Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଳ ଜୋନ୍‌ ପୁନର୍ଗଠନ ପ୍ରସଙ୍ଗରେ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ
ଆଜିର ଖବର

ରେଳ ଜୋନ୍‌ ପୁନର୍ଗଠନ ପ୍ରସଙ୍ଗରେ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ

December 3, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଓଡ଼ିଶାର ଆର୍ଥିକ ହିତକୁ ବଜାୟ ରଖାଯିବା ସହ ପୂର୍ବତଟ ରେଳପଥ ମଧ୍ୟରେ ପୂର୍ବପରି ୩ଟି ରେଳ ମଣ୍ଡଳ ରହିବ ବୋଲି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି। ଆଜି ନୂଆଦିଲ୍ଲୀରେ ଓଡ଼ିଶାର ଲୋକସଭା ସାଂସଦମାନଙ୍କ ସହିତ ଆଲୋଚନ ପରେ ଶ୍ରୀ ବୈଷ୍ଣବ କହିଛନ୍ତି, ଓଡ଼ିଶାର ରେଳ ବିକାଶ ପ୍ରସଙ୍ଗରେ ସାଂସଦମାନଙ୍କ ସହିତ ବିସ୍ତୃତ ଆଲୋଚନା ହେଲା। ବର୍ତ୍ତମାନ ପୂର୍ବତଟ ଏବଂ ଦକ୍ଷିଣ ତଟ ରେଳ ଜୋନ୍ ପୁନର୍ଗଠନ ହେଉଥିବାବେଳେ ଓଡ଼ିଶାର ଆର୍ଥିକ ସ୍ୱାର୍ଥରକ୍ଷା ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ଓଡ଼ିଶାରେ ରେଳ ବିକାଶ ପାଇଁ ୭୩,୭୨୩ କୋଟିରୁ ଅଧିକ ଟଙ୍କା ମଞ୍ଜୁର କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ରେଳ ମନ୍ତ୍ରୀ ଶ୍ରୀ ବୈଷ୍ଣବ କୃତଜ୍ଞତା ଜଣାଇଛନ୍ତି। ସେ କହିଛନ୍ତି, ପ୍ରସ୍ତାବିତ ରାୟଗଡା ରେଳ ମଣ୍ଡଳକୁ ମଞ୍ଜୁର କରାଯାଇଛି। ରେଳ ମଣ୍ଡଳ କାର୍ଯ୍ୟାଳୟ ନିର୍ମାଣ ପାଇଁ ୧୦୭ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି।

କେନ୍ଦ୍ର ରେଳ ମନ୍ତ୍ରୀ ଆହୁରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ତୃତୀୟ କାର୍ଯ୍ୟକାଳ ଆରମ୍ଭ କରିବା ପରେ ବର୍ଷ ବର୍ଷ ଧରି ପଡ଼ି ରହିଥିବା ଓଡ଼ିଶାର ପ୍ରକଳ୍ପଗୁଡ଼ିକୁ ମଞ୍ଜୁର କରିଛନ୍ତି। ପୂର୍ବତଟ ରେଳପଥ ମଧ୍ୟରେ ପୂର୍ବପରି ତିନିଟି ରେଳ ମଣ୍ଡଳ ରହିବ। ଅମୃତ ଷ୍ଟେସନ ଯୋଜନାରେ ଓଡ଼ିଶାର ୫୯ଟି ଷ୍ଟେସନକୁ ପୁନର୍ବିକାଶ କରାଯାଉଛି। ୧୯,୨୮୯ କୋଟି ଟଙ୍କାର ୮ଟି ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି, ଏହିସବୁ ପ୍ରକଳ୍ପଗୁଡ଼ିକ ହେଲା:

୧. ଗୁଣୁପୁର-ଥେରୁବାଲି ନୂତନ ରେଳ ଲାଇନ
୨. ଜୁନାଗଡ଼ ରୋଡ଼-ନବରଙ୍ଗପୁର ନୂତନ ରେଳ ଲାଇନ
୩. ମାଲକାନଗିରି-ପଣ୍ଡୁରଙ୍ଗାପୁରମ ଭାୟା ଭଦ୍ରାଚଳମ ନୂତନ ରେଳ ଲାଇନ
୪. ବାଦାମପାହାଡ଼-କେନ୍ଦୁଝରଗଡ଼ ନୂତନ ରେଳ ଲାଇନ
୫. ବାଙ୍ଗିରିପୋଷି-ଗୋରୁମହିଷାଣୀ ନୂତନ ରେଳ ଲାଇନ
୬. ବୁଡ଼ାମରା-ଚାକୁଳିଆ ନୂତନ ରେଳ ଲାଇନ
୭. ସରଡେଗା-ଭାଲୁମୁଡା ନୂତନ ଦୋହରୀକରଣ ରେଳ ଲାଇନ
୮. ବରଗଡ଼ ରୋଡ଼-ନୂଆପଡା ରୋଡ଼ ନୂତନ ରେଳ ଲାଇନ।

ଏହାବ୍ୟତୀତ କଳାହାଣ୍ଡି ଠାରୁ ଆରମ୍ଭ କରି ମାଲକାନଗିରି ଓ କୋରାପୁଟ ପର୍ଯ୍ୟନ୍ତ ରେଳ ସଂଯୋଗ ପ୍ରକଳ୍ପ ମଞ୍ଜୁର କରାଯାଇଛି। ବାରକୋଟ-ଝାରସୁଗୁଡ଼ା ରେଳ ଲାଇନ ପ୍ରକଳ୍ପ କାର୍ଯ୍ୟକାରୀ ପାଇଁ ପଦକ୍ଷେପ ନିଆଯାଇଥିବା ରେଳ ମନ୍ତ୍ରୀ ସୂଚନା ଦେଇଥିଲେ।

