Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଜାତୀୟ ସଂଖ୍ୟାଲଘୁ ଶିକ୍ଷାନୁଷ୍ଠାନ ଆୟୋଗ’ର ୨୦ତମ ପ୍ରତିଷ୍ଠା ଦିବସରେ କେନ୍ଦ୍ରମନ୍ତ୍ରୀ  
ଆଜିର ଖବର

‘ଜାତୀୟ ସଂଖ୍ୟାଲଘୁ ଶିକ୍ଷାନୁଷ୍ଠାନ ଆୟୋଗ’ର ୨୦ତମ ପ୍ରତିଷ୍ଠା ଦିବସରେ କେନ୍ଦ୍ରମନ୍ତ୍ରୀ  

December 19, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: ଏକବିଂଶ ଶତାବ୍ଦୀରେ ଭାରତ ଜ୍ଞାନ ଭିତ୍ତିକ ଅର୍ଥନୀତିର ନେତୃତ୍ୱ ନେବ। ଯେତେବେଳେ ‘ବିକଶିତ ଭାରତ’ର ସ୍ୱପ୍ନ ସାକାର ହେବ, ଏହା କୌଣସି ଗୋଟିଏ ଜାତି କିମ୍ବା ଧର୍ମ ଆଧାରରେ ନୁହେଁ ବରଂ ପ୍ରତ୍ୟେକ ଭାରତୀୟଙ୍କ ପ୍ରଚେଷ୍ଟା ଦ୍ୱାରା ସମ୍ଭବ ହେବ ବୋଲି ବୁଧବାର ଜାତୀୟ ସଂଖ୍ୟାଲଘୁ ଶିକ୍ଷାନୁଷ୍ଠାନ ଆୟୋଗ (ଏନସିଏମ୍ଇଆଇ) ର ୨୦ତମ ପ୍ରତିଷ୍ଠା ଦିବସ ଓ ସଂଖ୍ୟାଲଘୁ ଅଧିକାର ଦିବସ ସମାରୋହରେ ଯୋଗଦେବା ଅବସରରେ କହିଛନ୍ତି  କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ସେ କହିଛନ୍ତି ଯେ, ଆମ ଦେଶର ସମ୍ବିଧାନର ଗୌରବମୟ ୭୫ ବର୍ଷ ପୂର୍ତ୍ତି ହୋଇଛି। ସମ୍ବିଧାନ ହିଁ ଦେଶର ସଂଖ୍ୟାଲଘୁମାନଙ୍କୁ ସମ୍ମାନର ସହ ଜୀବନ ଯାପନ କରିବାର ଅଧିକାର ଦେଇଛି। ଶିକ୍ଷା ମାଧ୍ୟମରେ ସଂଖ୍ୟାଲଘୁମାନଙ୍କ ଜୀବନରେ ଉନ୍ନତି ଆଣିବା ପାଇଁ ଜାତୀୟ ସଂଖ୍ୟାଲଘୁ ଶିକ୍ଷାନୁଷ୍ଠାନ ଆୟୋଗ ଗଠନ କରାଯାଇଥିଲା। ଗତ ସାଢ଼େ ୧୦ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ବିନା କୌଣସି ଭେଦଭାବରେ ‘ସବକା ସାଥ-ସବକା ବିକାଶ’ର ମନ୍ତ୍ରୀରେ ପ୍ରତ୍ୟେକ ବଞ୍ଚିତଙ୍କୁ ଆବାସ, ବ୍ୟାଙ୍କ ଆକାଉଣ୍ଟ, ଗ୍ୟାସ ସିଲିଣ୍ଡର, ମାଗଣା ରାସନ ଭଳି ମୌଳିକ ସୁବିଧା ପ୍ରଦାନ କରୁଛନ୍ତି। ଆମ ପାଇଁ କୌଣସି ଜାତି କିମ୍ବା ଧର୍ମ ନାହିଁ ବରଂ ୪ଟି ବର୍ଗ ଗୁରୁତ୍ୱପୂର୍ଣ୍ଣ। ଏହିମାନେ ହେଉଛନ୍ତି ଗରିବ, କୃଷକ, ମହିଳା ଓ ଯୁବକ । ସେମାନଙ୍କର ସମୁଚିତ ବିକାଶ ହିଁ ଆମର ଲକ୍ଷ୍ୟ।

ଜାତୀୟ ଶିକ୍ଷା ନୀତିକୁ ସଠିକ ଭାବେ କାର୍ଯ୍ୟକାରୀ କରିବା ସମୟର ଆବଶ୍ୟକତା । ଜାତୀୟ ଶିକ୍ଷା ନୀତିର ଦ୍ରୁତ କ୍ରିୟାନ୍ୱୟନ, ଏହି ନୀତି ଅଧୀନରେ ଏନସିଆରଏଫ୍ ଭଳି ଆଧୁନିକ ବିଷୟବସ୍ତୁକୁ ଲାଗୁ କରିବା ପାଇଁ ସଂଖ୍ୟାଲଘୁ ଅନୁଷ୍ଠାନଗୁଡିକୁ ଅଧିକ ସହଯୋଗ କରିବାକୁ ହେବ ।  ଯେତେବେଳେ ଆମେ ପ୍ରତିଭା ବା ଦକ୍ଷତାକୁ ଏକାଡେମିକ୍ କ୍ରେଡିଟରେ ପରିଣତ କରିବୁ, ସେତେବେଳେ ସମସ୍ତଙ୍କ ବିକାଶର ମାର୍ଗ ଫିଟିବ । ଜାତୀୟ ସଂଖ୍ୟାଲଘୁ ଶିକ୍ଷାନୁଷ୍ଠାନ ଆୟୋଗଙ୍କୁ ସେମାନଙ୍କ ପ୍ରୟାସ ପାଇଁ ଧନ୍ୟବାଦ ଜଣାଇବା ସହ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସରକାର ସେମାନଙ୍କ ସାଙ୍ଗରେ ଅଛନ୍ତି ବୋଲି ସେ କହିଛନ୍ତି ।

ପ୍ରତିଷ୍ଠା ଦିବସ ବିକଶିତ ଭାରତ ସମ୍ବିଧାନ
Share. Facebook Twitter LinkedIn Email WhatsApp Copy Link

Related Posts

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Latest News

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.