Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦକ୍ଷତା ବୃଦ୍ଧି ଲାଗି ରାଜ୍ୟ ପୋଲିସ ବାହିନୀର ୬୯ ତମ ବୃତ୍ତିଗତ ପ୍ରତିଯୋଗିତାର ଶୁଭାରମ୍ଭ
ଆଜିର ଖବର

ଦକ୍ଷତା ବୃଦ୍ଧି ଲାଗି ରାଜ୍ୟ ପୋଲିସ ବାହିନୀର ୬୯ ତମ ବୃତ୍ତିଗତ ପ୍ରତିଯୋଗିତାର ଶୁଭାରମ୍ଭ

December 13, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

କଟକ: ରାଜ୍ୟ ପୋଲିସ ବାହିନୀରେ କନଷ୍ଟେବଳ ଠାରୁ ଇନ୍ସପେକ୍ଟର ପାହ୍ୟା ପର୍ଯ୍ୟନ୍ତ କର୍ମଚାରୀଙ୍କର ବୃତ୍ତିଗତ ସ୍ତରରେ ଦକ୍ଷତା ବୃଦ୍ଧି ଲାଗି କଟକସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ୬୯ ତମ ବୃତ୍ତିଗତ ପ୍ରତିଯୋଗିତାର ଶୁଭାରମ୍ଭ ହୋଇଛି। ଆଜି ପୂର୍ବାହ୍ନରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଏହି ପ୍ରତିଯୋଗିତାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏହି ବୃତ୍ତିଗତ ପ୍ରତିଯୋଗିତାରେ ରାଜ୍ୟର ୩୪ଟି ପୋଲିସ ଜିଲ୍ଲାରୁ ୩୧୩ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଛନ୍ତି। ୪୧ ଜଣ ଇନ୍ସପେକ୍ଟର, ୪୪ ଜଣ ଏସ.ଆଇ, ୬୩ ଜଣ ଏ.ଏସ.ଆଇ,୧୪୨ ଜଣ କନଷ୍ଟେବଳ ଏବଂ ୨୩ ଟି ପୋଲିସ ଶ୍ଵାନ (K-୯) ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି।

ଏହି ଅବସରରେ ଡ଼ିଜିପି ଶ୍ରୀ ଖୁରାନିଆ ସତ୍ୟ ଓ ନ୍ୟାୟର ପରିଭାଷା ପୋଲିସ ପାଖରୁ ଆରମ୍ଭ ହୁଏ ଏବଂ ନ୍ୟାୟ ଦେବାର ମୂଳ ପିଣ୍ଡ ହେଉଛି ପୋଲିସ ବୋଲି ନିଜ ଉଦବୋଧନରେ ମତବ୍ୟକ୍ତ କରିଥିଲେ। ଅପରାଧ ନିରାକରଣ ଏବଂ ଅପରାଧ ଅନୁସନ୍ଧାନ ପୋଲିସର ମୁଖ୍ୟ ଦାୟିତ୍ଵ ବୋଲି ଡିଜିପି କହିବା ସହ ଦୋଷୀଟିଏ ଉପଯୁକ୍ତ ଦଣ୍ଡ ପାଇବାରେ ପୋଲିସର ମୁଖ୍ୟ ଭୂମିକା ରହିଥାଏ ବୋଲି ମତବ୍ୟକ୍ତ କରିଥିଲେ। ପୋଲିସର ତଦନ୍ତ ସଠିକ ହୋଇନଥିଲେ ଦୋଷୀଟିଏ ଖସି ଯିବାର ବହୁତ ସମ୍ଭାବନା ଥାଏ ତେଣୁ ବୈଜ୍ଞାନିକ ଏବଂ ବୈଷୟିକ ଜ୍ଞାନ କୌଶଳର ପ୍ରୟୋଗ କରି ଦୋଷୀ ସାବ୍ୟସ୍ତ ହାରରେ ଉନ୍ନତି ସଂକ୍ରାନ୍ତରେ ସେ ଗୁରୁତ୍ଵାରୋପ କରିଥିଲେ।

