Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରବାସୀ ଭାରତୀୟ ଦିବସ ପାଇଁ ଉପ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତୁତି ସମୀକ୍ଷା: ପୁରୀ ଉପରେ ସ୍ୱତନ୍ତ୍ର ଧ୍ୟାନ
ଆଜିର ଖବର

ପ୍ରବାସୀ ଭାରତୀୟ ଦିବସ ପାଇଁ ଉପ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତୁତି ସମୀକ୍ଷା: ପୁରୀ ଉପରେ ସ୍ୱତନ୍ତ୍ର ଧ୍ୟାନ

December 18, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
Pravati Parida’s sm post on next Subadra instalment
Pravati Parida’s sm post on next Subadra instalment

ପୁରୀ: ଆଗାମୀ ଜାନୁଆରୀ ୮ ତାରିଖ ଠାରୁ ୧୦ ତାରିଖ ପର୍ଯ୍ୟନ୍ତ ଓଡିଶାରେ ଆୟୋଜନ ହେବାକୁ ଯାଉଅଛି ପ୍ରବାସୀ ଭାରତୀୟ ଦିବସ। ଭୁବନେଶ୍ୱରରେ ଆୟୋଜିତ ହେଉଥିବା ସତ୍ତ୍ୱେ ସଂଖ୍ୟାଧିକ ପ୍ରବାସୀ ଭାରତୀୟଙ୍କ ପାଇଁ ପୁରୀ ଆକର୍ଷଣର କେନ୍ଦ୍ର ହେବାକୁ ଯାଉଅଛି। ଏ ନେଇ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଧ୍ୟାନ ଦିଆଯିବା ସହ ସେମାନଙ୍କ ସ୍ବାଗତ ସହ ଏକ ସୁଖଦ ଅନୁଭୂତି ପ୍ରଦାନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଅଛି। ଏନେଇ ଆଜି ପୂର୍ବାହ୍ନରେ ପୁରୀ ସର୍କିଟ ହାଉସ ଠାରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି।

ଆସୁଥିବା ସମସ୍ତ ପ୍ରବାସୀ ଭାରତୀୟ ଅତିଥି ମାନଙ୍କୁ ଓଡ଼ିଆ ପରମ୍ପରା ଅନୁସାରେ ସ୍ବାଗତ ସହ ସେମାନଙ୍କୁ ବିଭିନ୍ନ ପର୍ଯ୍ୟଟନ ସ୍ଥଳ ପରିଭ୍ରମଣର ବ୍ୟବସ୍ଥା କରାଯାଇ ଥିବା ବେଳେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହ କୋଣାର୍କ ସୂର୍ଯ୍ୟ ମନ୍ଦିର, ରାମଚଣ୍ଡୀ, ଚନ୍ଦ୍ରଭାଗା, ରଘୁରାଜପୁର ଓ ସାତପଡ଼ା ପ୍ରଭୃତି ଅଞ୍ଚଳ ପରିଦର୍ଶନ ନେଇ ବ୍ୟବସ୍ଥାକୁ ସମୀକ୍ଷା କରିଛନ୍ତି। ସେମାନଙ୍କ ଭ୍ରମଣ ସମୟରେ ଶୃଙ୍ଖଳା ରକ୍ଷା, ଟ୍ରାଫିକ ବ୍ୟବସ୍ଥା, ପାର୍କିଂ ବ୍ୟବସ୍ଥା, ଶୌଚାଳୟ ବ୍ୟବସ୍ଥା, ସ୍ବଛତା ଇତ୍ୟାଦି ବ୍ୟବସ୍ଥା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଆବଶ୍ୟକୀୟ ରାସ୍ତା ମରାମତି ସହ ରଙ୍ଗ ଦେଇ ସୌନ୍ଦର୍ଯ୍ୟ ବୃଦ୍ଧି କରିବା, ସହର, ସମୁଦ୍ର କୂଳ ଇତ୍ୟାଦିକୁ ସୌନ୍ଦର୍ଯ୍ୟ କରଣ କରିବା ନେଇ କାର୍ଯ୍ୟ ପାଇଁ ନିର୍ଦେଶ ଦେଇଛନ୍ତି।

ପ୍ରବାସୀ ଭାରତୀୟଙ୍କ ସହଯୋଗ ପାଇଁ ଓଟିଡିସି ପକ୍ଷରୁ ସହାୟତା କେନ୍ଦ୍ର ସହ ନିୟନ୍ତ୍ରଣ କକ୍ଷ ବ୍ୟବସ୍ଥା, ଆମ୍ବୁଲାନ୍ସ ବ୍ୟବସ୍ଥା କରାଯିବା ସହ ପୁରୀ ବେଳାଭୂମିରେ ସ୍ୱତନ୍ତ୍ର ବିଚ ଫେଷ୍ଟିଭାଲ ଆୟୋଜନ କରାଯାଉଛି। ଏଥି ସହ ପଲ୍ଲିଶ୍ରୀ ମେଳା,ଫୁଡ ଫେଷ୍ଟିଭାଲକୁ ମଧ୍ୟ ସାମିଲ କରାଯାଇଥିବା ବେଳେ ସମସ୍ତ କାର୍ଯ୍ୟ ଶୃଙ୍ଖଳିତ ଭାବେ କରାଯିବା ନେଇ ବୈଠକରେ ସମୀକ୍ଷା କରାଯାଇଥିଲା। ବୈଠକରେ ଅନ୍ୟ ମାନଙ୍କ ମଧ୍ୟ ଜିଲ୍ଲାର ସମସ୍ତ ବିଧାୟକଙ୍କ ସମେତ ଜିଲ୍ଲାପାଳ,ଏସ୍ପି ଓ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।

ପୁରୀ ପ୍ରବାସୀ ଭାରତୀୟ ଦିବସ ପ୍ରଭାତୀ ପରିଡା ପ୍ରସ୍ତୁତି ସମୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026
Latest News

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.