Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ସର୍ଗୀକୃତ ସେବା ଓ କର୍ମକ୍ଷେତ୍ରରେ ସଜାଗ ଏବଂ ସତର୍କତା ପାଇଁ ତିନି ରେଳ କର୍ମଚାରୀ ପୁରସ୍କୃତ
ଆଜିର ଖବର

ଉତ୍ସର୍ଗୀକୃତ ସେବା ଓ କର୍ମକ୍ଷେତ୍ରରେ ସଜାଗ ଏବଂ ସତର୍କତା ପାଇଁ ତିନି ରେଳ କର୍ମଚାରୀ ପୁରସ୍କୃତ

November 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପୂର୍ବତଟ ରେଳପଥ ମୁଖ୍ୟାଳୟରେ ଆୟୋଜିତ ଏକ ସମ୍ବର୍ଦ୍ଧନା ସଭାରେ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଉତ୍ସର୍ଗୀକୃତ ସେବା ଓ କର୍ମକ୍ଷେତ୍ରରେ ସଜାଗ ଏବଂ ସତର୍କତା ପାଇଁ ତିନିଜଣ ରେଳ କର୍ମଚାରୀଙ୍କ ଅତୁଳନୀୟ ପ୍ରଦର୍ଶନକୁ ସ୍ୱୀକୃତି ଦେଇ ପୁରସ୍କୃତ କରିଛନ୍ତି। ସେମାନଙ୍କର ତୀବ୍ର କାର୍ଯ୍ୟକଳାପ ପ୍ରମୁଖ ଦୁର୍ଘଟଣାକୁ ରୋକିବାରେ ଉଭୟ ମାନବ ଜୀବନ ରକ୍ଷା କରିବା ଏବଂ ଟ୍ରେନ୍ ଚଳାଚଳର ଧାରାକୁ ଅକ୍ଷ୍ୟୁର୍ଣ୍ଣ ରଖିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା।

ଏହି ଉତ୍ସବରେ ଅତିରିକ୍ତ ମହାପ୍ରବନ୍ଧକ ମହେଶ କୁମାର ବେହେରା, ମୁଖ୍ୟ ସୁରକ୍ଷା ଅଧିକାରୀଙ୍କ ସମେତ ଅନ୍ୟାନ ପ୍ରମୁଖ ବିଭାଗୀୟ ଅଧିକାରୀ ଓ ବରିଷ୍ଠ ଅଧିକାରୀମାନେ ଯୋଗଦେଇ ରେଳପଥ ମଧ୍ୟରେ ସୁରକ୍ଷା ପ୍ରତି ସାମୂହିକ ପ୍ରତିବଦ୍ଧତା ଉପରେ ଆଲୋକପାତ କରିଥିଲେ।

ମୁନିଗୁଡା ରେଳ ଷ୍ଟେସନର ଟ୍ରାକ ମେଣ୍ଟଣର ଯୋଗେଶ କୁମାର, ହୁମ୍ମା ରେଳ ଷ୍ଟେସନର ଟିପିଏମଏ ପ୍ରଦ୍ୟୁମ୍ନ କୁମାର ପଣ୍ଡା ଏବଂ ଆରଙ୍ଗମହାନଦୀ ରେଳ ଷ୍ଟେସନର ଟିପିଏମଏ ପ୍ରେମଜୀତ ଆଚାର୍ଯ୍ୟଙ୍କୁ ସେମାନଙ୍କର ତୀବ୍ର କାର୍ଯ୍ୟକାରିତା ପାଇଁ ପୁରସ୍କୃତ କରାଯାଇଥିଲା।  ଟ୍ରେନଗୁଡିକର ନିରାପଦ ଏବଂ ଦକ୍ଷ ଚଳାଚଳ ସୁନିଶ୍ଚିତ କରିବାକୁ ଏକ ଆହ୍ୱାନ ଭାବରେ ଗ୍ରହଣ କରି ଗ୍ୟାଙ୍ଗମେନ, ଟ୍ରଲିମେନ, ଗେଟମେନ, OHE ଖଲାସି ଏବଂ ଅନ୍ୟାନ୍ୟ ରକ୍ଷଣାବେକ୍ଷଣ କର୍ମଚାରୀଙ୍କ ଉତ୍ସର୍ଗୀକୃତ ଉଦ୍ୟମକୁ ମହାପ୍ରବନ୍ଧକ ଶ୍ରୀ ଫୁଙ୍କୱାଲ ପ୍ରଶଂସା କରିଛନ୍ତି। ମହାପ୍ରବନ୍ଧକ ସେମାନଙ୍କର କଠିନ ପରିଶ୍ରମକୁ ସ୍ୱୀକୃତି ଦେବା ଉପରେ ଗୁରୁତ୍ୱାରୋପ କରିବା ସହ ଯାତ୍ରୀମାନଙ୍କ ପାଇଁ ସୁଗମ ତଥା ନିରାପଦ କାର୍ଯ୍ୟର ଲକ୍ଷ୍ୟକୁ ଦୃଢ଼କରି ସେମାନଙ୍କ କର୍ତ୍ତବ୍ୟରେ ଆନ୍ତରିକତା ଏବଂ ସତର୍କତା ବଜାୟ ରଖିବାକୁ ସମସ୍ତ ରେଳ କର୍ମଚାରୀଙ୍କୁ ପରାମର୍ଶ ଦେଇଥିଲେ।

ପ୍ରତ୍ୟେକ କର୍ମଚାରୀଙ୍କ ପରିଶ୍ରମ ଆମର ରେଳ ନେଟୱାର୍କର ସୁରକ୍ଷା ତଥା ନିରାପତ୍ତା ପାଇଁ ସହାୟକ ହୋଇଥାଏ ବୋଲି ଶ୍ରୀ ଫୁଙ୍କୱାଲ କହିଛନ୍ତି। ଯାତ୍ରୀମାନଙ୍କ ପାଇଁ ସୁରକ୍ଷିତ ଯାତ୍ରା ଜାରି ରଖିବା ପାଇଁ ଆମେ ସଜାଗ ରହିବା ଜରୁରୀ ବୋଲି ସେ ଉଲ୍ଲେଖ କରିଥିଲେ।

ପରମେଶ୍ୱର ଫୁଙ୍କୱାଲ ପୂର୍ବତଟ ରେଳପଥ ରେଳ କର୍ମଚାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜନଗଣନା ପାଇଁ SOP

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026

ଆଉ ଦରମାରୁ କଟିବନି ପ୍ରଫେସନାଲ ଟିକସ

April 23, 2026
Latest News

ଜନଗଣନା ପାଇଁ SOP

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026

ଆଉ ଦରମାରୁ କଟିବନି ପ୍ରଫେସନାଲ ଟିକସ

April 23, 2026

ମୁର୍ଶିଦାବାଦରେ ନିର୍ବାଚନୀ ହିଂସା

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.