
ନୂଆଦିଲ୍ଲୀ: ରାଜସ୍ଥାନର ଜୟପୁର-ଆଜମେର ରାଜପଥରେ ଆଜି ହୋଇଥିବା ସଡ଼କ ଦୁର୍ଘଟଣା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ ମଧ୍ୟ ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ଅନୁକମ୍ପା ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
“ରାଜସ୍ଥାନର ଜୟପୁର-ଆଜମେର ରାଜପଥରେ ଦୁର୍ଘଟଣା ଯୋଗୁ ପ୍ରାଣହାନି ପାଇଁ ଗଭୀର ଦୁଃଖିତ। ଯେଉଁମାନେ ପରିଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସମବେଦନା। ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ପ୍ରଭାବିତଙ୍କୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସହାୟତା ଯୋଗାଇ ଦିଆଯାଉଛି। ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ସହାୟତା ପ୍ରଦାନ କରାଯିବ। ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ: @narendramodi ”