Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀମନ୍ଦିରର ଦୁଇ ଜଣ ସେବକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
ଆଜିର ଖବର

ଶ୍ରୀମନ୍ଦିରର ଦୁଇ ଜଣ ସେବକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

December 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Paitalagi Niti to be Performed today in Sri Mandir
Paitalagi Niti to be Performed today in Sri Mandir

ପୁରୀ: ଶ୍ରୀମନ୍ଦିରରେ ବିଶୃଙ୍ଖଳା ପାଇଁ ଦୁଇଜଣ ସେବକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ସେମାନେ ହେଲେ ମୁଖ ପଖାଳ ସେବକ ଶ୍ରୀ ମଦନ ମୋହନ ଖୁଣ୍ଟିଆ ଏବଂ ବିଶ୍ବନାଥ ଖୁଣ୍ଟିଆ। ଶ୍ରୀମନ୍ଦିର ଆଇନ୍ ୨୧-କ ଧାରା ଅନୁସାରେ ଉଭୟଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଯିବ, ସେନେଇ ସନ୍ତୋଷଜନକ କୈଫିୟତ ରଖିବାକୁ ୭ ଦିନର ସମୟ ଦିଆଯାଇଛି। ଶ୍ରୀମନ୍ଦିର କମାଣ୍ଡରଙ୍କ ଜରିଆରେ ଏହି କେଫିୟତ ଦାଖଲ କରିବାକୁ କୁହାଯିବା ସହ ଧାର୍ଯ୍ୟ ସମୟ ଭିତରେ ଏହା ହସ୍ତଗତ ନହେଲେ, କାର୍ଯ୍ଯାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ପଷ୍ଟ କରାଯାଇଅଛି।

ନୋଟିସରେ କୁହାଯାଇଛି ଯେ, ଗତ ତା ୧୬-୧୨-୨୪ ରିଖ ଦିନ ମୁକ୍ତିମଣ୍ଡପ ସାମ୍ନାରେ ଅବକାଶ ପାଦୁକା ବଣ୍ଟନକୁ ନେଇ ଉଭୟ ସେବକ ପରସ୍ପରକୁ ଗାଳିଗୁଳଜ କରିବା ସହ ମାରପିଟ୍ କରି ରକ୍ତାକ୍ତ କରିଥିଲେ। ଏହି ଘଟଣାକୁ ଯୋଗୁଁ ଶ୍ରୀମନ୍ଦିର ପରିସରରେ ସେତେବେଳ ଉପସ୍ଥିତ ଥିବା ଭକ୍ତଙ୍କ ମାନେ ଶୃଙ୍ଖଳା ନେଇ ସନ୍ଦେହ ପ୍ରକାଶ କରିଥିଲେ।

ସେହିପରି ଶ୍ରୀମନ୍ଦିର ଗାରିମା ଓ ମର୍ଯ୍ୟାଦା ମଧ୍ୟ କ୍ଷୁର୍ଣ୍ଣ ହୋଇଥିଲା। ତେଣୁ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଯିବ ସେନେଇ ସନ୍ତୋଷଜନକ କୈଫିୟତ ଦାଖଲ କରିବାକୁ ନୋଟିସରେ କୁହାଯାଇଅଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଏହି ନୋଟିସ୍ ଜାରି କରିବା ସହ ଆଉଥରେ ସ୍ପଷ୍ଟ କରିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ବିଶୃଙ୍ଖଳାକୁ କଦାପି ବରଦାସ୍ତ କରାଯିବ ନାହିଁ। ଶ୍ରୀମନ୍ଦିର ଗାରିମା ଉପରେ ପ୍ରଭାବ ପକାଉଥିବା ଏଭଳି ଘଟଣା ଉପରେ କଡା ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଆଗକୁ ମଧ୍ୟ ଗ୍ରହଣ କରାଯିବ।

କାରଣ ଦର୍ଶାଅ ନୋଟିସ୍ ପୁରୀ ଶ୍ରୀମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ସଡ଼କ ଦୁର୍ଘଟଣାରେ ପିତା ମୃତ: ପୁଅ ଗୁରୁତର

April 5, 2026

କାଠଯୋଡି ସେତୁ ଟେଣ୍ଡର ବିବାଦକୁ ନେଇ ସରକାରଙ୍କୁ ଘେରିଲା କଂଗ୍ରେସ

April 5, 2026

ଚିଲିକାରେ ପଣ୍ତିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ୨୦୨୬, ଯୋଗ ଦେଲେ ଆଇନ ମନ୍ତ୍ରୀ

April 5, 2026

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026
Latest News

ସଡ଼କ ଦୁର୍ଘଟଣାରେ ପିତା ମୃତ: ପୁଅ ଗୁରୁତର

April 5, 2026

କାଠଯୋଡି ସେତୁ ଟେଣ୍ଡର ବିବାଦକୁ ନେଇ ସରକାରଙ୍କୁ ଘେରିଲା କଂଗ୍ରେସ

April 5, 2026

ଚିଲିକାରେ ପଣ୍ତିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ୨୦୨୬, ଯୋଗ ଦେଲେ ଆଇନ ମନ୍ତ୍ରୀ

April 5, 2026

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.