Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଷ୍ଚାଦଶ ପ୍ରବାସୀ ଭାରତୀୟ ଦିବସ ପାଇଁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ
ଆଜିର ଖବର

ଅଷ୍ଚାଦଶ ପ୍ରବାସୀ ଭାରତୀୟ ଦିବସ ପାଇଁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

December 7, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଡିଜିପି
ଓଡ଼ିଶା ପୋଲିସର ଐତିହାସିକ ସଫଳତା: ୬୫୪ ଆନ୍ତଃରାଜ୍ୟ ନିଶା ବେପାରୀ ଗିରଫ

ଭୁବନେଶ୍ଵର: ଆଗାମୀ ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଛି ଅଷ୍ଚାଦଶ ପ୍ରବାସୀ ଭାରତୀୟ ଦିବସ। ଏହି ଦିବସକୁ ଶୃଙ୍ଖଳିତ ତଥା ସୁଚାରୁରୂପେ ଆୟୋଜନ ପ୍ରସ୍ତୁତି ସଂପର୍କରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ତ୍ରିଦିବସୀୟ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପୋଲିସ ବିଭାଗର ପ୍ରସ୍ତୁତି ସଂପର୍କରେ ବିଶଦ ଭାବେ ଆଲୋଚନା କରାଯାଇଥିଲା।

ଏହି ସମ୍ମିଳନୀରେ କେନ୍ଦ୍ର ସରକାରଙ୍କ ବରିଷ୍ଠ ମନ୍ତ୍ରୀ, ଅତିଥି, ପ୍ରବାସୀ ଭାରତୀୟ ଏବଂ ବୈଦେଶିକ ବ୍ୟାପାର ବିଭାଗ ଅଧିକାରୀମାନଙ୍କ  ବହୁ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତିବିଶେଷ ଯୋଗ ଦେବେ। ଏହାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ଆୟୋଜନ କରିବାକୁ ଡିଜିପି ଶ୍ରୀ ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି। ଭିଭିଆଇପିଙ୍କ ନିମନ୍ତେ ସୁରକ୍ଷା ବ୍ୟବସ୍ଥା, ଜନତା ମଇଦାନ ଠାରେ କାର୍ଯ୍ୟକ୍ରମ ସ୍ଥଳରେ ଭି.ଭି.ଆଇ.ପି, ଅତିଥି,ପ୍ରବାସୀ ଭାରତୀୟ, ସ୍ଥାନୀୟ ଦର୍ଶକମାନଙ୍କ ବସିବା ବ୍ୟବସ୍ଥା, ଯାନବାହାନ ପାର୍କିଂ ସ୍ଥଳ, ଉତ୍ସବ ସ୍ଥଳରେ ସୁରକ୍ଷା ବ୍ୟବସ୍ଥା ସହ ଆନୁଷଙ୍ଗିକ ପ୍ରସ୍ତୁତି ସଂପର୍କରେ  ବିସ୍ତୃତ ଭାବେ ସମୀକ୍ଷା କରିଥିଲେ।

ଏହି ପରିପ୍ରେକ୍ଷୀରେ ବିଭିନ୍ନ ହୋଟେଲରେ ଅତିଥିଙ୍କ ସୁରକ୍ଷିତ ରହଣି ପାଇଁ ସମସ୍ତ ପଦକ୍ଷେପ ନେବାକୁ ଡିଜିପି ନିର୍ଦେଶ ଦେଇଛନ୍ତି। ଏହା ସହ ପ୍ରବାସୀ ଭାରତୀୟ ମାନେ ଓଡ଼ିଶାର ବିଭିନ୍ନ ଦର୍ଶନୀୟ ସ୍ଥାନ ପରିଦର୍ଶନ ପାଇଁ ଯିବାକୁ ଥିବାରୁ ଭୁବନେଶ୍ୱର, କଟକ ଓ ପୁରୀ ଆଦିରେ ସୁରକ୍ଷା ବ୍ୟବସ୍ଥା ବଢାଇବା ସଂକ୍ରାନ୍ତରେ ଡିଜିପି ଗୁରୁତ୍ୱାରୋପ କରିଥିଲେ।

