Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓମ୍ବାଡସି ସହାୟତାରେ ଯାଜପୁରର ଏନ୍ ସି ସ୍ୱୟଂଶାସିତ ମହାବିଦ୍ୟାଳୟର ବିଜ୍ଞାନ ବିଭାଗ ପାଇଛି ନୂଆ ରୂପ
ଆଜିର ଖବର

ଓମ୍ବାଡସି ସହାୟତାରେ ଯାଜପୁରର ଏନ୍ ସି ସ୍ୱୟଂଶାସିତ ମହାବିଦ୍ୟାଳୟର ବିଜ୍ଞାନ ବିଭାଗ ପାଇଛି ନୂଆ ରୂପ

December 21, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଯାଜପୁର/ଭୁବନେଶ୍ୱର: ଛାତ୍ରଛାତ୍ରୀମାନଙ୍କ କ୍ୟାରିୟରକୁ ଏକ ନୂଆ ମୋଡ଼ ଦେବାରେ କଲେଜ ଶିକ୍ଷାର ଏକ ବଡ଼ ଭୂମିକା ରହିଛି। ଏଥିପାଇଁ ବିଭିନ୍ନ କଲେଜର ଭିତ୍ତିଭୂମିକୁ ସୁଦୃଢ଼ କରିବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଯାଜପୁରର ନରସିଂହ ଚୌଧୁରୀ (ଏନ୍ ସି) ସ୍ୱୟଂଶାସିତ ମହାବିଦ୍ୟାଳୟର ବିଭିନ୍ନ ବିଭାଗକୁ ଆଧୁନିକ ରୂପ ଦିଆଯାଉଛି। ଫଳରେ ଏଠାରେ ଯେଉଁ ଶିକ୍ଷଣୀୟ ପରିବେଶ ସୃଷ୍ଟି ହୋଇଛି ତାହା ଆଜି ଯାଜପୁର ସହିତ ଆଖପାଖ ଜିଲ୍ଲାର ଛାତ୍ରଛାତ୍ରୀଙ୍କ ପାଇଁ ଆକର୍ଷଣ ସାଜିଛି।

ଓଡ଼ିଶାରେ ଥିବା ପ୍ରମୁଖ ଉଚ୍ଚଶିକ୍ଷାନୁଷ୍ଠାନ ଭିତରେ ଯାଜପୁରର ଏନ୍ ସି ସ୍ୱୟଂଶାସିତ ମହାବିଦ୍ୟାଳୟର ଏକ ସ୍ୱତନ୍ତ୍ର ପରିଚୟ ରହିଛି। ୧୯୪୬ରେ ସ୍ଥାପିତ ଏହି ପୁରାତନ ମହାବିଦ୍ୟାଳୟକୁ ୧୯୯୯ ମସିହାରେ ସ୍ୱୟଂଶାସିତ ମାନ୍ୟତା ମିଳିବା ପରେ ଏଠାରେ ବିଭିନ୍ନ ନୂତନ ପାଠ୍ୟକ୍ରମ ଆରମ୍ଭ କରାଯିବା ସହିତ କଲେଜର ଭିତ୍ତିଭୂମିକୁ ଉନ୍ନତିକରଣ କରିବା ଉପରେ ପ୍ରାଥମିକତା ଦିଆଯାଉଛି।

ଏନ୍ ସି ସ୍ୱୟଂଶାସିତ ମହାବିଦ୍ୟାଳୟର ବିଜ୍ଞାନ ବିଭାଗରେ ପାଠ ପଢ଼ିବା ପାଇଁ ବିଭିନ୍ନ ଜିଲ୍ଲାର ଛାତ୍ରଛାତ୍ରୀମାନେ ଆଗ୍ରହ ଦେଖାଇଥାନ୍ତି। ଏହାକୁ ଦୃଷ୍ଟିରେ ରଖି ବିଜ୍ଞାନ ବିଭାଗକୁ ନୂଆ ରୂପ ଦିଆଯାଇଛି। ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ଏଠାରେ ନୂତନ କ୍ଲାସରୁମ୍ ଓ ଉନ୍ନତ ମାନର ଲାବୋରେଟୋରି ସ୍ଥାପନ କରାଯାଇଛି। ଏଥିପାଇଁ ଓଡ଼ିଶା ଖଣିଜ ପଦାର୍ଥ ଧାରକ ଅଞ୍ଚଳ ଉନ୍ନୟନ ନିଗମ (ଓମ୍ବାଡସି) ଆର୍ଥିକ ସହାୟତା ଯୋଗାଇ ଦେଇଛି।

ଓମ୍ବାଡସି ସହାୟତାରେ ବିଜ୍ଞାନ ବିଭାଗରେ ଚାରି ମହଲା ବିଶିଷ୍ଟ ଏକ ନୂତନ କୋଠା ନିର୍ମାଣ କରାଯାଇଛି। ଏଥିରେ ପଦାର୍ଥ ବିଜ୍ଞାନ (ଫିଜିକ୍ସ), ରସାୟନ ବିଜ୍ଞାନ (କେମିଷ୍ଟ୍ରି), ଉଦ୍ଭିଦ ବିଜ୍ଞାନ (ବଟାନି) ଓ ପ୍ରାଣୀ ବିଜ୍ଞାନ (ଜୁଲୋଜି) ପାଇଁ ସ୍ୱତନ୍ତ୍ର କ୍ଲାସରୁମ୍ ଓ ଲାବୋରେଟୋରି ସ୍ଥାପନ କରାଯାଇଛି। ଫଳରେ ଛାତ୍ରଛାତ୍ରୀମାନେ ଏଠାରେ ସୁବିଧାରେ ଥିଓରି ସହିତ ପ୍ରାକ୍ଟିକାଲ କରିପାରୁଛନ୍ତି। ଏହାଦ୍ୱାରା ଛାତ୍ରଛାତ୍ରୀମାନେ ବିଜ୍ଞାନର ବିଭିନ୍ନ ଦିଗ ବିଷୟରେ ଜାଣିପାରୁଛନ୍ତି ଓ ଉଚ୍ଚତର ଗବେଷଣା ଲାଗି ଆଗ୍ରହ ଦେଖାଉଛନ୍ତି।

