Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଉତ୍ତରପ୍ରଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଆଜି ଉତ୍ତରପ୍ରଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

December 13, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଗସ୍ତରେ ଯିବେ। ସେ ଅପରାହ୍ନ ପ୍ରାୟ ୧୨ଟା ୧୫ରେ ପ୍ରୟାଗରାଜ ଯାଇ ସଙ୍ଗମ ସ୍ଥଳରେ ପୂଜାର୍ଚ୍ଚନା ଓ ଦର୍ଶନ କରିବେ। ଏହାପରେ ମଧ୍ୟାହ୍ନ ପ୍ରାୟ ୧୨ଟା ୪୦ରେ ପ୍ରଧାନମନ୍ତ୍ରୀ ଅକ୍ଷୟ ବଟବୃକ୍ଷ ସ୍ଥଳରେ ପୂଜାର୍ଚ୍ଚନା କରିବେ ଓ ତା’ ପରେ ହନୁମାନ ମନ୍ଦିର ଓ ସରସ୍ୱତୀ କୂପ ଯାଇ ପୂଜାର୍ଚ୍ଚନା କରିବେ। ଅପରାହ୍ନ ପ୍ରାୟ ସାଢ଼େ ଗୋଟାଏ ବେଳେ ସେ ମହାକୁମ୍ଭ ପ୍ରଦର୍ଶନୀ ସ୍ଥଳ ପରିଦର୍ଶନ କରିବେ। ଏହାପରେ ଅପରାହ୍ନ ପ୍ରାୟ ୨ଟାରେ ସେ ପ୍ରୟାଗରାଜରେ ୫୫୦୦ କୋଟି ରୁ ଅଧିକ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶୁଭାରମ୍ଭ କରିବେ।

ମହାକୁମ୍ଭ ୨୦୨୫ ପାଇଁ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ। ପ୍ରୟାଗରାଜରେ ଭିତ୍ତିଭୂମି ସୁବିଧା ଉନ୍ନତୀକରଣ ଏବଂ ନିରବଚ୍ଛିନ୍ନ ଯାତାୟାତକୁ ସୁଗମ କରିବା ପାଇଁ  ଏସବୁ ପ୍ରକଳ୍ପ ଉଦ୍ଦିଷ୍ଟ । ଏସବୁ ପ୍ରକଳ୍ପ ମଧ୍ୟରେ ରହିଛି ୧୦ଟି ନୂତନ ରୋଡ୍ ଓଭରବ୍ରିଜ୍ (ଆରଓବି) କିମ୍ବା ଫ୍ଲାଏଓଭର, ସ୍ଥାୟୀ ଘାଟ ଏବଂ ରିଭରଫ୍ରଣ୍ଟ ରାସ୍ତା ଭଳି ବିଭିନ୍ନ ରେଳ ଓ ସଡ଼କ ପ୍ରକଳ୍ପ।

ସ୍ୱଚ୍ଛ ଏବଂ ନିର୍ମଳ ଗଙ୍ଗା ପ୍ରତି ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ ପ୍ରଧାନମନ୍ତ୍ରୀ ଗଙ୍ଗା ନଦୀକୁ ଯାଉଥିବା କ୍ଷୁଦ୍ର ଡ୍ରେନ୍ ଗୁଡ଼ିକର ପ୍ରତିରୋଧକ, ଟ୍ୟାପ୍, ଡାଇଭର୍ଟ ଏବଂ ବିଶୋଧନ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିବେ। ଏହା ଦ୍ବାରା ଗଙ୍ଗା ନଦୀକୁ ବିଶୋଧିତ ହୋଇନଥିବା ଜଳ ପ୍ରବେଶ କରିପାରିବ ନାହିଁ । ସେ ମଧ୍ୟ ପାନୀୟ ଜଳ ଓ ବିଜୁଳି ସମ୍ବନ୍ଧୀୟ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କରିବେ।

ପ୍ରଧାନମନ୍ତ୍ରୀ କେତେକ ପ୍ରମୁଖ ମନ୍ଦିର କରିଡରକୁ ଉଦଘାଟନ କରିବେ। ସେଗୁଡ଼ିକ ହେଲା ଭରଦ୍ୱାଜ ଆଶ୍ରମ କରିଡର, ଶୃଙ୍ଗବେରପୁର ଧାମ କରିଡର, ଅକ୍ଷୟବଟ କରିଡର, ହନୁମାନ ମନ୍ଦିର କରିଡର ଇତ୍ୟାଦି। ଏହି ପ୍ରକଳ୍ପଗୁଡ଼ିକ ଭକ୍ତଙ୍କ ଯାତାୟାତକୁ ସୁଗମ କରାଇବା ସହ ଆଧ୍ୟାତ୍ମିକ ପର୍ଯ୍ୟଟନକୁ ମଧ୍ୟ ପ୍ରୋତ୍ସାହିତ କରିବ।

ପ୍ରଧାନମନ୍ତ୍ରୀ ଏହି ଅବସରରେ କୁମ୍ଭ ‘ସହାୟକ’ (Sah’AI’yak) ଚାଟ୍ ବଟ୍ ର ଶୁଭାରମ୍ଭ କରିବେ। ଏହି ଚାଟବଟ୍ ମହାକୁମ୍ଭ ମେଳା ୨୦୨୫ ସମ୍ପର୍କରେ ଭକ୍ତମାନଙ୍କୁ ସହାୟତା କରିବା ସହ ଏବଂ କାର୍ଯ୍ୟସୂଚୀ ସମ୍ପର୍କରେ ସଦ୍ୟତମ ସୂଚନା ପ୍ରଦାନ କରିବ।

ଉନ୍ନୟନ ମୂଳକ କାର୍ଯ୍ୟ ଡିସେମ୍ବର ୧୩ ପ୍ରୟାଗରାଜ ମହାକୁମ୍ଭ ମେଳା ୨୦୨୫
Share. Facebook Twitter LinkedIn Email WhatsApp Copy Link

Related Posts

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Latest News

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.