Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆଦିଲ୍ଲୀର ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ‘ଓଡ଼ିଶା ମଣ୍ଡପ’କୁ ରୌପ୍ୟ ପଦକ
ଆଜିର ଖବର

ନୂଆଦିଲ୍ଲୀର ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ‘ଓଡ଼ିଶା ମଣ୍ଡପ’କୁ ରୌପ୍ୟ ପଦକ

November 27, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୪’ରେ ‘ଓଡ଼ିଶା ମଣ୍ଡପ’କୁ ମିଳିଛି ରୌପ୍ୟ ପଦକ। ଏହି ବିଶାଳ ବାଣିଜ୍ୟ ମେଳାରେ ଥିମାଟିକ୍‌ ବର୍ଗରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ‘ଓଡ଼ିଶା ମଣ୍ଡପ’କୁ ଏହି ପୁରସ୍କାର ମିଳିଛି। ନୂଆଦିଲ୍ଲୀରେ ଅବସ୍ଥାପିତ ଆବାସିକ ଆୟୁକ୍ତ ବିଶାଲ ଗଗନ ଓଡ଼ିଶା ସରକାରଙ୍କ ପକ୍ଷରୁ ଏହି ପୁରସ୍କାର ଗ୍ରହଣ କରିଥିଲେ।

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ମଞ୍ଚରେ ପୁରସ୍କାର ଗ୍ରହଣ ସମୟରେ ‘ଓଡ଼ିଶା ମଣ୍ଡପ’ର ନିର୍ଦ୍ଦେଶକ ଅଶ୍ୱିନୀ ଭୋଇ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀଯୁକ୍ତ ସନ୍ତୋଷ କୁମାର ଦାସ, ପ୍ରଦର୍ଶନୀ ଦାୟିତ୍ୱରେ ଥିବା ଅଧିକାରୀ ଦୀପକ କୁମାର ସାହୁ, ସୂଚନା ଅଧିକାରୀ ହରପ୍ରସାଦ ମହାପାତ୍ର, ଅତିରିକ୍ତ ସେକ୍ସନ ଅଫିସର ନିହାର ରଞ୍ଜନ ଘଡ଼େଇଙ୍କ ସହିତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ନଭେମ୍ବର ୧୪ ତାରିଖଠାରୁ ଆରମ୍ଭ ହୋଇଥିବା ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା’ ୨୭ ତାରିଖରେ ଶେଷ ହୋଇଛି। ଚଳିତ ବର୍ଷକୁ ମିଶାଇ ଓଡ଼ିଶା ଲଗାତାର ଭାବେ ତୃତୀୟ ଥର ପାଇଁ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ମଞ୍ଚରେ ପୁରସ୍କାର ପାଇଛି।

‘ବିକଶିତ ଭାରତ, ବିକଶିତ ଓଡ଼ିଶା’ ଥିମରେ ଚଳିତ ବର୍ଷ ‘ଓଡ଼ିଶା ମଣ୍ଡପ’ର ଡିଜାଇନ ପ୍ରସ୍ତୁତ କରାଯାଇଥିଲା। ଏଠାରେ ରାଜ୍ୟର ପ୍ରାଚୀନ କୀର୍ତ୍ତିରାଜି ସହ ଭାରତର ଆଧୁନିକ ବିଜ୍ଞାନ ଓ କାରିଗରିର ଯାତ୍ରା ପ୍ରତିଫଳିତ ହୋଇଥିଲା।

ଓଡ଼ିଶାର ମନ୍ଦିର ଭାସ୍କର୍ଯ୍ୟର ମୁଖଶାଳା ମୁକ୍ତେଶ୍ୱର ତୋରଣ, କୋଣାର୍କ ମନ୍ଦିରର ପ୍ରତିରୂପ, ରତ୍ନଗିରିର ବୌଦ୍ଧ କୀର୍ତ୍ତିରାଜି ସହ ଅତ୍ୟାଧୁନିକ ବୁଲେଟ୍ ଟ୍ରେନ ଓ ଶିଳ୍ପ ପ୍ରଗତିର ଚିତ୍ର ଓଡ଼ିଶା ମଣ୍ଡପକୁ ଅଧିକ ଆକର୍ଷଣୀୟ କରିଥିଲା।

ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତତ୍ତ୍ୱାବଧାନରେ ପ୍ରସ୍ତୁତ ଓଡ଼ିଶା ପାଭିଲିୟନରେ ଚଳିତ ବର୍ଷ ବିଭିନ୍ନ ବିଭାଗ ପକ୍ଷରୁ ମୋଟ ୨୫ଟି ଷ୍ଟଲ୍ ସ୍ଥାନ ପାଇଥିଲା। ଏହା ମଧ୍ୟରେ ଓଡ଼ିଶାର ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତକଳା ସାମଗ୍ରୀ, ଓରମାସ୍ ଦ୍ୱାରା ପ୍ରସ୍ତୁତ ଗ୍ରାମୀଣ ଉତ୍ପାଦ, ମିଶନ ଶକ୍ତି ମା’ଙ୍କ ହାତ ତିଆରି ଜିନିଷ, ଜନଜାତି କଳାକୃତି ଏବଂ ମାଣ୍ଡିଆ ଓ ଅନ୍ୟାନ୍ୟ ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଖାଦ୍ୟ ସାମଗ୍ରୀ ଦେଶ ବିଦେଶର ଦର୍ଶକଙ୍କୁ ଆକୃଷ୍ଟ କରିଥିଲା। ସେହିପରି ଫୁଡକୋର୍ଟରେ ଓଡ଼ିଶାର ସ୍ୱତନ୍ର୍ର ଖାଦ୍ୟରୁଚି ଦିଲ୍ଲୀ ଦର୍ଶକଙ୍କୁ ଆକର୍ଷିତ କରିଥିଲା।

କ୍ରୁରତା ହୀନ ଏବଂ କୃତ୍ରିମ ରଙ୍ଗହୀନ ଉପାୟରେ ପ୍ରସ୍ତୁତ କରୁଣା ସିଲ୍କ ଓଡ଼ିଶା ମଣ୍ଡପର ଅନ୍ୟତମ ଆକର୍ଷଣ ସାଜିଥିଲା। ତା’ ସହ ହସ୍ତତନ୍ତ ଓ ହସ୍ତକଳା, ପଟ୍ଟଚିତ୍ର, ତାରକସି କାରୁକାର୍ଯ୍ୟ ଆଦିର ଲାଇଭ୍ ଡେମନଷ୍ଟ୍ରେସନ୍ ନୂଆଦିଲ୍ଲୀ ବାଣିଜ୍ୟ ମେଳାରେ ଓଡ଼ିଶାର ସ୍ୱତନ୍ତ୍ର ପରିଚୟକୁ ପ୍ରମାଣିତ କରିଥିଲା।

ଓଡ଼ିଶା ମଣ୍ଡପ ନୂଆଦିଲ୍ଲୀ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ରୌପ୍ୟ ପଦକ
Share. Facebook Twitter LinkedIn Email WhatsApp Copy Link

Related Posts

CJP ର ଚେତାବନୀ ପରେ କାର୍ଯ୍ୟାନୁଷ୍ଠାନ: ଏହି ବଡ଼ ପଦକ୍ଷେପ ନେଲେ ସରକାର

July 27, 2026

ରାୟଗଡ଼ା ମଣ୍ଡଳରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ହେତୁ ପାସେଞ୍ଜର ଟ୍ରେନ୍ ବାତିଲ୍

July 27, 2026

ରଣପୁର ପ୍ରେସ କ୍ଲବର ନୂତନ ଗୃହ ଉଦ୍‌ଘାଟିତ: ଯୋଗଦେଲେ ବାଚସ୍ପତି

July 27, 2026

ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ

July 27, 2026
Latest News

CJP ର ଚେତାବନୀ ପରେ କାର୍ଯ୍ୟାନୁଷ୍ଠାନ: ଏହି ବଡ଼ ପଦକ୍ଷେପ ନେଲେ ସରକାର

July 27, 2026

ରାୟଗଡ଼ା ମଣ୍ଡଳରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ହେତୁ ପାସେଞ୍ଜର ଟ୍ରେନ୍ ବାତିଲ୍

July 27, 2026

ରଣପୁର ପ୍ରେସ କ୍ଲବର ନୂତନ ଗୃହ ଉଦ୍‌ଘାଟିତ: ଯୋଗଦେଲେ ବାଚସ୍ପତି

July 27, 2026

ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ

July 27, 2026

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୧୯ତମ ପାଳି: ୧୨ ରୋଗୀଙ୍କୁ ତୁରନ୍ତ ଯୋଗାଇଲେ ସହାୟତା ରାଶି

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.