Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ ‘ପ୍ରାଚୀନ’ ପକ୍ଷରୁ ପ୍ରକାଶିତ ଦୁଇଟି ପୁସ୍ତକ ଉତ୍ସର୍ଗୀକୃତ
ଆଜିର ଖବର

ସୋଆ ‘ପ୍ରାଚୀନ’ ପକ୍ଷରୁ ପ୍ରକାଶିତ ଦୁଇଟି ପୁସ୍ତକ ଉତ୍ସର୍ଗୀକୃତ

December 2, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭାଷା, ସଂସ୍କୃତି ଓ ଐତିହ୍ୟ କେନ୍ଦ୍ର ‘ପ୍ରାଚୀନ’ ଆନୁକୂଲ୍ୟରେ ପ୍ରକାଶିତ ଦୁଇଟି ପୁସ୍ତକ ‘ଯୁଗଭଞ୍ଜଙ୍କ ଦଶପୋଈ’ ଓ ‘ପ୍ରାଚୀନ ଓଡିଆ ଅଭିଲେଖ’ ଓଡିଆ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କରାଯାଇଛି। ଏହି ଦୁଇଟି ପୁସ୍ତକକୁ ସୋମବାର ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଉନ୍ମୋଚନ କରିଛନ୍ତି। ଏହି ସମୟରେ ପ୍ରାଚୀନର ମୁଖ୍ୟ ପ୍ରଫେସର (ଡକ୍ଟର) ଗାୟତ୍ରୀବାଳା ପଣ୍ଡା ଉପସ୍ଥିତ ଥିଲେ।

ଏହି ପୁସ୍ତକ ପ୍ରଥମେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ନାଁରେ ୧୮୭୫ ମସିହାରେ ପ୍ରକାଶ ପାଇଥିବା ବେଳେ ପୁର୍ନବାର କୋଲକାତାରେ ୧୯୫୨ ମସିହାରେ ପ୍ରକାଶିତ ହୋଇଥିଲା।

ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଏ ପୁସ୍ତକଟି ଉପେନ୍ଦ୍ର ଭଞ୍ଜଙ୍କ ରଚନା ନୁହେଁ ବରଂ ବଉଦର ତତ୍କାଳୀନ ରାଜା ଯୁଗଭଞ୍ଜ ହେଉଛନ୍ତି ଏହାର ରଚୟିତା। ପ୍ରଥମ ପ୍ରକାଶନର ପ୍ରାୟ ଦେଢଶହ ବର୍ଷ ପରେ ଏହି ପୁସ୍ତକର ସ୍ରଷ୍ଟା ଯେ ଅନ୍ୟ ଜଣେ ବ୍ୟକ୍ତି ତାହା ଦୁଇଜଣ ଗବେଷକ ପ୍ରମାଣିତ କରିଛନ୍ତି। ପୁସ୍ତକଟି ଗୀତର ଭାବ ଅନୁଯାୟୀ ଚିତ୍ରିତ କରାଯାଇଛି ତେଣୁ ଆଖିରେ ଲାଖିଯିବା ଭଳି ଏହି ପୁସ୍ତକଟିକୁ ଚିତ୍ରପୋଥି କୁହାଯାଏ। ଦଶପୋଈକୁ ପ୍ରଫେସର ସୁଦର୍ଶନ ଆଚାର୍ଯ୍ୟ ଓ ଗୌରାଙ୍ଗ ଚରଣ ଦାଶ ସମ୍ପାଦନା କରିଛନ୍ତି।

ଦ୍ୱିତୀୟ ପୁସ୍ତକ ‘ପ୍ରାଚୀନ ଓଡିଆ ଅଭିଲେଖ’କୁ ସମ୍ପାଦନା କରିଛନ୍ତି ପ୍ରଫେସର ସୁବ୍ରତ କୁମାର ଆଚାର୍ଯ୍ୟ। ଓଡିଶାର ଜଣେ ବିଶିଷ୍ଟ ଲିପିତତ୍ୱବିଦ୍ ଭାବେ ପରିଚିତ ପ୍ରଫେସର ଆଚାର୍ଯ୍ୟ ପୁସ୍ତକରେ ଉରଜାମ ଶିଳାଲେଖ ଠାରୁ ଆରମ୍ଭ କରି ଅଷ୍ଟାଦଶ ଶତାବ୍ଦୀ ପର୍ଯ୍ୟନ୍ତ ଖୋଦିତ ଓଡିଆ ଶିଳାଲେଖ ଓ ତାମ୍ରଲେଖ ଗୁଡିକର ମୂଳପାଠ ଓ ଅନୁବାଦ ଏହି ପୁସ୍ତକରେ ସ୍ଥାନିତ କରାଯାଇଛି।

ପୁସ୍ତକର ଆରମ୍ଭ ରେ ଏକ ଦୀର୍ଘ ମୁଖବନ୍ଧ ରହିଥିବା ବେଳେ ଶେଷରେ ଶିଳାଲେଖ ଓ ତାମ୍ରଲେଖ ଗୁଡିକର ଫଟୋ ମଧ୍ୟ ରହିଛି। ଏହି ମୁଖ ବନ୍ଧ ପ୍ରାଚୀନ ଓଡିଆ ଭାଷା ଓ ଇତିହାସର ପୁନର୍ମୂଲ୍ୟାୟନ କ୍ଷେତ୍ରରେ ଏକ ପ୍ରାମାଣିକ ଗ୍ରନ୍ଥ। ସୋଆର ଏହି ଦୁଇ ସଂଭ୍ରାନ୍ତ ପ୍ରକାଶନ ଓଡିଆ ସାହିତ୍ୟ ଓ ଭାଷାର ଇତିହାସ ରଚନାରେ ଦୁଇଟି ପ୍ରାମାଣିକ ଗ୍ରନ୍ଥ।

ଶିକ୍ଷା ଓ ଅନୁସନ୍ଧାନ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026

ଚିଲିକା ପୁସ୍ତକ ମେଳାର ତୃତୀୟ ଦିବସ: ପୁସ୍ତକପ୍ରେମୀଙ୍କ ଭରପୁର ଉତ୍ସାହ

April 27, 2026
Latest News

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026

ଚିଲିକା ପୁସ୍ତକ ମେଳାର ତୃତୀୟ ଦିବସ: ପୁସ୍ତକପ୍ରେମୀଙ୍କ ଭରପୁର ଉତ୍ସାହ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.