Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»73 ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ- 2025 ପାଇଁ ଡିଜିପି ଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ
ଆଜିର ଖବର

73 ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ- 2025 ପାଇଁ ଡିଜିପି ଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ

December 9, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ମାସରେ ଓଡିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ 73ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ – 2025 ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଚାମ୍ପିୟନସିପକୁ ଶୃଙ୍ଖଳିତ, ସୁପରିଚାଳନା ସମେତ ବ୍ୟାପକ ବନ୍ଦୋବସ୍ତର ଆୟୋଜନ ସଂକ୍ରାନ୍ତରେ ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଚାମ୍ପିୟନସିପରେ ଦେଶର 27ଟି ପୁରୁଷ ଏବଂ 10ଟି ମହିଳା ଟିମ ଅଂଶଗ୍ରହଣ କରିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଖେଳାଳିଙ୍କ ରହିବା ସ୍ଥାନ, ନିୟମିତ ଅଭ୍ୟାସ, ଅତିଥିଙ୍କୁ ସ୍ୱାଗତ, ଉଦଘାଟନ ଓ ଉଦଯାପନୀ ସମାରୋହକୁ ଶୃଙ୍ଖଳିତ ଭାବେ ଆୟୋଜନ କରିବାକୁ ଡିଜିପି ବୈଠକରେ ଉପସ୍ଥିତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଖେଳାଳିମାନେ କଳିଙ୍ଗ ଷ୍ଟାଡିୟମ ସମେତ ପୋଖରୀପୁଟ ଓ କିଟ କ୍ୟାମ୍ପସ ଗ୍ରାଉଣ୍ଡରେ ଅଭ୍ୟାସ କରିବେ। ଏଥି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ଏହି ଚାମ୍ପିୟନସିପରେ ବହୁ ଅନ୍ତର୍ଜାତୀୟ ହକି ଖେଳାଳିଙ୍କ ସମେତ ଭିଭିଆଇପି ଏବଂ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତି ବିଶେଷ ଯୋଗ ଦେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ଖେଳାଳିଙ୍କୁ ଆନୁସଙ୍ଗିକ ସୁବିଧା ସୁଯୋଗ ଯୋଗାଇ ଦେବା ଉପରେ ଡିଜିପି ବୈଠକରେ ଗୁରୁତ୍ୱାରୋପ କରିଥିଲେ।

ଉକ୍ତ ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନୀକିକରଣ), ଏସ. କେ. ପ୍ରିୟଦର୍ଶୀ, ନିର୍ଦ୍ଦେଶକ (ଏସସିଆରବି ଏବଂ ଏସଏଫଏସଏଲ), ଡ଼. ସନ୍ତୋଷ ବାଲା,  ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଦୟାଲ ଗଙ୍ଗୱାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସଏପି) ରାଜେଶ କୁମାର,  ଆଇଜିପି (ଟ୍ରେନିଂ) ଅନୁପ କୁମାର ସାହୁ, ଅତିରିକ୍ତ ପୋଲିସ କମିଶନର (କଟକ-ଭୁବନେଶ୍ବର), ଡ଼. ଉମାଶଙ୍କର ଦାଶ, ଡି.ଆଇ.ଜି.ପି (ଅପରେସନ), ଅଖିଳେଶ୍ବର ସିଂ, ଡି.ଆଇ.ଜି.ପି (ଏସଆଇଡବ୍ଲୁ), ଡ଼. କନୱର ବିଶାଲ ସିଂ ପ୍ରମୁଖ ଉପସ୍ଥିତ ଥିଲେ।

ଓଡିଶା ପୋଲିସ କଳିଙ୍ଗ ଷ୍ଟାଡିୟମ ଯୋଗେଶ ବାହାଦୁର ଖୁରାନିଆ ସର୍ବ ଭାରତୀୟ ହକି ଚାମ୍ପିୟନସିପ - 2025
Share. Facebook Twitter LinkedIn Email WhatsApp Copy Link

Related Posts

‘ଔରଙ୍ଗଜେବଙ୍କ ଭଳି ମାନସିକତା’: ଅଖିଳେଶ ଯାଦବଙ୍କ ଉପରେ ସଙ୍ଗୀତ ସୋମଙ୍କ କଡ଼ା ଆକ୍ରମଣ

September 12, 2026

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026
Latest News

ଭାରତ ପାଇଁ ବଡ଼ କୂଟନୈତିକ ବିଜୟ: ବ୍ରିକ୍ସ ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା

September 12, 2026

‘ଔରଙ୍ଗଜେବଙ୍କ ଭଳି ମାନସିକତା’: ଅଖିଳେଶ ଯାଦବଙ୍କ ଉପରେ ସଙ୍ଗୀତ ସୋମଙ୍କ କଡ଼ା ଆକ୍ରମଣ

September 12, 2026

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

୮୦ ଦଶକ ଫଟୋ ଟ୍ରେଣ୍ଡ୍‌ର ମୋହ: ଗୋଟିଏ ଫଟୋ ପାଇଁ ଖର୍ଚ୍ଚ ହେଉଛି ଲିଟର ଲିଟର ପାଣି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.