Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ରାଜଧାନୀରେ ବିଶାଳ ଶିକ୍ଷକ ସମାବେଶ: ଜାଣନ୍ତୁ କ’ଣ ରହିଛି ଦାବି?
ଆଜିର ଖବର

ଆସନ୍ତାକାଲି ରାଜଧାନୀରେ ବିଶାଳ ଶିକ୍ଷକ ସମାବେଶ: ଜାଣନ୍ତୁ କ’ଣ ରହିଛି ଦାବି?

December 9, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଭିନ୍ନ ସମସ୍ୟା ନେଇ ହଜାର ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀମାନେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ବ୍ୟାନରରେ ଆଗାମୀ ଡିସେମ୍ବର ମାସ ୧୦ ତାରିଖରେ ରାଜଧାନୀର ରାଜରାସ୍ତାରେ ଏକ ବିଶାଳ ଶିକ୍ଷକ ସମାବେଶ ସଂଗଠିତ କରିବାକୁ ଯାଉଛନ୍ତି ବୋଲି ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶ ପ୍ରେସ୍‌ମିଟ୍ ଜରିଆରେ ଗଣମାଧ୍ୟମକୁ ଜଣାଇଛନ୍ତି। ସମସ୍ତ ଅନୁଦାନ ଯୋଗ୍ୟ ବିଦ୍ୟାଳୟକୁ ତୁରନ୍ତ ଅନୁଦାନ ପ୍ରଦାନ କରିବା ଏବଂ ଅବସର ନେଉଥିବା ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କୁ ପେନସନ୍‌, ଅବସରକାଳୀନ ସୁବିଧା, ଚାକିରି ସର୍ତ୍ତାବଳୀ ପ୍ରଦାନ କ୍ଷେତ୍ରରେ ସରକାର ଅହେତୁକ ବିଳମ୍ବ କରୁଥିବା ପ୍ରତିବାଦରେ ଏ ସମାବେଶ ଅନୁଷ୍ଠିତ ହେଉଛି ବୋଲି ସମନ୍ୱୟ ସମିତି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

୨୦୦୪ ରୁ ୨୦୨୪ ବର୍ଷ ମଧ୍ୟରେ ୫୦୦୦ରୁ ଊର୍ଦ୍ଧ୍ୱ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ ଶୂନ୍ୟ ହସ୍ତରେ ଅବସର ନେଇଛନ୍ତି ଓ ମୃତ୍ୟୁବରଣ କରିଛନ୍ତି। ଏହା ଅତ୍ୟନ୍ତ ଦୁଃଖ ଓ ପରିତାପର ବିଷୟ। ପ୍ରବାଦ ପୁରୁଷ ସ୍ୱଗର୍ତ ବିଜୁବାବୁ ୧୯୯୪ ମସିହାରେ ୩୦୧୨ ବିଦ୍ୟାଳୟକୁ ସରକାରୀକରଣ କରାଇଥିଲେ। ତେଣୁ ନୂତନ ସରକାର ୩୦ ବର୍ଷ ପରେ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ସରକାରୀକରଣ କଲେ ସମସ୍ତ ସମସ୍ୟାର ସମାଧାନ ହୋଇପାରିବ।

ଅନୁଦାନ ଯୋଗ୍ୟ ବିଦ୍ୟାଳୟକୁ ଅନୁଦାନ ପ୍ରଦାନ କରିବା, ରାଜ୍ୟର ସମସ୍ତ ନୂତନ ଅନୁଦାନ ପ୍ରାପ୍ତ ସ୍କୁଲ କଲେଜକୁ ଉଚ୍ଚନ୍ୟାୟାଳୟଙ୍କ ନିର୍ଦ୍ଦେଶାନୁସାରେ ଚାକିରି ସର୍ତ୍ତାବଳୀ ସହିତ ପେନ୍‌ସନ୍ ପ୍ରଦାନ କରିବା ଏବଂ ପୂର୍ଣ୍ଣ ଅନୁଦାନରୁ ବଞ୍ଚିତ ହୋଇଥିବା ବିଦ୍ୟାଳୟକୁ ପୂର୍ଣ୍ଣ ଅନୁଦାନ ପ୍ରଦାନ କରିବା, ନୂତନ ପେନ୍‌ସନ୍ ବ୍ୟବସ୍ଥାକୁ ବାତିଲ କରି ପୂର୍ବ ପ୍ରଚଳିତ ପୁରୁଣା ପେନ୍‌ସନ୍ ବ୍ୟବସ୍ଥା ଲାଗୁ କରିବା, ୨୦୦୪ ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ୬ଟି ନୋସ୍‌ନାଲ ଇନ୍‌କ୍ରିମେଣ୍ଟ ଦେବା ସହିତ ବରିଷ୍ଠତା ପ୍ରଦାନ କରିବା, ୨୦୦୪ ମସିହାଠାରୁ ଅଦ୍ୟାବଧି ଅବସର ନେଇଥିବା ଏବଂ ଆଗାମୀ ଦିନରେ ଅବସର ନେବାକୁ ଥିବା ଶିକ୍ଷକ କର୍ମଚାରୀ ମାନଙ୍କୁ ପେନ୍‌ସନ୍ ଓ ଅବସରକାଳୀନ ସୁବିଧା ପ୍ରଦାନ କରିବା, ସମସ୍ତ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ସରକାରୀ କରଣ, ଗ୍ରେଡ଼୍‌ପେ ରେ ଥିବା ଅସଙ୍ଗତି ଦୂରୀକରଣ, ସମାନ କାମକୁ ସମାନ ଦରମା ସହିତ ଅବସର ବୟସସୀମା ୬୦ ରୁ ୬୨ ବର୍ଷକୁ ବୃଦ୍ଧି କରିବା ଏବଂ ରାଜ୍ୟର ସମସ୍ତ ବେସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପାଇଁ ସମାନ ସରକାରୀ ସୁବିଧା ସୁଯୋଗ ଯଥା- ଶିକ୍ଷାଉପକରଣ, ପୋଷାକ ଓ ସାଇକେଲ ଆଦି ଯୋଗାଇ ଦେବା ଇତ୍ୟାଦି। ୨୫ରୁ ୩୦ ବର୍ଷ ବିନା ପାରିଶ୍ରମିକରେ ବୁଭୁକ୍ଷୁ ଅବସ୍ଥାରେ କାର୍ଯ୍ୟ କରୁଥିବା ଅନୁଦାନ ଯୋଗ୍ୟ ସ୍କୁଲ କଲେଜର ଶିକ୍ଷକ କର୍ମଚାରୀମାନଙ୍କର ଏହି ସବୁ ଅସମାହିତ ସମସ୍ୟାର ସମାଧାନ ନିମନ୍ତେ ଓଡ଼ିଶାର ବହୁ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ଗାନ୍ଧିମାର୍ଗରେ ଡିସେମ୍ବର ମାସ ୧୦ ତାରିଖରେ ସମବେତ ହେବେ।

