Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମିଳିତ ସମନ୍ୱୟ ସମିତି ତରଫରୁ ମୁଖ୍ୟମନ୍ତ୍ରୀଙ୍କ ସହିତ ସାକ୍ଷାତ ଆଲୋଚନା ଓ ଦାବିପତ୍ର ପ୍ରଦାନ
ଆଜିର ଖବର

ମିଳିତ ସମନ୍ୱୟ ସମିତି ତରଫରୁ ମୁଖ୍ୟମନ୍ତ୍ରୀଙ୍କ ସହିତ ସାକ୍ଷାତ ଆଲୋଚନା ଓ ଦାବିପତ୍ର ପ୍ରଦାନ

December 11, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି ପକ୍ଷରୁ ଏକ ମହାସମାବେଶ ଗତକାଲି ରାଜଧାନୀର ଗାନ୍ଧିମାର୍ଗରେ ଅନୁଷ୍ଠିତ ହୋଇଥିଲା। ଗତସନ୍ଧ୍ୟାରେ ଶିକ୍ଷକ କର୍ମଚାରୀ ମାନଙ୍କର ବହୁ ସମସ୍ୟାବଳୀ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ବାସଭବନରେ ସମନ୍ୱୟ ସମିତିର ପ୍ରତିନିଧି ମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ଆଲୋଚନା ସକରାତ୍ମକ ଥିଲା ବୋଲି ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶ ଏକ ପ୍ରେସ୍ ଇସ୍ତାହାରରେ କହିଛନ୍ତି।

ପ୍ରକାଶଥାଉ କି, ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ପକ୍ଷରୁ ଓଡ଼ିଶାର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ଏକ ପ୍ରତିନିଧି ଦଳ ସଭାପତି ସୁକାନ୍ତ କୁମାର ବେହେରା ଏବଂ ଆବାହକ ରଞ୍ଜନ କୁମାର ଦାଶଙ୍କ ନେତୃତ୍ୱରେ ଗତସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ପହଞ୍ଚି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଦାବିପତ୍ର ଗ୍ରହଣ କରିବା ପୂର୍ବକ ସମନ୍ୱୟ ସମିତିର ନେତୃତ୍ୱଙ୍କ ସହ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ। ନିମ୍ନୋକ୍ତ ସମସ୍ତ ଦାବୀ ସମୂହ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନ କରାଯାଇ ଏହା ଉପରେ ଆଲୋଚନା ହୋଇଥିଲା। ଯଥା :- ଅନୁଦାନ ଯୋଗ୍ୟ ସ୍କୁଲ କଲେଜକୁ ଅନୁଦାନ ପ୍ରଦାନ କରିବା, ରାଜ୍ୟର ସମସ୍ତ ନୂତନ ଅନୁଦାନ ପ୍ରାପ୍ତ ସ୍କୁଲ କଲେଜକୁ ଚାକିରି ସର୍ତ୍ତାବଳୀ ସହିତ ପେନ୍‌ସନ୍ ପ୍ରଦାନ କରିବା ଏବଂ ପୂର୍ଣ୍ଣ ଅନୁଦାନରୁ ବଞ୍ଚିତ ହୋଇଥିବା ବିଦ୍ୟାଳୟକୁ ପୂର୍ଣ୍ଣ ଅନୁଦାନ ପ୍ରଦାନ କରିବା, ନୂତନ ପେନସନ୍ ବ୍ୟବସ୍ଥାକୁ ବାତିଲ କରି ପୂର୍ବ ପ୍ରଚଳିତ ପୁରୁଣା ପେନସନ୍ ଲାଗୁ କରିବା, ଅବସର ବୟସସୀମା ୬୦ ରୁ ୬୨ ବର୍ଷକୁ ବୃଦ୍ଧି କରିବା, ଗ୍ରେଡ଼ପେରେ ଥିବା ଅସଙ୍ଗତି ଦୂରକରିବା, ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ ନୋସନାଲ୍ ଇନ୍‌କ୍ରିମେଣ୍ଟ ସହିତ ବରିଷ୍ଠତା ପ୍ରଦାନ କରିବା ଏବଂ ରାଜ୍ୟର ବେସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ କରଣ ଓ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ପାଇଁ ସମସ୍ତ ସରକାରୀ ସୁବିଧା ସୁଯୋଗ ଯୋଗାଇ ଦେବା ଇତ୍ୟାଦି। ଏହିସବୁ ସମସ୍ୟାକୁ ଖୁବ୍ ଶିଘ୍ର ସମାଧାନ କରାଯିବା ପାଇଁ ପଦକ୍ଷେପ ନିଆଯିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ କହିଥିଲେ। ଶିକ୍ଷକ ମାନଙ୍କର ସମସ୍ୟା ଉପରେ ସେ ବିରୋଧୀ ଦଳରେ ଥିବାସମୟରୁ ଅବଗତ ଅଛନ୍ତି ବୋଲି ପ୍ରକାଶ କରିବା ସହିତ ଶିକ୍ଷକକର୍ମଚାରୀ ମାନଙ୍କ ସମସ୍ୟାକୁ ହୃଦୟଙ୍ଗମ କରିଥିବା କଥା ଜଣାଇଥିଲେ।

ବିରୋଧୀ ଦଳରେ ଥିବା ସମୟରେ ସେ ଶିକ୍ଷକ ମାନଙ୍କ ଆନ୍ଦୋଳନକୁ ସ୍ଥଳକୁ ଆସି ସମର୍ଥନ ଓ ସମବେଦନା ଜଣାଇଛନ୍ତି। ଶିକ୍ଷକମାନଙ୍କର ଦୁଇଟି ପ୍ରମୁଖ ସମସ୍ୟା ଦୀର୍ଘଦିନ ଧରି ଅନୁଦାନରୁ ବଞ୍ଚିତ ହୋଇ ଅବହେଳିତ ଅବସ୍ଥାରେ ଥିବା ଅନୁଦାନ ଯୋଗ୍ୟ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ଅନୁଦାନ ପ୍ରଦାନ ଏବଂ ୩୦ ବର୍ଷ ଧରି ଶିକ୍ଷାଦାନ କରି ଚାକିରିରୁ ଅବସର ନେଇଥିବା ଓ ନେବାକୁ ଥିବା ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ପେନସନ୍ ପ୍ରଦାନ କରିବେ ବୋଲି ନିର୍ଭର ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଥିଲା।

ଆଲୋଚନାରେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ସଭାପତି ସୁକାନ୍ତ କୁମାର ବେହେରା, ଆବାହକ ରଞ୍ଜନ କୁମାର ଦାଶଙ୍କ ସମେତ, ନୀଳମଣି ପୁରୋହିତ, ବ୍ରଜକିଶୋର ବିଶ୍ୱାଳ, ରାଜା ଓସିମ୍‌, ମାଣିକେଶ୍ୱର ସ୍ୱାଇଁ ଏବଂ ସୁରେଶ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।

ଗାନ୍ଧିମାର୍ଗ ଦାବିପତ୍ର ପ୍ରଦାନ ପ୍ରେସ୍ ଇସ୍ତାହାର ମିଳିତ ସମନ୍ୱୟ ସମିତି
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.