Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେଲେ ଦେବେନ୍ଦ୍ର ଫଡନାଭିସ୍, ଏକନାଥ ସିନ୍ଦେ-ଅଜିତ ପାୱାର ହେଲେ ଉପ ମୁଖ୍ୟମନ୍ତ୍ରୀ
ଆଜିର ଖବର

ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେଲେ ଦେବେନ୍ଦ୍ର ଫଡନାଭିସ୍, ଏକନାଥ ସିନ୍ଦେ-ଅଜିତ ପାୱାର ହେଲେ ଉପ ମୁଖ୍ୟମନ୍ତ୍ରୀ

December 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ କିଛି ଦିନ ହେବ ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ଆଜି ମହୁୟୁତୀ ମେଣ୍ଟର ଏକ ନୂତନ ସରକାର ଗଠନ କରାଯାଇଛି। ଦକ୍ଷିଣ ମୁମ୍ବାଇର ଆଜାଦ ମଇଦାନରେ ଏକ ବିଶାଳ ସମାରୋହରେ ଦେବେନ୍ଦ୍ର ଫଡନାଭିସ୍ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହା ସହିତ ନୂତନ ସରକାରରେ ଦୁଇ ଜଣ ଡେପୁଟି ସିଏମ୍ ନିଯୁକ୍ତ ହୋଇଛନ୍ତି। ଶିବସେନା ମୁଖ୍ୟ ଏକନାଥ ସିନ୍ଦେ ଏବଂ ଏନସିପି ମୁଖ୍ୟ ଅଜିତ ପାୱାର ଡେପୁଟି ସିଏମ ଦାୟିତ୍ଵ ପାଇଛନ୍ତି।

ମହାରାଷ୍ଟ୍ର ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନ୍ ଦେବେନ୍ଦ୍ର ଫଡନାଭିସ୍, ଏକନାଥ ସିନ୍ଦେ ଏବଂ ଅଜିତ ପାୱାରଙ୍କୁ ଶପଥ ଗ୍ରହଣ କରାଇଛନ୍ତି। ଦେବେନ୍ଦ୍ର ଫଡନାଭିସ୍ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବ ସରକାରରେ ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ଥିବାବେଳେ ବିଜେପି ନେତା ଦେବେନ୍ଦ୍ର ଫଡନାଭିସ୍ ଏବଂ ଏନସିପି ସଭାପତି ଅଜିତ ପାୱାର ଉପ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଉଥିଲେ। ବର୍ତ୍ତମାନ ନୂତନ ସରକାରରେ ନେତୃତ୍ୱ ବଦଳିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ବହୁ କେନ୍ଦ୍ର ମନ୍ତ୍ରୀ, ମହାୟୁତୀ ସହଯୋଗୀ ଦଳର ବହୁ ବରିଷ୍ଠ ନେତା ତଥା ବହୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପ ମୁଖ୍ୟମନ୍ତ୍ରୀ ମଧ୍ୟ ମୁମ୍ବାଇର ଆଜାଦ ମଇଦାନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ଭାଗ ନେଇଥିଲେ। ଅସନ୍ତୋଷର କଳ୍ପନା ମଧ୍ୟରେ ଶିବସେନା ମୁଖ୍ୟ ଏକନାଥ ସିନ୍ଦେ ଉପ ମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରି ଶେଷ ମୁହୂର୍ତ୍ତରେ ଶପଥ ଗ୍ରହଣ କରିଛନ୍ତି।

ajit pawar Devendra Fadnavis eknath shinde Maharashtra News
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱାକୁ ପିଟିଲା ବିଏମଡବ୍ଲୁ କାର,୨ ମୃତ

June 13, 2026

ଘରଭଡ଼ା ନିୟମରେ ବଡ଼ ପରିବର୍ତ୍ତନ, ଆସୁଛି ନୂଆ ଆଇନ

June 13, 2026

DG ପଦବୀ ପାଇଁ ୩୩ IPS ମନୋନୀତ : ଓଡ଼ିଶା କ୍ୟାଡରର ଦୁଇ ବରିଷ୍ଠ ଅଧିକାରୀ ସ୍ଥାନ ପାଇଲେ

June 13, 2026

ଜୁନ ୨୫ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ତୃତୀୟ ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ

June 13, 2026
Latest News

ହାଇୱାକୁ ପିଟିଲା ବିଏମଡବ୍ଲୁ କାର,୨ ମୃତ

June 13, 2026

ଘରଭଡ଼ା ନିୟମରେ ବଡ଼ ପରିବର୍ତ୍ତନ, ଆସୁଛି ନୂଆ ଆଇନ

June 13, 2026

DG ପଦବୀ ପାଇଁ ୩୩ IPS ମନୋନୀତ : ଓଡ଼ିଶା କ୍ୟାଡରର ଦୁଇ ବରିଷ୍ଠ ଅଧିକାରୀ ସ୍ଥାନ ପାଇଲେ

June 13, 2026

ଜୁନ ୨୫ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ତୃତୀୟ ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ

June 13, 2026

ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମାଥ୍‌ମାଟିକ୍ସ- ଏକାମ୍ର କାନନ ୬ ଲେନ୍ ବିଶିଷ୍ଟ ରାସ୍ତା ଉଦ୍‌ଘାଟନ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.