ଏହି ଅବସରରେ ସମ୍ବଲପୁର ସାଂସଦ ତଥା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଓଡ଼ିଶା ଇତିହାସରେ ଯାହା କେବେ ହୋଇନଥିଲା ବିଗତ ୧୦ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେହି ସମ୍ଭାବନାକୁ ଓଡ଼ିଶା ପାଇଁ ତିଆରି କରିଥିବାରୁ ରାଜ୍ୟବାସୀଙ୍କ ତରଫରୁ ତାଙ୍କୁ ଅଶେଷ କୃତଜ୍ଞତା। ଗତ ଦଶନ୍ଧିରେ ପାଖାପାଖି ୭୫ ହଜାର କୋଟି ଟଙ୍କାର ରେଳ ବଜେଟ ବ୍ୟବସ୍ଥା କରାଯାଇଛି। ଏବେ ରାୟଗଡ଼ାରେ ଏକ ନୂଆ ଡିଭିଜନ ହେବ। ୱାଲଟିୟର ଡିଭିଜନରୁ ଓଡ଼ିଶା ଅଞ୍ଚଳକୁ ବାଦ ଦେଇ ଗୋଟିଏ ନୂଆ ଡିଭିଜନ ହେବ। ଏହା ଓଡ଼ିଶାର ରେଳ ଭିତ୍ତିଭୂମି କ୍ଷେତ୍ରରେ ଗୋଟିଏ ବଡ଼ ଉପଲବ୍ଧି। ରାଜ୍ୟର ଆର୍ଥିକ ହିତ ମଧ୍ୟ ବଜାୟ ରହିବ ବୋଲି ରେଳ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଏଥିପାଇଁ ତାଙ୍କୁ ଧନ୍ୟବାଦ।

ଏହାଦ୍ୱାରା ସମସ୍ତଙ୍କ ମନରେ ଥିବା ଆଶଙ୍କା ଦୂର ହୋଇଛି। ଶ୍ରୀ ପ୍ରଧାନ କହିଛନ୍ତି, ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କୁ ମଧ୍ୟ କୃତଜ୍ଞତା ଜଣାଉଛି, କାରଣ ତାଙ୍କର ୧୦ ବର୍ଷର ଶାସନ କାଳରେ ରେଳବାଇରେ ଓଡ଼ିଶାର ସବୁଠୁ ଅଧିକ ଲାଭ ହୋଇଛି। ପୂର୍ବୋଦୟ ପରିକଳ୍ପନାର ସବୁଠୁ ସଫଳ କାର୍ଯ୍ୟକାରିତା ରେଳବାଇ କ୍ଷେତ୍ରରେ ହୋଇଛି।

ଏହି ଅବସରରେ କଟକ ସାଂସଦ ଭର୍ତ୍ତୃହରି ମହତାବ, ବ୍ରହ୍ମପୁର ସାଂସଦ ଡକ୍ଟର ପ୍ରଦୀପ ପାଣିଗ୍ରାହୀ, ଯାଜପୁର ସାଂସଦ ରବୀନ୍ଦ୍ର କୁମାର ବେହେରା, ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, ଆସିକା ସାଂସଦ ଅନୀତା ଶୁଭଦର୍ଶିନୀ, ମୟୂରଭଞ୍ଜ ସାଂସଦ ନବଚରଣ ମାଝୀ, ଜଗତସିଂହପୁର ସାଂସଦ ବିଭୁପ୍ରସାଦ ତରାଇ, ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, କଳାହାଣ୍ଡି ସାଂସଦ ମାଳବିକା ଦେବୀ ପ୍ରମୁଖ ଉପସ୍ଥିତ ଥିଲେ।

ଅଶ୍ୱିନୀ ବୈଷ୍ଣବ କେନ୍ଦ୍ର ରେଳମନ୍ତ୍ରୀ ପୂର୍ବତଟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଅତ୍ୟାଧୁନିକ ଚିକିତ୍ସା ସୁବିଧାର ଉଦ୍‌ଘାଟନ 

August 15, 2026

SEBIର ବଡ଼ ନିଷ୍ପତ୍ତି: ଭାରତ ନଆସି ଡିଜିଟାଲ୍ KYC ପୂରଣ କରିପାରିବେ ବିଦେଶରେ ରହୁଥିବା NRI  

August 15, 2026

ଖୋରଧାରେ ୮୦ ତମ ସ୍ବାଧିନତା ଦିବସ ମହା ସମାରୋହରେ ପାଳିତ

August 15, 2026

‘ମିଛ କହିବାର ସ୍ଥାନ ନୁହେଁ ଲାଲକିଲ୍ଲା’: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଅଖିଳେଶ ଯାଦବଙ୍କ କଟାକ୍ଷ

August 15, 2026
Latest News

ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଅତ୍ୟାଧୁନିକ ଚିକିତ୍ସା ସୁବିଧାର ଉଦ୍‌ଘାଟନ 

August 15, 2026

SEBIର ବଡ଼ ନିଷ୍ପତ୍ତି: ଭାରତ ନଆସି ଡିଜିଟାଲ୍ KYC ପୂରଣ କରିପାରିବେ ବିଦେଶରେ ରହୁଥିବା NRI  

August 15, 2026

ଖୋରଧାରେ ୮୦ ତମ ସ୍ବାଧିନତା ଦିବସ ମହା ସମାରୋହରେ ପାଳିତ

August 15, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

‘ମିଛ କହିବାର ସ୍ଥାନ ନୁହେଁ ଲାଲକିଲ୍ଲା’: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଅଖିଳେଶ ଯାଦବଙ୍କ କଟାକ୍ଷ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.