Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୁଧବାର ପିଏମ ଇ-ବିଦ୍ୟା ଡିଟିଏଚକୁ ଲୋକାର୍ପଣ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

ବୁଧବାର ପିଏମ ଇ-ବିଦ୍ୟା ଡିଟିଏଚକୁ ଲୋକାର୍ପଣ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

December 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ବୁଧବାର ଦିନ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାଙ୍କେତିକ ଭାଷାର ପିଏମ ଇ-ବିଦ୍ୟା ଡିଟିଏଚ ଚ୍ୟାନେଲ ନମ୍ବର ୩୧କୁ ଲୋକାର୍ପଣ କରିବେ। କେନ୍ଦ୍ର ଶିକ୍ଷା ତଥା ଦକ୍ଷତା ବିକାଶ ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। ବହୁ ସଂଖ୍ୟାରେ ବଧିର ପିଲା, ସ୍ୱତନ୍ତ୍ର ପ୍ରଶିକ୍ଷକ, ଆଏସଏଲ ସ୍ୱୀକୃତିପ୍ରାପ୍ତ ବ୍ୟାଖ୍ୟାକାର ଓ ଅନେକ ବଧିର ଅନୁଷ୍ଠାନର ପଦାଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଯୋଗ ନେବେ।

ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ବଧିର ପିଲାଙ୍କୁ ଏକ ଶୈକ୍ଷିକ ବାତାବରଣ ଦେବା ଲାଗି ଭାରତୀୟ ସାଙ୍କେତିକ ଭାଷାକୁ ଉନ୍ନତ କରାଯାଉଛି। ଏନଇପି ବା ଜାତୀୟ ଶିକ୍ଷାନୀତିର ପାରା ୪.୨୨ ଅନୁସାରେ ଭାରତୀୟ ସାଙ୍କେତିକ ଭାଷା ବା ଆଇଏସଏଲକୁ ସାରା ଦେଶରେ ପ୍ରଚଳନ କରାଯିବ। ବଧିର ପିଲାଙ୍କ ପଢିବା ଲାଗି ବି କେନ୍ଦ୍ର ଓ ରାଜ୍ୟ ପାଠ୍ୟ ଖସଡାରେ ବିଭିନ୍ନ ଉପକରଣ ସାମିଲ କରାଯାଇଛି। ତେବେ ସ୍ଥଳ ବିଶେଷରେ ସ୍ଥାନୀୟ ଭାଷାକୁ ଗୁରୁତ୍ୱ ବି ଦିଆଯିବ ବୋଲି କୁହାଯାଇଛି।

ଭାରତୀୟ ସାଙ୍କେତିକ ଭାଷା ବା ଆଇଏସଏଲକୁ ବିଦ୍ୟାଳୟର ଏକ ଭାଷା ଭିତିକ ପାଠ୍ୟକ୍ରମ ଭାବରେ ସାମିଲ କରିବାକୁ ଲକ୍ଷ୍ୟ ରଖି ଏହି ପିଏମ ଇ-ବିଦ୍ୟା ଚ୍ୟାନେଲ ଲୋକାର୍ପଣ କରାଯିବ। ଉଭୟ କେନ୍ଦ୍ର ଓ ରାଜ୍ୟ ପାଠ୍ୟ ଖସଡାର ବଧିର ଛାତ୍ରଛାତ୍ରୀ, ଶିକ୍ଷକ, ପ୍ରଶିକ୍ଷକ, ନିଯୁକ୍ତି ପ୍ରଶିକ୍ଷଣର ବିଭିନ୍ନ ଅଂଶୀଦାରଙ୍କ ଲାଗି ଏହି ଚ୍ୟାନେଲ ବହୁ ଗୁରୁତ୍ୱପୂର୍ଣ ଭୂମିକା ନିଭାଇବ। ବଧିର ପିଲାଙ୍କ ଦକ୍ଷତା ପ୍ରଶିକ୍ଷଣ, ମାନସିକ ସ୍ୱାସ୍ଥ୍ୟ, ଶ୍ରେଣୀ ଭିତିକ ପାଠ୍ୟଖସଡା ତଥା ଯୋଗାଯୋଗ ଦକ୍ଷତା କ୍ଷେତ୍ରରେ ଏହି ଚ୍ୟାନେଲ କାମ କରିବ। ଇଂରାଜୀ, ହିନ୍ଦୀ ପରି ଆଇଏସଏଲ ବା ଏହି ସାଙ୍କେତିକ ଭାଷାକୁ ଏକ ଭାଷାର ମାନ୍ୟତା ଦେବା ଲାଗି ଏହି ଡିଟିଏଚ ଚ୍ୟାନେଲ ପ୍ରମୁଖ ଭୂମିକା ନିଭାଇବ।

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପିଏମ ଇ-ବିଦ୍ୟା ଡିଟିଏଚ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.