦ୍ୟ ମିଶନ, ଅନ୍ତୋଦୟ ଗୃହ ଯୋଜନା ଓ ପରିମଳ ବ୍ୟବସ୍ଥା, ସ୍ଵଚ୍ଛ ଭାରତ ମିଶନ, ହର ଘର ଜଳ, ବସୁଧା, ଜଳ ଜୀବନ ମିଶନ, ସେତୁ ବନ୍ଧନ ଯୋଜନା, ପଞ୍ଚସଖା ଶିକ୍ଷା ସେତୁ ଯୋଜନା, ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର, ପିଏମଶ୍ରୀ ଯୋଜନା, ନିପୂଣ ଓଡ଼ିଶା, ସୁଭଦ୍ରା ଯୋଜନା, ପୋଷଣ ଅଭିଯାନ, ମଧୁବାବୁ ପେନସନ ଯୋଜନା ଆଦି ସମ୍ପର୍କରେ ବିସ୍ତୃତ ତଥ୍ୟ ସମ୍ପୃକ୍ତ ବିଭାଗ ପକ୍ଷରୁ PPT ମାଧ୍ୟମରେ ପ୍ରଦର୍ଶନ କରାଯାଇଥିଲା।

ସ୍ଵଚ୍ଛ ଭାରତ ମିଶନ ଅଧୀନରେ ବିଜ୍ଞାପିତ ପରିଷଦ ନିକଟରେ ଥିବା ଗ୍ରାମର ମହିଳା ଏସଏଚଜି ଗୋଷ୍ଠୀ ମହିଳାମାନଙ୍କୁ ଗୃହକୁ ଗୃହ ଯାଇ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ସଂଗ୍ରହ ପାଇଁ ଦାୟିତ୍ଵ ଦିଆଯାଇଛି। ମେଗା ପାନୀୟ ଜଳ ପ୍ରୋଜେକ୍ଟ ମାଧ୍ୟମରେ ଜିଲ୍ଲାରେରେ ଥିବା ଜଳକ୍ଳିଷ୍ଟ ଗ୍ରାମଗୁଡିକୁ ପାନୀୟ ଜଳ ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଛି। ସେତୁ ବନ୍ଧନ ଯୋଜନା କାର୍ଯ୍ୟକାରୀ ସମୟରେ କଞ୍ଚାମାଲର ଅଭାବ, ବ୍ୟକ୍ତି ଗତ ଜମି, ଜୁଆରିଆ ଓ କୁମ୍ଭୀର ପ୍ରବଣ ନଦୀ ନାଳ ଏବଂ ମୃତ୍ତିକା ସମସ୍ୟା ଦେଖାଯାଉଛି ବୋଲି ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଅବଗତ କରାଯାଇଥିଲା। ଅତିରିକ୍ତ ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗର କାର୍ଯ୍ୟାବଳିକୁ ସମୀକ୍ଷା କରିବା ସହ ଯୋଜନାକୁ ସଫଳ ରୂପାୟନ ନିମନ୍ତେ ବାଧକ ସାଜୁଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ ହୋଇଥିଲେ।

ଜିଲ୍ଲା ପ୍ରଶାସନର ବିଭିନ୍ନ ବିଭାଗ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା PPT ଗୁଡିକ ସମ୍ପର୍କରେ ସେ ମତ ପୋଷଣ କରିଥିଲେ ଯେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଯୋଜନାଗୁଡିକୁ ସଫଳ ରୂପାୟନ ନିମନ୍ତେ ନିଆଯାଇଥିବା ପଦକ୍ଷପଗୁଡିକ ସନ୍ତୋଷଜନକ ଅଛି। ରାଜ୍ୟ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ ହେଇଥିବା ବିଭିନ୍ନ ପ୍ରକଳ୍ପଗୁଡିକୁ ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ ଶେଷ କରିବା ସହ ଏହାର ଉପକାରିତା ଲୋକାଭିମୁଖୀ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ।

ଉକ୍ତ ସମୀକ୍ଷା ବୈଠକରେ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନୀଲୁ ମହାପାତ୍ର, ଉପଜିଲ୍ଲାପାଳ ରବୀନ୍ଦ୍ର କୁମାର ପ୍ରଧାନ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ କଲ୍ୟାଣ ରାୟ, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ମନୋରମା ସ୍ଵାଇଁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ପ୍ରମୋଦ କୁମାର ପ୍ରହରାଜ, ଜିଲ୍ଲା ମଙ୍ଗଳ ଅଧିକାରୀ ଗୁରୁଚରଣ ମଲ୍ଲିକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ରୂପାଲୀ ପ୍ରିୟଦର୍ଶନୀ, ଜିଲ୍ଲା ପରିଷଦର ଅତିରିକ୍ତ ନିର୍ବାହୀ ଅଧିକାରୀ ଦୟା ସିନ୍ଧୁ ପରିଡା, ଡେପୁଟି କଲେକ୍ଟର, ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ଗ୍ରାମ୍ୟ ଉନ୍ନୟନ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗର ଅଧ୍ୟକ୍ଷଣ ଓ ନିର୍ବାହୀ ଯନ୍ତ୍ରୀ ପ୍ରମୁଖ ଯୋଗଦେଇଥିଲେ।

ଅତିରିକ୍ତ ମୁଖ୍ୟ ଶାସନ ସଚିବ କେନ୍ଦ୍ରାପଡା ଗସ୍ତ ଜି ମାଥିଭାଥନନ
Share. Facebook Twitter LinkedIn Email WhatsApp Copy Link

Related Posts

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026
Latest News

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.