ସେହିପରି ଏହି ନୂତନ କୋଠାରେ ବିଭାଗୀୟ ମୁଖ୍ୟ ଓ ରିସର୍ଚ୍ଚ ଆସୋସିଏଟ୍ ରୁମ୍ ରହିଛି। ତା’ଛଡ଼ା କନଫରେନ୍ସ ଓ ଲାଇବ୍ରେରି ହଲ୍ ସହିତ କମ୍ପ୍ୟୁଟର ଲ୍ୟାବ୍ ଓ ରେକର୍ଡ ରୁମ୍ ମଧ୍ୟ କରାଯାଇଛି। ତା’ଛଡ଼ା ଛାତ୍ରଛାତ୍ରୀଙ୍କ ପାଇଁ ଏଠାରେ ଏକ ପ୍ରତୀକ୍ଷା ଗୃହ, ପାନୀୟ ଜଳ ଯୋଗାଣ ଏବଂ ସ୍ୱଚ୍ଛ ଶୌଚାଳୟର ବ୍ୟବସ୍ଥା କରାଯାଇଛି। ଓମ୍ବାଡସି ପାଣ୍ଠିରୁ ଏଥିପାଇଁ ଆବଶ୍ୟକ ସହାୟତା ଯୋଗାଇ ଦିଆଯାଇଛି।

‘‘ବିଜ୍ଞାନ ବିଭାଗରେ ପାଠ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଥିଓରି ସହିତ ପ୍ରାକ୍ଟିକାଲ ଶିକ୍ଷାର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ଓମ୍ବାଡସି ସହାୟତାରେ ଆଧୁନିକ ଭିତ୍ତିଭୂମି ନିର୍ମାଣ କରାଯାଇଛି। ଏଠାରେ ଆଧୁନିକ ବିଜ୍ଞାନାଗାର ସ୍ଥାପନ ହେବା ଯୋଗୁଁ ପ୍ରାକ୍ଟିକାଲ ପାଇଁ ଆଗରୁ ଯେଉଁ ସମସ୍ୟା ରହିଥିଲା ତାହା ଦୂର ହୋଇପାରିଛି। ଫଳରେ ଛାତ୍ରଛାତ୍ରୀମାନେ ବିଭିନ୍ନ ବିଷୟରେ ଗବେଷଣା କରିବାର ସୁଯୋଗ ପାଉଛନ୍ତି,’’ କହିଛନ୍ତି ଏନ୍ ସି ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ରଞ୍ଜନ କୁମାର ବେହେରା।

ଏନ ସି ସ୍ୱୟଂଶାସିତ ମହାବିଦ୍ୟାଳୟର ବିଜ୍ଞାନ ବିଭାଗରେ ଆଧୁନିକ ଭିତ୍ତିଭୂମି ନିର୍ମାଣ ହେବା ଫଳରେ ଏଠାରେ ପାଠ ପଢ଼ିବା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରୁ ଛାତ୍ରଛାତ୍ରୀମାନେ ଆଗ୍ରହ ଦେଖାଉଛନ୍ତି। ପ୍ରତିବର୍ଷ ୫୦୦ରୁ ଅଧିକ ସ୍ନାତକ ଓ ୧୯୦ରୁ ଅଧିକ ସ୍ନାତୋକତ୍ତର ଛାତ୍ରଛାତ୍ରୀ ଏଠାରେ ପାଠପଢ଼ି ଦେଶ ବିଦେଶରେ ପ୍ରତିଷ୍ଠିତ ହୋଇପାରୁଛନ୍ତି।

ଓମ୍ବାଡସି ବିଜ୍ଞାନ ବିଭାଗ ଯାଜପୁର
Share. Facebook Twitter LinkedIn Email WhatsApp Copy Link

Related Posts

କିଭଳି ରହିଛି ସଂଖ୍ୟାଲଘୁଙ୍କ ପାଇଁ ବଜେଟ୍?: ପ୍ରତିକ୍ରିୟା ଦେଲେ ଅଲ ଇଣ୍ଡିଆ ମୁସଲିମ ଜମାତର ସଭାପତି

February 1, 2026

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Latest News

‘ଦିବ୍ୟାଙ୍ଗ କୌଶଳ ଯୋଜନା’: ଦିବ୍ୟାଙ୍ଗମାନଙ୍କୁ ପ୍ରଦାନ କରିବ ଆବଶ୍ୟକ ମୁତାବକ ତାଲିମ

February 1, 2026

କିଭଳି ରହିଛି ସଂଖ୍ୟାଲଘୁଙ୍କ ପାଇଁ ବଜେଟ୍?: ପ୍ରତିକ୍ରିୟା ଦେଲେ ଅଲ ଇଣ୍ଡିଆ ମୁସଲିମ ଜମାତର ସଭାପତି

February 1, 2026

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.