ଏହା ସହ ରାଜଧାନୀ ଭୁବନେଶ୍ୱର ସମେତ କଟକ, ପୁରୀ, କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ଥିବା ହୋଟେଲ ଗୁଡିକର କଡାକଡ଼ି ଯାଞ୍ଚ କରିବାକୁ ମଧ୍ୟ ଡିଜିପି ନିର୍ଦେଶ ଦେଇଛନ୍ତି। ନିୟମିତ ବ୍ୟବଧାନରେ ହୋଟେଲ ଗୁଡିକର ଯାଞ୍ଚ, ଅତିଥିଙ୍କ ସମ୍ପୂର୍ଣ୍ଣ ବିବରଣୀ ସମ୍ପର୍କରେ ସମସ୍ତ ତଥ୍ୟ ପୋଲିସ ନିକଟରେ ରହିବା ଆବଶ୍ୟକ ଏବଂ ଏହାର ସଠିକ ତଦାରଖ କରିବାକୁ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ।

ଏହା ସହ ସହରଗୁଡିକରେ ସିସିଟିଭି ବ୍ୟବସ୍ଥାର ସୁପରିଚାଳନା, ଟ୍ରାଫିକ ବନ୍ଦୋବସ୍ତକୁ ଶୃଙ୍ଖଳିତ କରିବା ଉପରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।

ଉକ୍ତ ବୈଠକରେ (ଗୁଇନ୍ଦା) ନିର୍ଦ୍ଦେଶକ, ଆର. ପି. କୋଚେ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନୀକିକରଣ), ଏସ. କେ. ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ପୋଲିସ କମିଶନର (କଟକ-ଭୁବନେଶ୍ବର), ଏସ. ଦେବଦତ୍ତ ସିଂ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଦୟାଲ ଗଙ୍ଗୱାର, ଅତିରିକ୍ତ ପୋଲିସ କମିଶନର (କଟକ-ଭୁବନେଶ୍ବର), ଡ଼. ଉମାଶଙ୍କର ଦାଶ, ଡି. ଆଇ. ଜି (କେନ୍ଦ୍ରାଞ୍ଚଳ) ଚରଣ ସିଂ ମିନା,   ଡିସିପି (ଭୁବନେଶ୍ବର), ପିନାକ ମିଶ୍ର, ଏସ.ପି, (ରାଜ୍ୟ ମୁଖ୍ୟାଳୟ), ବାତୁଳା  ଗଙ୍ଗାଧର, ଡିସିପି (କଟକ), ଜଗମୋହନ ମିନା ପ୍ରମୁଖ ଉପସ୍ଥିତ ଥିଲେ।

ଜନତା ମଇଦାନ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟ ପ୍ରବାସୀ ଭାରତୀୟ ଦିବସ ଯୋଗେଶ ବାହାଦୁର ଖୁରାନିଆ ସମୀକ୍ଷା ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଛେଳି ଚରାଉଥିବା ବେଳେ ବଜ୍ରପାତରେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ଦାବି

April 6, 2026

ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣଙ୍କ ଦର୍ଶନ

April 6, 2026

ଏପ୍ରିଲ ୬ ତାରିଖ ସୋମବାର ଦିନ ଛଅଟି ରାଶି ପାଇଁ ରହିଛି ଆଶ୍ଚର୍ଯ୍ୟ ଜନକ ଖବର

April 6, 2026

ସଡ଼କ ଦୁର୍ଘଟଣାରେ ପିତା ମୃତ: ପୁଅ ଗୁରୁତର

April 5, 2026
Latest News

ଛେଳି ଚରାଉଥିବା ବେଳେ ବଜ୍ରପାତରେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ଦାବି

April 6, 2026

ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣଙ୍କ ଦର୍ଶନ

April 6, 2026

ଏପ୍ରିଲ ୬ ତାରିଖ ସୋମବାର ଦିନ ଛଅଟି ରାଶି ପାଇଁ ରହିଛି ଆଶ୍ଚର୍ଯ୍ୟ ଜନକ ଖବର

April 6, 2026

ସଡ଼କ ଦୁର୍ଘଟଣାରେ ପିତା ମୃତ: ପୁଅ ଗୁରୁତର

April 5, 2026

କାଠଯୋଡି ସେତୁ ଟେଣ୍ଡର ବିବାଦକୁ ନେଇ ସରକାରଙ୍କୁ ଘେରିଲା କଂଗ୍ରେସ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.