Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଏସଆଇ ପକ୍ଷରୁ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ
ଆଜିର ଖବର

ଏଏସଆଇ ପକ୍ଷରୁ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ

December 17, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
Puri: Sri Jagannath temple
Puri: Sri Jagannath temple declared red zone for drone flying.

ପୁରୀ: ଆଜିଠାରୁ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଏଏସଆଇ ପକ୍ଷରୁ ଆରମ୍ଭ ହୋଇଅଛି। ଦ୍ଵିତୀୟ ଭୋଗ ମଣ୍ଡପ ନୀତି ପରେ ରତ୍ନ ଭଣ୍ଡାର ଭିତରେ ଭାରା ବନ୍ଧା କାର୍ଯ୍ୟ ଆରମ୍ଭ କରାଯାଇଅଛି। ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ ଭିତର ରତ୍ନଭଣ୍ଡାର ଘରର ଚାବି ଖୋଲାଯାଇଥିବା ବେଳେ ଏଏସଆଇ ଦ୍ୱାରା ଭାରା ବନ୍ଧା କାର୍ଯ୍ୟ ଆରମ୍ଭ ହୋଇଥିଲା।

ତେବେ ପ୍ରଥମେ ଭିତର ରତ୍ନଭଣ୍ଡାର ମରାମତି କରାଯିବା ପରେ ବାହାର ଭଣ୍ଡାର ମରାମତି କରାଯିବ ବୋଲି ଏଏସଆଇ ପକ୍ଷରୁ କୁହାଯାଇଛି। ଦିନକୁ ପ୍ରାୟ ୫ ଘଣ୍ଟା ମରାମତି ହେବାକୁ ଥିବାବେଳେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ମହାପ୍ରଭୁଙ୍କ ଶୃଙ୍ଖଳିତ ନୀତିକାନ୍ତିକୁ ଗୁରୁତ୍ୱ ଦିଆଯାଇଛି। ମରାମତିର ପ୍ରଥମ ଦିନରେ ଏଏସଆଇର କୁଶଳୀ ଶ୍ରମିକ ମାନେ ଭିତର ରତ୍ନଭଣ୍ଡାରରେ ଲୁହାଭାରା ବାନ୍ଧିଥିବା ବେଳେ ଆଗକୁ ଡି ପ୍ଲାଷ୍ଟରିଂ ଅର୍ଥାତ ଚୂନ ଛଡାଯାଇ ପରିଷ୍କାର କରାଯିବ।

ଏଏସଆଇ ତରଫରୁ ମରାମତି କାର୍ଯ୍ୟ ହାତକୁ ନିଆଯାଇଥିବା ବେଳେ ଦୈନିକ ୫ ଘଣ୍ଟା ମରାମତି କରିବାକୁ ଲକ୍ଷ ରଖାଯାଇଛି। ପ୍ରାୟ ୧୫ ରୁ ୨୦ ଜଣ କୁଶଳୀ ଶ୍ରମିକ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ କରିଥିବା ବେଳେ ଏକ୍ସପର୍ଟ ଟିମ୍ ସହ ଶ୍ରୀମନ୍ଦିର ବୈଷୟିକ ଟିମ୍,ଏଏସଆଇ ପୁରୀ ସର୍କଲ ଅଧିକାରୀ ମାନେ ମରାମତି କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି। ତେବେ ମରାମତି କାର୍ଯ୍ୟରେ ଯୋଉମାନେ ଲିପ୍ତ ରହିଛନ୍ତି ସେମାନଙ୍କୁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ପରିଚୟପତ୍ର ପ୍ରଦାନ କରାଯାଇଛି। ମରାମତି ପାଇଁ ପ୍ରଥମେ ଭିତର ରତ୍ନଭଣ୍ଡାରରେ ଲୁହାଭାରା ବନ୍ଧା ଯାଇଥିବା ବେଳେ ଆଗକୁ ଡିପ୍ଲାଷ୍ଟରିଂ ଅର୍ଥାତ ଚୂନ ଛଡାଯାଇ ପରିଷ୍କାର କରାଯିବା ପରେ ଫାଟ ସୃଷ୍ଟି ହୋଇଥିବା ପଥର ଓ ବିମ୍ କୁ ଅପସାରଣ କରାଯିବ।

ରତ୍ନଭଣ୍ଡାର ଚଟାଣରେ ଗ୍ରାନାଇଟ୍ ପଥର ମଧ୍ୟ ବିଛାଯିବ ବୋଲି ଏଏସଆଇ ଓଡିଶା ମୁଖ୍ୟ ଡି.ବି ଗଡନାୟକ କହିଛନ୍ତି। ଅନ୍ୟପଟେ ମରାମତି ସମୟରେ ଭକ୍ତମାନେ ବାହାରକାଠରୁ ମହାପ୍ରଭୁଙ୍କ ଦର୍ଶନ କରିଥିବା ବେଳେ ଶୃଙ୍ଖଳିତ ନୀତିକାନ୍ତି ଉପରେ ମଧ୍ୟ ଗୁରୁତ୍ୱ ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ତେବେ ଆସନ୍ତା ତିନିମାସ ଭିତରେ ଭିତର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଅଛି।

ଏଏସଆଇ ରତ୍ନ ଭଣ୍ଡାର ଶ୍ରୀମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026
Latest News

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.