Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚମ୍ପୁଆ ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଚମ୍ପୁଆ ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 19, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଚମ୍ପୁଆ ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

କେଉଁଝର: ଜ୍ଞାନ ହିଁ ଶକ୍ତି (Knowledge is Power)। ଜ୍ଞାନରୁ ଆମକୁ ଶକ୍ତି ମିଳିଥାଏ। ରାଜ୍ୟରେ ଶିକ୍ଷା ପରିବେଶକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି ବୋଲି କେନ୍ଦୁଝର ଜିଲ୍ଲା ଚମ୍ପୁଆ ମହତାବ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉଦବୋଧନ ଦେଇ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଲେ ଯ, ପୂର୍ବରୁ ଶିକ୍ଷା ବିଭାଗ ଅନେକ ସମସ୍ୟା ଦେଇ ଗତି କରୁଥିଲା। ଯେଉଁମାନେ ଶାସନ କରୁଥିଲେ ସେମାନେ କିଛି ତ୍ରୁଟି ରଖିଥିଲେ। ସେହି ସମସ୍ୟା ଗୁଡିକର କିପରି ସମାଧାନ ହୋଇ ପାରିବ ସେ ନେଇ ଆମ ସରକାର କାର୍ଯ୍ୟ କରୁଛନ୍ତି। ଆମ ସରକାର ଶାସନକୁ ଆସିବା ପରେ ପ୍ରାଥମିକ ଶିକ୍ଷା ଭିତ୍ତିଭୂମି ଓ ଶିକ୍ଷା ବାତାବରଣକୁ ସୁଦୃଢ କରିବା ପାଇଁ 16,009 ଜଣ ପ୍ରାଥମିକ ଶିକ୍ଷକ ନିଯୁକ୍ତ କରିଛନ୍ତି। ରାଜ୍ୟରେ ଡ୍ରପ ଆଉଟ୍ ହାର ରୋକିବା ଏବଂ ଗୁଣାତ୍ମକ ଶିକ୍ଷା ପାଇଁ ଆମ ସରକାର କାର୍ଯ୍ୟ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ଦେଶ ତଥା ରାଜ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ହରେକୃଷ୍ଣ ମହତାବଙ୍କ 125 ତମ ଜନ୍ମ ଶତ ବାର୍ଷିକୀ ପାଳନ କରୁଥିବା ବେଳେ, ଏହି ଐତିହାସିକ ଅନୁଷ୍ଠାନ ମଧ୍ୟ ତା’ର 75 ତମ ସ୍ବନକ୍ଷେତ୍ର ପାଳନ କରୁଛି। ଏହି ବିଦ୍ୟାଳୟ ନିରନ୍ତର ଭାବେ ଚମ୍ପୁଆ ଉପଖଣ୍ଡ, ସୀମନ୍ତ ଝାଡଖଣ୍ଡ ଓ ମୟୂରଭଞ୍ଜ ଜିଲ୍ଲାର ବହୁ ଛାତ୍ରଛାତ୍ରୀଙ୍କୁ ପାଇଁ ଗଢି ତୋଳିବା ସହିତ ଶିକ୍ଷାର ଆଲୋକବର୍ତ୍ତିକା ହୋଇ କାର୍ଯ୍ୟ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ପ୍ରାକୃତିକ ସମ୍ପଦରେ ଭରପୁର କେନ୍ଦୁଝର ଜିଲ୍ଲାର ସାମଗ୍ରୀକ ବିକାଶ ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ସମସ୍ତ ଖଣିଜ ସମ୍ପଦ ଥିଲେ ମଧ୍ୟ କେନ୍ଦୁଝର ଜିଲ୍ଲା ଅବହେଳିତ ହୋଇ ରହିଥିଲା। ଏବେ ଏହାର