Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୟାଗଡ଼ ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ପାଳିତ
ଆଜିର ଖବର

ନୟାଗଡ଼ ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ପାଳିତ

December 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ନୟାଗଡ଼ କେନ୍ଦ୍ରବିଦ୍ୟାଳୟ ପରିସରରେ ନୟାଗଡ଼ ଜିଲ୍ଲା ପ୍ରଶାସନ ଓ ନୟାଗଡ଼ ନେହରୁ ଯୁବ କେନ୍ଦ୍ରର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଯୁବ ଉତ୍ସବ @୨୦୪୭ ଆଜି ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା କ୍ରୀଡ଼ା ଅଧିକାରୀ ସୁଜାତା କୁମାରୀ ସାହୁ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଦେଶ ଗଠନରେ ଯୁବଶକ୍ତିର ଭୂମିକା ଗୁରୁତ୍ଵପୂର୍ଣ୍ଣ ସମାଜର ଭବିଷ୍ୟତ ନିର୍ଦ୍ଧାରଣରେ ଯୁବପିଢ଼ି ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିଆସିଛନ୍ତି।

ଏହି ଉତ୍ସବ ଜରିଆରେ ଆଗାମୀ ପିଢ଼ିଙ୍କୁ ଲୋକକଳା, ସଂସ୍କୃତି ଓ ଆମର ପରମ୍ପରାକୁ ପରିଚିତ କରାଇବା ହେଉଛି ଏକ ମାତ୍ର ଲକ୍ଷ୍ୟ ବୋଲି କହିଥିଲେ। ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ବାଇଁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଛନ୍ତି।

ଆଜିର ଯୁବକ ୨୦୪୭ ମସିହା ବେଳକୁ ଏ ଦେଶର କର୍ଣ୍ଣଧାର ସାଜିଥିବେ। ସେମାନଙ୍କ ମୂଳଦୁଆ ଯେତେ ଶୃଙ୍ଖଳିତ ଓ ମଜବୁତ ହେବ ସେହି ଅନୁସାରେ ଦେଶ ଉନ୍ନତି ଓ ବିକାଶ ପଥରେ ଆଗେଇ ଚାଲିବ। ଯୁବଶକ୍ତିକୁ ଜାଗ୍ରତ କରିବା ଓ ସମାଜକୁ ଆଗେଇନେବା ହେଉଛି ଏହି ଉତ୍ସବ ପାଳନ ମୂଳ ଲକ୍ଷ୍ୟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ।  ଅନ୍ୟାନ୍ୟ ମଞ୍ଚାସୀନଅତିଥିମାନଙ୍କ ମଧ୍ୟରେ ଜିଲ୍ଲା ଯୁବ ଅଧିକାରୀ ଅନୁରାଗ କୁମାର, ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରେମ ଚାନ୍ଦ ଉପସ୍ଥିତ ରହି ଆଜିର ଉତ୍ସବ ପାଳନ ଉପରେ ନିଜ ନିଜର ବକ୍ତବ୍ୟ ରଖିଥିଲେ।

ଏହି ଅବସରରେ ନୟାଗଡ଼ ଜିଲ୍ଲାର କୋଣ ଅନୁକୋଣରୁ ଆସିଥିବା ୧୫ ରୁ ୨୯ ବର୍ଷ ବୟସର ଯୁବକ ଯୁବତୀମାନଙ୍କ ମଧ୍ୟରେ କବିତା ଲିଖନ, ଚିତ୍ରାଙ୍କନ, ବକ୍ତୃତା ପ୍ରତିଯୋଗିତା ମୋବାଇଲ ଫଟୋ ଉଠା ସାଂସ୍କୃତିକ କମ୍ପୁଟେସନ ଇତ୍ୟାଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।

ନୟାଗଡ଼ କେନ୍ଦ୍ରବିଦ୍ୟାଳୟ ଯୁବ ମହୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025
Latest News

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.