Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଂଯୁକ୍ତ କିଷାନ ମୋର୍ଚ୍ଚା ଗଞ୍ଜାମ ଜିଲ୍ଲା କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ଆଜିର ଖବର

ସଂଯୁକ୍ତ କିଷାନ ମୋର୍ଚ୍ଚା ଗଞ୍ଜାମ ଜିଲ୍ଲା କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

November 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଛତ୍ରପୁର: ମୋଦି ସରକାରଙ୍କ କୃଷକ ଓ ଶ୍ରମିକ ନୀତି ବିରୁଦ୍ଧରେ ଦେଶବ୍ୟାପୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ନିମନ୍ତେ ସଂଯୁକ୍ତ କିଷାନ ମୋର୍ଚ୍ଚା ଓ କେନ୍ଦ୍ରୀୟ ଶ୍ରମିକ ସଂଗଠନ ମାନଙ୍କ ପକ୍ଷରୁ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ସଂଯୁକ୍ତ କିଷାନ ମୋର୍ଚ୍ଚା ଗଞ୍ଜାମ ଜିଲ୍ଲା କମିଟି ଏବଂ ବିଭିନ୍ନ ଶ୍ରମିକ ଓ କୃଷକ ସଂଗଠନ ପକ୍ଷରୁ ଶହ ଶହ ଶ୍ରମିକ ଓ କୃଷକମାନେ କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ବିରୋଧୀ ନୀତି ପ୍ରତିବାଦ ରେ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଭାରତ ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସମ୍ବଳିତ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ୪ଟି ଶ୍ରମ କୋଡ଼ର ପ୍ରତ୍ୟାହାର ଏବଂ ଅସଂଗଠିତ କ୍ଷେତ୍ରର ସବୁ ଶ୍ରମିକଙ୍କୁ ପେନସନ ସମେତ ସାମଗ୍ରୀକ ସାମାଜିକ ସୁରକ୍ଷା ପ୍ରଦାନ କରିବା, ଶିଳ୍ପାୟନ ଓ ଖଣି ଖନନ ଫଳ ରେ ଚାଷ ଜମି ଓ ଜଙ୍ଗଲ ର ହେଉଥିବା ଅବକ୍ଷୟ ତଥା ପରିବେଶ ପ୍ରଦୂଷଣକୁ ରୋକିବାକୁ ଦୃଢ ପଦକ୍ଷେପ ନିଆଯାଉ। ସବୁ ଚାଷ ଜମିକୁ ଜଳ ସେଚନ ର ସୁବିଧା ନିମନ୍ତେ ଜଳ ସେଚନ ମିଶନ ଗଠନ କରିବା ସମେତ ୨୦ଦଫା ଦାବୀ ସମ୍ପର୍କ ରେ ଉକ୍ତ ସ୍ମାରକ ପତ୍ରରେ ଉଲ୍ଲେଖ କରାଯାଇଛି।

ପ୍ରାରମ୍ଭରେ ସ୍ଥାନୀୟ ନୂତନ ବସଷ୍ଟାଣ୍ଡ ଠାରୁ କୃଷକ ଓ ଶ୍ରମିକ ମାନେ ଏକ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଂଚିଥିଲେ। ଋଷିକୂଲ୍ୟା ରୟତ ମହାସଭାର ସମ୍ପାଦକ ସିମାଞ୍ଚଳ ନାହାକ, ଆଇଏଫଟିୟୁର ସଭାପତି ପ୍ରତାପ ପ୍ରଧାନ, ଏଆଇକେଏମଏସର ସମ୍ପାଦକ ପ୍ରତାପ କୁମାର ନାୟକ, ସନ୍ତୋଷ ନାୟକ, ନାରାୟଣ ବିଷୋୟୀ, ରାଜେନ୍ଦ୍ର ନାଇକ, ରାମ ଚନ୍ଦ୍ର ନାୟକ, ଅର୍ଜୁନ ନାୟକଙ୍କ ସମେତ ବହୁ ସଂଖ୍ୟାରେ ମହିଳା ଓ ପୁରୁଷ ମାନେ ଉପସ୍ଥିତ ଥିଲେ।

ଗଞ୍ଜାମ ଜିଲ୍ଲା ବିକ୍ଷୋଭ ମୋଦି ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.