Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମ ଜିଲ୍ଲା ରାଜସ୍ୱ ସମୀକ୍ଷା ବୈଠକ, ଭୂମିହୀନଙ୍କୁ ତୁରନ୍ତ ପଟ୍ଟା ପ୍ରଦାନ ନିମନ୍ତେ ନିର୍ଦ୍ଦେଶ
ଆଜିର ଖବର

ଗଞ୍ଜାମ ଜିଲ୍ଲା ରାଜସ୍ୱ ସମୀକ୍ଷା ବୈଠକ, ଭୂମିହୀନଙ୍କୁ ତୁରନ୍ତ ପଟ୍ଟା ପ୍ରଦାନ ନିମନ୍ତେ ନିର୍ଦ୍ଦେଶ

December 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ରାଜସ୍ୱ ସମୀକ୍ଷା ବୈଠକ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ ) ସୁଧାଂଶୁ କୁମାର ଭୋଇ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବସୁନ୍ଧରା ଯୋଜନା ଆନୁକୂଲ୍ୟରେ ଗଞ୍ଜାମ ଜିଲ୍ଲାରେ ଚିହ୍ନଟ ହୋଇଥିବା ୧୬୩୨ ଜଣ ଭୂମିହୀନଙ୍କୁ ତୁରନ୍ତ ଜମି ପଟ୍ଟା ପ୍ରଦାନ କରିବା ନିମନ୍ତେ କୁହାଯାଇଛି।

ସହରାଚଂଳ ହେଉବା ଗ୍ରାମାଚଂଳ ହେଉ ଯିଏ ବି ସରକାରୀ ଜମି ଜବଲଦଖଲ କରି କୋଠା ନିର୍ମାଣ କରିଛନ୍ତି ତୁରନ୍ତ ତାହା ଚିହ୍ନଟ କରି ନିୟମ ଅନୁସାରେ କାର୍ଯ୍ୟାନୁଷ୍ଠାନ ନେବାକୁ ତହସିଲଦାରମାନଙ୍କୁ କୁହାଯାଇଛି। ଆବେଦନ ଆସିଥିବା ଗ୍ରାମକଣ୍ଠକ କେସ ଗୁଡିକ ଫଇସଲା କରି ହିତାଧିକାରୀଙ୍କୁ ପଟ୍ଟା ବଣ୍ଟନ କରିବାକୁ ତହସିଲଦାରମାନଙ୍କୁ ନିର୍ଦେଶ ଦିଆଯାଇଛି। ବେ-ବନ୍ଦୋବସ୍ତ ଥିବା ଜମିକୁ ବନ୍ଦୋବସ୍ତ କରିବାକୁ ବୈଠକରେ କୁହାଯାଇଥିଲା।

ସରକାରୀ ସ୍କୁଲ, କଲେଜ ଓ ଡିଗ୍ରୀ କଲେଜ (ପ୍ରାୟ ୧୫୦୦) ଶିକ୍ଷାନୁଷ୍ଠାନକୁ ଜମି ପଟ୍ଟା ପ୍ରଦାନ କରିବାକୁ କୁହାଯାଇଛି। ବିଭିନ୍ନ ବିଭାଗର ଲକ୍ଷ୍ୟ ଧାର୍ଯ୍ୟକୁ ପୂରଣ କରିବା ପାଇଁ କୁହାଯାଇଥିବା ବେଳେ ସମୟସୀମା ମଧ୍ୟରେ ଲକ୍ଷ୍ୟ ହାସଲ କରିବାକୁ କୁହାଯାଇଛି। ଗଞ୍ଜାମ ଓ ବ୍ରହ୍ମପୁର ଅବକାରୀ ଜିଲ୍ଲାରେ ବେଆଇନ ମଦ କାରବାର,ଚୋରାଚାଲାଣ ରୋକିବାକୁ କୁହାଯାଇଛି, ଏନଫୋସମେଂଟ ଟିମ ଗଠନ କରି ଚଢାଉକୁ ଜୋରଦାର କରିବାକୁ କୁହାଯାଇଛି।

