Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୮ରେ ରଣପୁର ବ୍ଲକ ଅଡିସନ
ଆଜିର ଖବର

ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୮ରେ ରଣପୁର ବ୍ଲକ ଅଡିସନ

December 3, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୨ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ରଣପୁର ବ୍ଲକ ଅଡିସନ ଆସନ୍ତା ୮ ତାରିଖ ରବିବାର ଦିନ କଳିଙ୍ଗ ଲୋଟସ ସେଣ୍ଟ୍ରାଲ ଏକାଡେମୀ, ରଣପୁର ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଏକାଡେମୀ ପରିସରରେ ମଙ୍ଗଳବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି।

ସମ୍ପାଦକ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ସଙ୍ଗୀତଧାରାର ମୁଖ୍ୟ ପୃଷ୍ଠପୋଷକ ସମାଜସେବୀ ପ୍ରମୋଦ ପଟ୍ଟନାୟକ ଅଧ୍ୟକ୍ଷତା କରି ପ୍ରତିଯୋଗିତାର ଆଭିମୁଖ୍ୟ ଏବଂ କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ପ୍ରସ୍ତୁତି ବୈଠକରେ ସଙ୍ଗୀତଧାରା ସଭାପତି ଡ. ବିଜୟ କୁମାର ଚୌଧୁରୀ, ସହ ସମ୍ପାଦକ ପ୍ରଶାନ୍ତ ପଟ୍ଟନାୟକ,ସଂଯୋଜକ ଲକ୍ଷ୍ମୀଧର ସାହୁଙ୍କ ସମେତ ବରିଷ୍ଠ ଶିକ୍ଷାବିତ୍ ତଥା ଗୀତିକାର ବିରଞ୍ଚି ନାରାୟଣ ତ୍ରିପାଠୀ, ଏକାଡେମୀ ନିର୍ଦ୍ଦେଶକ ତଥା ଶିକ୍ଷାବିତ୍ ଗଦାଧର ବେଉରା, ଶିକ୍ଷାବିତ୍ ସୁଶୀଲ କୁମାର ରଣା ପ୍ରମୁଖ ଯୋଗଦାନ କରି କାର୍ଯ୍ୟକ୍ରମର ସଫଳତା ସମ୍ପର୍କରେ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ ଯେ ଜିଲ୍ଲାରେ ଥିବା ଲୁକ୍କାୟିତ ସଙ୍ଗୀତ ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣିବା ପାଇଁ ‘ସଙ୍ଗୀତଧାରା’ ,ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ଭକ୍ତିସଙ୍ଗୀତ ପ୍ରତିଯୋଗିତା ଜିଲ୍ଲାର ସମସ୍ତ ବ୍ଲକରେ ଅନୁଷ୍ଠିତ ହେଉଅଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ରବିବାର ପୂର୍ବାହ୍ନ ୧୦ଟା ସମୟରେ ବିନା ବାଦ୍ୟଯନ୍ତ୍ରରେ ପ୍ରତିଯୋଗୀ ମାନଙ୍କ ଅଡିସନ ନିଆଯିବ। ୧୪ରୁ ୨୪ବର୍ଷ ବୟସର ଉଭୟ ପୁଅ ଝିଅ ଏହି ପ୍ରତିଯୋଗିତାରେ ଭାଗ ନେଇ ପାରିବେ ବୋଲି ପ୍ରସ୍ତୁତି ବୈଠକରେ ସୂଚନା ଦିଆଯାଇଛି। ପ୍ରତିଯୋଗୀ ମାନେ ସକାଳ ସାଢେ଼ ୯ଟାରେ ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚି ନାମ ପଞ୍ଜିକରଣ କରିବେ।

ସଙ୍ଗୀତଧାରା ନିଷ୍ପତ୍ତି ଅନୁଯାୟୀ ଚୂଡ଼ାନ୍ତ ପର୍ଯ୍ୟାୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ‘ନୟାଗଡ଼ ସଙ୍ଗୀତ କଲ୍ଲୋଳ’ ଉପାଧି ସହିତ ନଗଦ ୧୧ ହଜାର ଟଙ୍କା ପୁରସ୍କାର ଅର୍ଥରାଶି ଏବଂ ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନଙ୍କୁ ଯଥାକ୍ରମେ ୫ ହଜାର ଏବଂ ୩ ହଜାର ଅର୍ଥରାଶି ପୁରସ୍କାର ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି।

ଅଡିସନ ନୟାଗଡ ରଣପୁର ବ୍ଲକ ସଙ୍ଗୀତଧାରା
Share. Facebook Twitter LinkedIn Email WhatsApp Copy Link

Related Posts

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026
Latest News

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.