ଆସନ୍ତା କାଲି ଡିସେମ୍ବର ୧୦ ତାରିଖରେ ହଜାର ହଜାର ଶିକ୍ଷକ ଓ ଶିକ୍ଷାକର୍ମଚାରୀ କଂଗ୍ରେସଭବନ ଠାରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଲୋୟର୍ ପିଏମଜି୍ ଅଭିମୁଖେ ଅଗ୍ରସର ହେବେ । ବିଧାନସଭା ସମ୍ମୁଖସ୍ଥ ଗାନ୍ଧିମାର୍ଗରେ ସଭା ଅନୁଷ୍ଠିତ ହେବ। ଉକ୍ତ ସଭାରେ ବୁଦ୍ଧିଜୀବୀ, ବିଶିଷ୍ଟ ବ୍ୟକ୍ତି ଓ ବିଧାୟକମାନେ ଉପସ୍ଥିତି ରହି ଉଦ୍‌ବୋଧନ ଦେବେ। ରାଜ୍ୟ ସରକାର ତୁରନ୍ତ ସମନ୍ୱୟ ସମିତିର ନେତୃତ୍ୱ ମାନଙ୍କ ସହିତ ଆଲୋଚନା କରି ସମସ୍ୟା ସମାଧାନର ରାସ୍ତା ବାହାର କରିବା ପାଇଁ ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶଙ୍କ ସମେତ ସମନ୍ୱୟ ସମିତିର ସଭାପତି ସୁକାନ୍ତ କୁମାର ବେହେରା ଓ ଅକ୍ଷୟ କୁମାର ମିଶ୍ର, ବିକ୍ରମ କୁମାର ଦାସ, ପ୍ରମୋଦ କୁମାର ହୋତା, ହରେକୃଷ୍ଣ ପାଣିଗ୍ରାହୀ, ଗରୁଡ଼ ଚନ୍ଦ୍ର ସାହୁ, ରଞ୍ଜନ କୁମାର ପଣ୍ଡା, ଏମ୍‌.ଏ.କାସିମ୍ ବେଗ୍‌, ପ୍ରଶାନ୍ତ କୁମାର ପତି, କଳିଙ୍ଗ କେଶରୀ ପ୍ରଧାନ, ସୁରେଶ ଚନ୍ଦ୍ର ଦାସ, ରାଜା ଓସିମ୍‌, ନୀଳମଣି ପୁରୋହିତ, ବ୍ରଜ କିଶୋର ବିଶ୍ୱାଳ, ଅଶୋକ କୁମାର ମହାପାତ୍ର, ଶଙ୍କର କୁମାର ସୁବୁଦ୍ଧି, ରାଜଲକ୍ଷ୍ମୀ ବେହେରା, ଜୟନ୍ତୀ ବଳ, ମାଣିକେଶ୍ୱର ସ୍ୱାଇଁ, ରମାକାନ୍ତ ମହାପାତ୍ର, ପ୍ରଦୀପ କୁମାର ମଙ୍ଗରାଜ, ନବକୁମାର ପଣ୍ଡା ଏବଂ ମଧୁସୂଦନ ଦେ ପ୍ରମୁଖ ସରକାରଙ୍କୁ ଦୃଢ଼ ଦାବୀ ଜଣାଇଛନ୍ତି।

ଅନୁଦାନ ଯୋଗ୍ୟ ବିଦ୍ୟାଳୟ ପେନସନ୍ ବିଶାଳ ଶିକ୍ଷକ ସମାବେଶ
Share. Facebook Twitter LinkedIn Email WhatsApp Copy Link

Related Posts

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026
Latest News

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.