Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ପାଇଁ ସରକାରଙ୍କ ଉଦ୍ୟମ, ଗଠନ ହେବ ଟାସ୍କ ଫୋର୍ସ
ଆଜିର ଖବର

ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ପାଇଁ ସରକାରଙ୍କ ଉଦ୍ୟମ, ଗଠନ ହେବ ଟାସ୍କ ଫୋର୍ସ

December 10, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆସିକା ଚିନି କଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ। ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ମାନେ ସଦସ୍ୟ ଭାବେ ରହିବେ। ଆଜି ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ନିମନ୍ତେ ଲୋକସେବା ଭବନରେ ଅନୁଷ୍ଠିତ ଏକ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଚିନି କଳ ଏକ ପୁରାତନ ଚିନି କଳ। ଏହା ଉପରେ ଅନେକ ଚାଷୀ ନିର୍ଭର କରନ୍ତି। ତେଣୁ, ଏହାର ଉନ୍ନତିକରଣ ଓ ପୁନରୁଦ୍ଧାର କରିବା ପାଇଁ ପଦକ୍ଷେପ ନିଆଯିବା ଆବଶ୍ୟକ।

ଏହି ଟାସ୍କ ଫୋର୍ସ ମହାରାଷ୍ଟ୍ର ଏବଂ ଅନ୍ୟ ରାଜ୍ୟଗୁଡିକୁ ପରିଦର୍ଶନରେ ଯାଇ ସେଠାକାର ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରି ସେମାନଙ୍କ ସୁଚିନ୍ତିତ ମତାମତ ଦେବା ପରେ ଏହାର ରିପୋର୍ଟ ଆଧାରରେ ଚିନି କଳର ପୁନରୁଦ୍ଧାର କରାଯିବ।

ସୂଚନା ଯୋଗ୍ୟ, ଆସିକା ସମବାୟ ଚିନି କଳ ୧୯୫୬ ମସିହାରେ ସ୍ଥାପିତ ହୋଇଥିଲା। ୧୯୬୩ରେ ଏଠାରେ ଚିନି ଉତ୍ପାଦନ ଆରମ୍ଭ ହୋଇଥିଲା। ପରେ ଏହାର କ୍ଷମତା ବୃଦ୍ଧି ହୋଇ ଚିନି ସହ ଅନ୍ୟାନ୍ୟ ପଦାର୍ଥ ମଧ୍ୟ ଉତ୍ପାଦନ କରାଯାଉଛି। ତେବେ ବର୍ତ୍ତମାନ ଏହା ଲାଭଜନକ ସ୍ଥିତିରେ ନାହିଁ। ତେଣୁ ଏହାର ପୁନରୁଦ୍ଧାର ପାଇଁ ପଦକ୍ଷେପ ନେବା ପାଇଁ ନୂଆ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି।

ବୈଠକରେ ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତ କରଣ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅବକାରୀ, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ହସ୍ତ ତନ୍ତ, ବୟନ, ହସ୍ତ ଶିଳ୍ପ ଓ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ଶିଳ୍ପ ଓ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ଆସିକା ବିଧାୟକ ସରୋଜ କୁମାର ପାଢୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଅର୍ଥ, କୃଷି, ସମବାୟ ତଥା ଅବକାରୀ ବିଭାଗ ସଚିବ ଏବଂ ଗଞ୍ଜାମ ଜିଲ୍ଲାପାଳ ବୈଠକରେ ଉପସ୍ଥିତ ରହି ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ।

ଆସିକା ଚିନି କଳ ଟାସ୍କ ଫୋର୍ସ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ସେପ୍ଟେମ୍ବର ୧୬ରେ ଏଏନଟିଏଫ୍ ମୁଖ୍ୟମାନଙ୍କ ଦ୍ୱିତୀୟ ଜାତୀୟ ସମ୍ମିଳନୀ ଉଦଘାଟନ କରିବେ ଗୃହମନ୍ତ୍ରୀ

September 14, 2025

କେନ୍ଦ୍ର କୃଷିମନ୍ତ୍ରୀଙ୍କ ନେତୃତ୍ୱରେ ‘ବିକଶିତ କୃଷି ସଂକଳ୍ପ ଅଭିଯାନ’ର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ

September 14, 2025

ଭୁବନେଶ୍ବରରେ ହେବ ମଧ୍ୟସ୍ଥତା ମାଧ୍ୟମରେ ବିଭିନ୍ନ ମୋକଦ୍ଦମାର ସମାଧାନ

September 14, 2025

ଅକ୍ଟୋବର ୭ରୁ ଆରମ୍ଭ ହେବ ହବିଷ ବ୍ରତ

September 14, 2025
Latest News

ସେପ୍ଟେମ୍ବର ୧୬ରେ ଏଏନଟିଏଫ୍ ମୁଖ୍ୟମାନଙ୍କ ଦ୍ୱିତୀୟ ଜାତୀୟ ସମ୍ମିଳନୀ ଉଦଘାଟନ କରିବେ ଗୃହମନ୍ତ୍ରୀ

September 14, 2025

କେନ୍ଦ୍ର କୃଷିମନ୍ତ୍ରୀଙ୍କ ନେତୃତ୍ୱରେ ‘ବିକଶିତ କୃଷି ସଂକଳ୍ପ ଅଭିଯାନ’ର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ

September 14, 2025

ଭୁବନେଶ୍ବରରେ ହେବ ମଧ୍ୟସ୍ଥତା ମାଧ୍ୟମରେ ବିଭିନ୍ନ ମୋକଦ୍ଦମାର ସମାଧାନ

September 14, 2025

ଅକ୍ଟୋବର ୭ରୁ ଆରମ୍ଭ ହେବ ହବିଷ ବ୍ରତ

September 14, 2025

୧୦୮ ଆମ୍ବୁଲାନ୍ସ ଦ୍ୱାରା ଜରୁରୀକାଳୀନ ପରିସ୍ଥିତିରେ ପ୍ରଥମ ପ୍ରତିକ୍ରିୟାକାରୀ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ

September 14, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.