ଦେଶରେ ନୂତନ ଭାବେ ଲାଗୁ ହୋଇଥିବା ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ସାକ୍ଷ୍ୟ ଅଧିନିୟମ ଏବଂ ଭାରତୀୟ ନାଗରିକ ସୁରକ୍ଷା ସଂହିତା ପୋଲିସ ଅଧିକାରୀଙ୍କ ବୃତ୍ତିଗତ ଜ୍ଞାନ ଏବଂ ଦକ୍ଷତା ବୃଦ୍ଧି କରିବା ସଙ୍ଗେ ସଙ୍ଗେ ବୈଜ୍ଞାନିକ ଓ ବୈଷୟିକ ଜ୍ଞାନ କୌଶଳ ମାଧ୍ୟମରେ ଅନୁସନ୍ଧାନ କରି ତ୍ଵରିତ ନ୍ୟାୟ ପ୍ରଦାନ କରିବା ଉପରେ ଡିଜିପି ଶ୍ରୀ ଖୁରାନିଆ ଗୁରୁତ୍ଵାରୋପ କରିଥିଲେ।

ବର୍ତ୍ତମାନ ପରିସ୍ଥିତିରେ ଅପରାଧର ପରିଭାଷାରେ ପରିବର୍ତ୍ତନ ହୋଇଛି। ସାଇବର ଅପରାଧ, ସୋସିଆଲ ମିଡିଆ ଅପରାଧ, ବ୍ୟାଙ୍କ ଠକେଇ, ନାରୀ ଉପରେ ହେଉଥିବା ଅତ୍ୟାଚାର ଭଳି ଅପରାଧକୁ ଯଥା ଶୀଘ୍ର ଅନୁସନ୍ଧାନ କରି ଦୋଷୀକୁ ଦଣ୍ଡ ଦେବା ଆମ ସମସ୍ତଙ୍କର ପ୍ରାଥମିକତା କର୍ତ୍ତବ୍ୟ ହେବା ଉଚିତ ବୋଲି ସେ କହିଥିଲେ। ଆଗାମୀ ଦିନରେ ପୋଲିସର ବୃତ୍ତିଗତ ଦକ୍ଷତା ବୃଦ୍ଧି, ଫରେନସିକ ତଦନ୍ତ ଏବଂ ସାଇବର ଅପରାଧରେ ଦକ୍ଷତା ହାସଲ ସମ୍ପର୍କରେ ଲକ୍ଷ୍ୟ ରଖାଯାଇଛି ବୋଲି ଡିଜିପି ମତବ୍ୟକ୍ତ କରିଥିଲେ।

ଶରୀରରେ ବ୍ୟବହୃତ କ୍ୟାମେରା, Artificial Intelligence ଦ୍ୱାରା ପରିଚାଳିତ Surveillance System ଏବଂ Digital Crime Reporting Platform ସମେତ ଅତ୍ୟାଧୁନିକ ଟେକ୍ନୋଲୋଜିର ପ୍ରୟୋଗ ସହାୟତାରେ ଓଡ଼ିଶାରେ ପୋଲିସ ବ୍ଯବସ୍ଥାରେ ପରିବର୍ତ୍ତନ ଆସିଛି। ଏହି ପ୍ରଗତି ଆମର କାର୍ଯ୍ୟଶୈଳୀକୁ ଅଧିକ ଦକ୍ଷ, ସ୍ୱଚ୍ଛ ଏବଂ ଜନସାଧାରଣଙ୍କ ଆବଶ୍ୟକତା ପ୍ରତି ଉତ୍ତରଦାୟୀ କରିପାରିଛି ବୋଲି ଡିଜିପି ମତବ୍ୟକ୍ତ କରିଥିଲେ।