ସେହିପରି ସଡକ ଦୃର୍ଘଟଣା ସଂଖ୍ୟା ହ୍ରାସ ପାଇଁ ଆରଟିଓ ଙ୍କ ପକ୍ଷରୁ ହେଲମେଟ ଚେକିଂ ସହିତ ଅଧିକରୁ ଅଧିକ ଏନଫୋସମେଂଟ କରିବାକୁ କୁହାଯାଇଥିଲା। ବିଶେଷକରି ଜାତୀୟ ରାଜପଥ, ସହରାଚଂଳ,ସ୍କୁଲ ବସ ଆଦି ସ୍ଥାନରେ କଡାକଡି ଚେକିଂ ପାଇଁ ଆରଟିଓ ଙ୍କୁ କୁହାଯାଇଛି। ମାପ ଓ ଓଜନ ବିଭାଗକୁ ମଧ୍ୟ ଚଢାଉ କରିବାକୁ ନିର୍ଦେଶ ଦିଆଯାଇଛି।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ଉପଜିଲ୍ଲାପାଳ ଧୀନା ଦସ୍ତାଗିର, ଛତ୍ରପୁର ଉପଜିଲ୍ଲାପାଳ ଦେବଦତ୍ତ ମହାନ୍ତ ଓ ଭଞ୍ଜନଗର ଉପଜିଲ୍ଲାପାଳ ଅନିଲ କୁମାର ସେଠି,ଡେପୁଟି କଲେକ୍ଟର (ରାଜସ୍ୱ )ପ୍ରଦୀପ କୁମାର ସାହୁଙ୍କ ସମେତ ସମସ୍ତ ତହସିଲଦାର ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ଗଞ୍ଜାମ ଜମି ପଟ୍ଟା ଭୂମିହୀନ ରାଜସ୍ୱ ସମୀକ୍ଷା ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ପେଟ୍ରୋଲିୟମ୍‌ ସଂଘର ଆଲୋଚନା ପରେ ବଡ଼ ନିଷ୍ପତ୍ତି: ସମ୍ପୂର୍ଣ୍ଣ ନିଷେଧ ହେଲା ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ କରିବା

July 22, 2025

ଆଜି ଜୁଲାଇ ୨୨ ତାରିଖ ମଙ୍ଗଳବାରରେ ପାଞ୍ଚୋଟି ରାଶିର ଭାଗ୍ୟରେ ହେବ ବଡ ପରିବର୍ତ୍ତନ

July 22, 2025

ନୂଆ କଥା, ଆଇନ ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ କମ୍ଭମପଟି, ହେଲେ କାହିଁକି ??

July 21, 2025

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ UPI ମାଧ୍ୟମରେ ଉଠାଯାଇପାରିବ ସୁନା ଋଣ କିମ୍ବା FD ଟଙ୍କା

July 21, 2025
Latest News

ପେଟ୍ରୋଲିୟମ୍‌ ସଂଘର ଆଲୋଚନା ପରେ ବଡ଼ ନିଷ୍ପତ୍ତି: ସମ୍ପୂର୍ଣ୍ଣ ନିଷେଧ ହେଲା ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ କରିବା

July 22, 2025

ଆଜି ଜୁଲାଇ ୨୨ ତାରିଖ ମଙ୍ଗଳବାରରେ ପାଞ୍ଚୋଟି ରାଶିର ଭାଗ୍ୟରେ ହେବ ବଡ ପରିବର୍ତ୍ତନ

July 22, 2025

ନୂଆ କଥା, ଆଇନ ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ କମ୍ଭମପଟି, ହେଲେ କାହିଁକି ??

July 21, 2025

ନିଜ ପଦରୁ ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର, ଜାଣନ୍ତୁ କାରଣ

July 21, 2025

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ UPI ମାଧ୍ୟମରେ ଉଠାଯାଇପାରିବ ସୁନା ଋଣ କିମ୍ବା FD ଟଙ୍କା

July 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.