Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଂଲାଦେଶରେ ହିନ୍ଦୁଙ୍କ ଉପରେ ଅତ୍ୟାଚାର ବିରୋଧରେ ସଭା ଓ ଶୋଭାଯାତ୍ରା
ଆଜିର ଖବର

ବାଂଲାଦେଶରେ ହିନ୍ଦୁଙ୍କ ଉପରେ ଅତ୍ୟାଚାର ବିରୋଧରେ ସଭା ଓ ଶୋଭାଯାତ୍ରା

December 9, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଭାରତର ପଡ଼ୋଶୀ ରାଷ୍ଟ୍ର ବାଂଲାଦେଶରେ ହିନ୍ଦୁଙ୍କ ଉପରେ ଅତ୍ୟାଚାର ଘଟଣାକୁ ବିରୋଧ କରି ନୟାଗଡ଼ ହିନ୍ଦୁ ସୁରକ୍ଷା ମଞ୍ଚ ତରଫରୁ ସନ୍ତୋଷ ପ୍ରଧାନଙ୍କ ନେତୃତ୍ବରେ ଏକ ଶୋଭାଯାତ୍ରା କରାଯାଇଛି। ନୟାଗଡ଼ ଖଣ୍ଡପଡ଼ା ରୋଡ଼ରେ ଅବସ୍ଥାପିତ ସିଦ୍ଧମହାବୀରଙ୍କ ପୀଠରୁ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲା। ଶୋଭାଯାତ୍ରାରେ ବହୁ ହିନ୍ଦୁପ୍ରେମୀ ଓ ସାଧୁସନ୍ଥ ବିଭିନ୍ନ ନାରା ଦେଇ ସହର ପରିକ୍ରମା କରିଥିଲେ।

ଏହାପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ସଭା କରାଯାଇଥିଲା। ଏଥିରେ ହିନ୍ଦୁପ୍ରେମୀ ଓ ସାଧୁସନ୍ଥମାନେ ହିନ୍ଦୁଙ୍କ ସୁରକ୍ଷା ସମ୍ପର୍କରେ ଆଲୋଚନା କରିଥିଲେ। କାର୍ଯ୍ୟକ୍ରମକୁ ବରିଷ୍ଠ ଆଇନଜୀବୀ ଚନ୍ଦ୍ରବିଜୟୀ ମିଶ୍ର ପରିଚାଳନା କରିଥିଲେ। ମଞ୍ଚ ପକ୍ଷରୁ ରାଷ୍ଟ୍ରପ୍ରତିଙ୍କ ଉଦ୍ଦେଶ୍ୟରେ ଏକ ସ୍କାରକ ପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଥିଲା। କେନ୍ଦ୍ର ସରକାର ହସ୍ତକ୍ଷେପ କରି ବାଂଲାଦେଶରେ ଥିବା ହିନ୍ଦୁଙ୍କ ଧନଜୀବନ ସୁରକ୍ଷା ଦିଗରେ ପଦକ୍ଷେପ ନେବା ପାଇଁ ମଞ୍ଚ ତରଫରୁ ଦାବି କରାଯାଇଛି।

ସରକାର ଏଥିପ୍ରତି ଦୃଷ୍ଟି ନଦେଲେ ଆଗାମୀ ଦିନରେ ମଞ୍ଚ ତରଫରୁ ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ହିନ୍ଦୁ ସୁରକ୍ଷା ମଞ୍ଚର ଆବାହକ ସନ୍ତୋଷ ପ୍ରଧାନ ସୂଚନା ଦେଇଛନ୍ତି। ଶାନ୍ତିଶୃଙ୍ଖଳା ରକ୍ଷାପାଇଁ ଟାଉନଥାନା ପୁଲିସ ଅଧିକାରୀ ରଶ୍ମିରଞ୍ଜନ ମହାପାତ୍ରଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।

ନୟାଗଡ ବାଂଲାଦେଶ ହିନ୍ଦୁ ସୁରକ୍ଷା ମଞ୍ଚ
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.