Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିସେମ୍ବର ୨୧ ରେ ‘ଗ୍ରାଣ୍ଡ ହୋମ୍ କମିଂ’- ସୋଆ ପୁରାତନ ଛାତ୍ରଛାତ୍ରୀଙ୍କ ସମାବେଶ
ଆଜିର ଖବର

ଡିସେମ୍ବର ୨୧ ରେ ‘ଗ୍ରାଣ୍ଡ ହୋମ୍ କମିଂ’- ସୋଆ ପୁରାତନ ଛାତ୍ରଛାତ୍ରୀଙ୍କ ସମାବେଶ

December 19, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
soa university
ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୪୧ ଗବେଷକ

ଭୁବନେଶ୍ୱର: ନିଜ ଶିକ୍ଷାନୁଷ୍ଠାନ, କ୍ୟାମ୍ପସ୍ ଓ ବନ୍ଧୁମାନଙ୍କର ପୁରୁଣା ସ୍ମୃତିକୁ ତାଜା କରିବା ନିମନ୍ତେ ଆସନ୍ତା ଡିସେମ୍ବର ୨୧ ତାରିଖରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ପୁରାତନ ଛାତ୍ରଛାତ୍ରୀଙ୍କର ସମାବେଶ ‘ଗ୍ରାଣ୍ଡ ହୋମ କମିଂ’ ସମାବେଶ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ହେବ।

କର୍ପୋରେଟ୍ ଜଗତରୁ ଆରମ୍ଭ କରି ରାଜନୀତି, ଶିକ୍ଷା, ସ୍ୱାସ୍ଥ୍ୟ ଓ ବ୍ୟବସାୟ ଭଳି ଅନେକ କ୍ଷେତ୍ରରେ ସମ୍ମାନଜନକ ସ୍ଥିତି ଜାହିର କରିଥିବା ପୁରାତନ ଛାତ୍ରଛାତ୍ରୀ ଏହି ସମାବେଶରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିବା ବେଳେ ଦେଶ ତଥା ବିଦେଶରେ ପ୍ରତିଷ୍ଠା ଲାଭ କରିଥିବା ଅନେକ ସୋଆ ଆଲୁମନି ଏହି ଏକ ଦିବସୀୟ କାର୍ଯ୍ୟକ୍ରମରେ ସାମିଲ ହେବେ।
୨୦୦୧ରୁ ୨୦୨୪ ଶିକ୍ଷା ବର୍ଷରେ ଶିକ୍ଷା ଗ୍ରହଣ କରିଥିବା ସୋଆର ପୁରାତନ ଛାତ୍ରଛାତ୍ରୀମାନେ ଏହି ସମାବେଶରେ ଏକତ୍ରିତ ହେବେ।

କାର୍ଯ୍ୟକ୍ରମରେ ସୋଆର ଜଣେ ପ୍ରତିଷ୍ଠିତ ପୁରାତନ ଛାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ଥିବା ବେଳେ ଅନ୍ୟ ଜଣେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ।
୨୧ ତାରିଖ ସକାଳେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର), ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍‌, ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍‌, ସମ୍ ନର୍ସିଂ କଲେଜ, ସେଂଟର ଫର ବାୟୋଟେକ୍ନୋଲୋଜି, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍‌, ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍‌ସେସ୍‌, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ପୁରାତନ ଛାତ୍ରଛାତ୍ରୀମାନେ ନିଜ ନିଜ କଲେଜରେ ଏକତ୍ରିତ ହେବାର କାର୍ଯ୍ୟକ୍ରମ ରହିଥିବା ବେଳେ ସଂପୃକ୍ତ ଅନୁଷ୍ଠାନର ଡିନ୍ ଓ ସିନିୟର ପ୍ରଫେସରମାନେ ମଧ୍ୟ ଉପସ୍ଥିତ ରହିବେ।