ବିକାଶ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦିଆଯାଉଛି । କେନ୍ଦୁଝରର ବିକାଶ କିପରି ହେବ ସେ ନେଇ ଆମେ ସମସ୍ତେ ପ୍ରତିବଦ୍ଧ ହୋଇ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି । ଏଥି ସହିତ ଜିଲ୍ଲାରେ ରହିଥିବା ଅନ୍ୟାନ୍ୟ ସମସ୍ୟାର ସମାଧାନ ହୋଇ ପାରିବ ସେ ନେଇ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ ଲୋଡିଥିଲେ।

କେନ୍ଦୁଝର ଏକ ଦୁର୍ଘଟଣା ପ୍ରବଣ ଅଞ୍ଚଳ ହୋଇଥିବାରୁ କେନ୍ଦୁଝର ମେଡିକାଲ କଲେଜ୍ ଓ ହସ୍ପିଟାଲରେ ଏକ ଟ୍ରମା କେୟାର ସ୍ଥାପନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କେନ୍ଦୁଝରରେ ଏକ ବାଇପାସ୍ ନିର୍ମାଣ କରାଯିବା ସହିତ ବୈତରଣୀ ନଦୀରେ ନିର୍ମିତ ହେଉଥିବା ବୃହତ୍ତ ଜଳ ସେଚନ ପ୍ରକଳ୍ପ ଜୁନ୍ ମାସ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ ହେବ ବୋଲି କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ଉତ୍ତର ଓଡିଶାର ବିକାଶ ପାଇଁ ଖୁବଶୀଘ୍ର ଉତ୍ତର ଓଡିଶା ବିକାଶ ପରିଷଦ ନିର୍ମାଣ କରାଯିବ। ଏଥିନେଇ ଏକ ଟାସ୍କଫୋର୍ସ ମଧ୍ୟ ଗଠନ କରାଯାଇଛି। ଏହା ନିର୍ମାଣ ହେବା ଦ୍ବାରା ସମ୍ପୂର୍ଣ୍ଣ ଉତ୍ତର ଓଡିଶାର ବିକାଶ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ଯୋଗଦେଇ ବିଦ୍ୟାଳୟ ଓ ଗଣ ଶିକ୍ଷାମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଥିଲେ ଯେ, ଅନେକ ଉତ୍ଥାନ ପତନ ପରେ ଏହି ବିଦ୍ୟାଳୟ ଆଜି ହୀରକ ଜୟନ୍ତୀ ପାଳନ କରୁଛି। ଶିକ୍ଷାନୁଷ୍ଠାନକୁ ଆଗକୁ ବଢିବାରେ ଯେଉଁମାନେ ସହଯୋଗ କରିଥିଲେ ସେମାନଙ୍କୁ ଆଜି ସ୍ମରଣ କରିବାର ପ୍ରକୃଷ୍ଟ ସମୟ। ଶିକ୍ଷାର ବିକାଶ ହେଲେ ଦେଶର ବିକାଶ ହୋଇପାରିବ। କେବଳ ଶିକ୍ଷା ଗ୍ରହଣ କଲେ ହେବ ନାହିଁ, ଚରିତ୍ର ଗଠନ ମଧ୍ୟ ଆବଶ୍ୟକ ବୋଲି ସେ ମତଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଚମ୍ପୁଆ ବିଧାୟକ ଶ୍ରୀ ସନାତନ ମହାକୁଡ, ତେଲକୋଇ ବିଧାୟକ ଶ୍ରୀ ଫକୀର ମୋହନ ନାୟକ, ପାଟଣା ବିଧାୟକ ଶ୍ରୀ ଅଖିଲ ଚନ୍ଦ୍ର ନାୟକ, ଶିକ୍ଷାବିତ୍ ସତ୍ୟବ୍ରତ ପଣ୍ଡା, ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ପ୍ରକାଶ ସାହୁ ଏବଂ ହୀରକ ଜୟନ୍ତୀ କମିଟିର ସଭାପତି ଶ୍ରୀ ଗଙ୍ଗାଧର କର ଏବଂ ସମ୍ପାଦକ ଶ୍ରୀ ସୁଶାନ୍ତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.