Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆରେ ଓଡ଼ିଶା ଓପନ୍ ଏବଂ ୧୫ ତମ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର ଚେସ୍ ଉତ୍ସବ ଆରମ୍ଭ
ଆଜିର ଖବର

ସୋଆରେ ଓଡ଼ିଶା ଓପନ୍ ଏବଂ ୧୫ ତମ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର ଚେସ୍ ଉତ୍ସବ ଆରମ୍ଭ

December 16, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ରବିବାର ଓଡ଼ିଶା ଓପନ୍ ଏବଂ ୧୫ତମ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ଉତ୍ସବ ଆରମ୍ଭ ହୋଇଛି। ୮ ଦିନ ଧରି ଚାଲିବାକୁ ଥିବା ଏହି ପ୍ରତିଯୋଗିତାରେ ୨୦ଟି ଦେଶରୁ ପ୍ରାୟ ୭୦୦ ପ୍ରତିଯୋଗୀ ସାମିଲ ହୋଇଛନ୍ତି। ଏହି ଟୁର୍ଣ୍ଣାମେଂଟ ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ଉଦ୍‌ଘାଟନ କରିଥିଲେ।

ଏହି ଅବସରରେ ବିଭିନ୍ନ ବୟସର ଖେଳାଳୀମାନେ ଆଗ୍ରହର ସହ ଏହି ପ୍ରତିଯୋଗିତାରେ ସାମିଲ ହୋଇଥିବା ନେଇ ସେ ଖୁସି ବ୍ୟକ୍ତ କରିଥିଲେ। ଏହାକୁ ଏକ ଉଚ୍ଚକୋଟୀର କାର୍ଯ୍ୟକ୍ରମ ବୋଲି ଅଭିହିତ କରିବା ସହ ଏହା ସାହାଯ୍ୟରେ ଚେସ୍ ଖେଳକୁ ଅଧିକ ଲୋକାଭିମୁଖୀ କରିହେବ ବୋଲି ଶ୍ରୀ ହରିଚନ୍ଦନ କହିଥିଲେ।

ଅଲ୍ ଓଡ଼ିଶା ଚେସ୍ ଆସୋସିଏସନ୍ (ଏଓସିଏ) ଦ୍ୱାରା ଆୟୋଜିତ ଏହି ପ୍ରତିଯୋଗିତା ସୋଆ, ରୋଟାରୀ ଇନ୍‌ଟରନ୍ୟାସ୍‌ନାଲ ଏବଂ ଏମ୍‌ପ୍ରିଓ ଗ୍ରୁପ୍‌ର ମିଳିତ ସହଯୋଗରେ ଆୟୋଜିତ ହେଉଥିବା ବେଳେ ଏହି ଟୁର୍ଣ୍ଣାମେଂଟରେ ମୋଟ ପୁରସ୍କାର ରାଶି ୪୦ ଲକ୍ଷ ଟଙ୍କା ରଖାଯାଇଛି।

‘ଏ’ କ୍ୟାଟେଗୋରୀରେ ୧୯୦୦ କିମ୍ବା ତଦୁର୍ଦ୍ଧ ଏଲୋ ରେଟିଂ ଥିବା ପ୍ରାୟ ୧୨୦ ଜଣ ଖେଳାଳୀ ଭାଗ ନେଇଥିôବା ବେଳେ କ୍ୟାଟେଗୋରୀ ‘ବି’ରେ ୧୯୦୦ ରୁ କମ୍ ଏଲୋରେଟିଂ ଥିବା ଖେଳାଳୀ ଏବଂ କ୍ୟାଟେଗୋରୀ ‘ସି’ରେ ୧୬୦୦ରୁ କମ୍ ଏଲୋରେଟିଂ ଥିବା ଖେଳାଳୀ ସାମିଲ ହୋଇଛନ୍ତି।

କ୍ୟାଟେଗୋରୀ ‘ଏ’ର ମୋଟ ପୁରସ୍କାର ରାଶି ୨୫ ଲକ୍ଷ ଟଙ୍କା ରହିଥିବା ବେଳେ ସର୍ବାଧିକ ପୁରସ୍କାର ସାଢ଼େ ୫ ଲକ୍ଷ ଟଙ୍କା ରଖାଯାଇଛି। ସେହିପରି କ୍ୟାଟେଗୋରୀ ‘ବି’ ଏବଂ କ୍ୟାଟେଗୋରୀ ‘ସି’ ନିମନ୍ତେ ସାଢ଼େ ସାତ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ରଖାଯାଇଛି।

ସୋଆର ଦ୍ୱିତୀୟ କ୍ୟାମ୍ପସ୍‌ରେ ଆୟୋଜିତ ହେଉଥିବା ଏହି ଟୁର୍ଣ୍ଣାମେଂଟର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଉତର ବିଧାୟକ ବାବୁ ସିଂହ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଟୁର୍ଣ୍ଣାମେଂଟର ଅର୍ଗାନାଇଜିଂ କମିଟିର ଅଧ୍ୟକ୍ଷ ତଥା ଏମ୍ପ୍ରିଓ ଗ୍ରୁପ୍‌ର ନିର୍ଦ୍ଦେଶକ ଡାକ୍ତର ଅବିନାଶ ସାମଲ, ଟୁ୍‌ର୍ଣ୍ଣାମେଂଟର ଅର୍ଗାନାଇଜିଂ କମିଟିର ସହ ଅଧ୍ୟକ୍ଷ ତଥା ସୋଆର ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଏଓସିଓର ସଚିବ ତଥା ଟୁର୍ଣ୍ଣାମେଂଟର ନିର୍ଦ୍ଦେଶକ ଦେବବ୍ରତ ଭଟ୍ଟ, କୋଷାଧ୍ୟକ୍ଷ ଶଙ୍କର ପ୍ରସାଦ ମିଶ୍ର ଏବଂ ସୋଆର ସ୍ପୋର୍ଟ୍ସ ଅଫିସର ସୁନୀତା ବର୍ମା ଉପସ୍ଥିତ ଥିଲେ।

ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର ଚେସ୍ ଶିକ୍ଷା ଓ ଅନୁସନ୍ଧାନ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026

ପରିବାରକୁ ବନ୍ଧକ ରଖି ୨୫ ଲକ୍ଷରୁ ଅଧିକ ଟଙ୍କାର ସୁନା-ରୁପା ଲୁଟ୍

June 6, 2026
Latest News

‘ଭାରତକୁ ଧମକ ଦେବା ଓଲଟା ପଡ଼ିପାରେ’: ଆମେରିକା ଏବଂ ୟୁରୋପକୁ ସ୍ପଷ୍ଟ ବାର୍ତ୍ତା ଦେଲେ ପୁଟିନ

June 6, 2026

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

ଏବେ ସଞ୍ଚୟ ହେବ!: ଦେଶରେ ଶୁଭାରମ୍ଭ ହେଲା ପେଟ୍ରୋଲ ଅପେକ୍ଷା ୨୦ ଟଙ୍କା ଶସ୍ତା ଇନ୍ଧନ 

June 6, 2026

ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.