୨୧ ତାରିଖ ସକାଳେ ଆଇଟିଇଆର ପରିସରରେ ପୁରାତନ ଇଞ୍ଜିନିୟରିଂ ଛାତ୍ରଛାତ୍ରୀମାନେ ଏକତ୍ରିତ ହେବାର କାର୍ଯ୍ୟକ୍ରମ ରହିଥିବା ବେଳେ କ୍ୟାମ୍ପସ ୨ଆଇବିସିଏସ୍ କନ୍‌ଫରେନ୍ସ ହଲ୍‌ରେ ମ୍ୟାନେଜମେଂଟ ସାଇନ୍‌ସେସ୍‌ର ପୁରାତନ ଛାତ୍ରଛାତ୍ରୀମାନେ ଏକତ୍ରିତ ହେବେ। ସେହିପରି ଏସ୍‌ପିଏସ୍ ଅଡିଟୋରିୟମ୍‌ରେ ଫାର୍ମାସୀର ପୁରାତନ ଛାତ୍ରଛାତ୍ରୀଙ୍କ ନିମନ୍ତେ କାର୍ଯ୍ୟକ୍ରମ ରହିଥିବା ବେଳେ ଏସ୍‌ଏନ୍‌ସି ସେମିନାର ହଲ୍‌ରେ ପୁରାତନ ନର୍ସିଂ ଛାତ୍ରଛାତ୍ରୀଙ୍କ ସମାବେଶ ହେବ। ସିବିଟି କନ୍‌ଫରେନ୍ସ ହଲ୍‌ରେ ପୁରାତନ ବାୟୋଟେକ୍ନୋଲୋଜି ଛାତ୍ରଛାତ୍ରୀ ଏକତ୍ରିତ ହେଉଥିବା ବେଳେ କ୍ୟାମ୍ପସ ୪ ଅଡିଟୋରିୟମ୍‌ରେ କୃଷି ବିଜ୍ଞାନର ପୁରାତନ ଛାତ୍ରଛାତ୍ରୀମାନେ ଏକତ୍ରିତ ହେବେ।

ସେହିପରି ସ୍ନିଲ୍‌ର କନ୍‌ଫରେନ୍ସ ହଲ୍‌ରେ ଆଇନ୍‌ର ପୁରାତନ ଛାତ୍ରଛାତ୍ରୀଙ୍କର ସମାବେଶ ହେଉଥିବା ବେଳେ ଆଇଡିଏସ୍‌ର କନ୍‌ଫରେନ୍ସ ହଲ୍‌ରେ ଦନ୍ତ ଚିକିତ୍ସାର ପୁରାତନ ଛାତ୍ରଛାତ୍ରୀ ଏକତ୍ରିତ ହେବେ। ସୋଆର ଡାକ୍ତରୀ ଶିକ୍ଷାର ପୁରାତନ ଛାତ୍ରଛାତ୍ରୀ ହସ୍ପିଟାଲ୍‌ର ସମ୍ ଆନେକ୍ସ ଅଡିଟୋରିୟମ୍‌ରେ ଏକତ୍ରିତ ହେବାର କାର୍ଯ୍ୟକ୍ରମ ରହିଛି।

ଅପରାହ୍ନରେ ସମସ୍ତ ପୁରାତନ ଛାତ୍ରଛାତ୍ରୀ ସୋଆ କ୍ୟାମ୍ପସ ୨ ଅଡିଟୋରିୟମ୍‌ରେ ଏକତ୍ରିତ ହେବେ। କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଛାତ୍ର ମଙ୍ଗଳ ଡିନ୍ ତଥା ଡିନ୍ (ଆଲୁମନି) ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଓ ଡାଇରେକ୍ଟର ଅଫ୍ ଇଣ୍ଡଷ୍ଟ୍ରି ଏନଗେଜ୍‌ମେଂଟ ଆଣ୍ଡ କର୍ପୋରେଟ ରିଲେସନ୍ସ ରିପ୍ତି ରଞ୍ଜନ ଦାଶ ଉପସ୍ଥିତ ରହିବେ।
କାର୍ଯ୍ୟକ୍ରମରେ ସୋଆ ଆଲୁମିନାୟୀଜ୍‌ର ସଭାପତି ଡକ୍ଟର ସୁସ୍ମିତା ପଣ୍ଡା ଅଧ୍ୟକ୍ଷତା କରିବେ।

‘ଗ୍ରାଣ୍ଡ ହୋମ୍ କମିଂ’ ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.