କେବଳ ରାଜ୍ୟ ସ୍ତରରେ ସଫଳତା ହାସଲ କଲେ ଏହା ଆମପାଇଁ ଯଥେଷ୍ଟ ହେବ ନାହିଁ, ଆମକୁ ସର୍ବଭାରତୀୟ ବୃତ୍ତିଗତ ପ୍ରତିଯୋଗିତାରେ ସଫଳତା ହାସଲ କରି ଓଡିଶା ପୋଲିସକୁ ଗୌରବାନ୍ଵିତ କରିବାକୁ ପ୍ରଚେଷ୍ଟା କରିବା ଦରକାର ବୋଲି ପ୍ରତିଯୋଗୀଙ୍କ ଉଦ୍ଦେଶ୍ୟରେ ଡିଜିପି ଶ୍ରୀ ଖୁରାନିଆ ମତପ୍ରକାଶ କରିଥିଲେ।

ତିନି ଦିନ ଧରି ଚାଲିବାକୁ ଥିବା ଏହି ପ୍ରତିଯୋଗିତାରେ ଆଙ୍ଗୁଳି ଛାପ, କମ୍ପୁଟର ଜ୍ଞାନ କୌଶଳର ଦକ୍ଷତା, ଫଟୋଗ୍ରାଫି, ନିରୀକ୍ଷଣ ପରୀକ୍ଷା, ସାଇବର ଅପରାଧ ଓ ସଂନିରୀକ୍ଷଣ, ପୋଲିସ ଆଇନ କାନୁନ, ପୋଲିସ ରୂପଚିତ୍ର, ମେଡିକୋ-ଲିଗାଲ, ପୋଲିସ ଶ୍ଵାନଙ୍କ କୌଶଳ ପ୍ରଦର୍ଶନ ଭଳି ପ୍ରତିଯୋଗିତା ଅନୁଷ୍ଠିତ ହେବ।

ରାଜ୍ୟ ଅପରାଧ ଅନୁସନ୍ଧାନ ଶାଖାର ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ପ୍ରତ୍ଯକ୍ଷ ତତ୍ବାବଧାନରେ ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତା ଆୟୋଜିତ ହେଉଛି। ଏହି ଅବସରରେ ଶ୍ରୀ ମିଶ୍ର ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ ଆଇ.ଜି ସଫିନ ଅହମ୍ମଦ କେ. ଧନ୍ୟବାଦ ଅର୍ପଣ କରିଥିଲେ। ଆଜିର ଏହି ଉଦଘାଟନୀ ଉତ୍ସବରେ ରାଜ୍ୟ ପୋଲିସର ବହୁ ବରିଷ୍ଠ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ।

artificial intelligence Digital Crime Reporting Platform Surveillance System ଦକ୍ଷତା ବୃଦ୍ଧି ବୃତ୍ତିଗତ ପ୍ରତିଯୋଗିତା ଯୋଗେଶ ବାହାଦୁର ଖୁରାନିଆ ରାଜ୍ୟ ପୋଲିସ ବାହିନୀ ରିଜର୍ଭ ପୋଲିସ ଗ୍ରାଉଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମୀକ୍ଷା: ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ସ୍କୁଲ

August 5, 2025

ଜୀ ସାର୍ଥକରେ ଅଗଷ୍ଟ ୧୦ ସନ୍ଧ୍ୟା ୬.୩୦ରେ ଦେଖନ୍ତୁ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’

August 4, 2025

୩୩ ସିଭିଲ ଜଜଙ୍କୁ ଶପଥ ପାଠ କରାଇଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

August 4, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

August 4, 2025
Latest News

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମୀକ୍ଷା: ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ସ୍କୁଲ

August 5, 2025

ଜୀ ସାର୍ଥକରେ ଅଗଷ୍ଟ ୧୦ ସନ୍ଧ୍ୟା ୬.୩୦ରେ ଦେଖନ୍ତୁ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’

August 4, 2025

୩୩ ସିଭିଲ ଜଜଙ୍କୁ ଶପଥ ପାଠ କରାଇଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

August 4, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

August 4, 2025

ଓଭାଲ ଟେଷ୍ଟରେ ଭାରତର ଚମତ୍କାର ବିଜୟ ପରେ କାହିଁକି କ୍ଷମା ମାଗିଲେ କଂଗ୍ରେସ ସାଂସଦ ଶଶି ଥରୁର?

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.