Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁର ମହୋତ୍ସବ ‘ଅର୍ଜୁନ-୨୦୨୫’ ପାଇଁ ସାମ୍ବାଦିକ ସମ୍ମିଳନୀ
ଆଜିର ଖବର

ରଣପୁର ମହୋତ୍ସବ ‘ଅର୍ଜୁନ-୨୦୨୫’ ପାଇଁ ସାମ୍ବାଦିକ ସମ୍ମିଳନୀ

December 24, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ଼ ଜିଲ୍ଲା ରଣପୁର ମହୋତ୍ସବ ଅର୍ଜ୍ଜୁନ ୨୦୨୫ ଆସନ୍ତା ବର୍ଷ ଜାନୁଆରୀ ୫ ତାରିଖରୁ ଜାନୁୟାରୀ ୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଅଛି। ନୟାଗଡ଼ ଜିଲ୍ଲା ର ପ୍ରଥମ ମହୋତ୍ସବ ଭାବେ ରଣପୁର ମହୋତ୍ସବର ଓଡ଼ିଶାରେ ଅନେକ ସୁନାମ ରହିଛି। ୨୦୦୬ ମସିହାରେ ରଣପୁର ମହୋତ୍ସବ ର ପ୍ରତିଷ୍ଠାତା ଥିଲେ ତତ୍ କାଳୀନ ଓଡ଼ିଶାର ସମବାୟ ରାଷ୍ଟ୍ରମନ୍ତ୍ରୀ ସୁରମା ପାଢୀ। କାଳର କରାଳ ଚକ୍ରରେ ଇତି ମଧ୍ୟରେ ଅନେକ ବର୍ଷ ଅତିବାହିତ ହୋଇଥିଲେ ମଧ୍ୟ ୨୦୨୫ ମହୋତ୍ସବ ଅର୍ଜ୍ଜୁନ ର ମଙ୍ଗ ଧରିଛନ୍ତି ରଣପୁର ବିଧାୟିକା ତଥା ବାଚସ୍ପତି ସୁରମା ପାଢୀ। ତେଣୁ ମହୋତ୍ସବ କୁ ପ୍ରଚାର ପ୍ରସାର କରିବା ପାଇଁ ସୁରମା ପାଢୀ ଙ୍କ ଅଧ୍ୟକ୍ଷତା, ଅନୁପସ୍ଥିତିରେ ସମ୍ପାଦକ ସ୍ବରାଜ ମହାନ୍ତି ସହଭାଗିତା ରେ ରଣପୁର ମଣିନାଗ ପୀଠ କଲ୍ୟାଣ ମଣ୍ଡପ ରେ ଡିସେମ୍ବର ୨୪ ତାରିଖ ମଧ୍ୟାହ୍ନରେ ଏକ ଗଣମାଧ୍ୟମ ବୈଠକ ଅନୁଷ୍ଠିତ ହୋଇଥିଲା।

ବରିଷ୍ଠ ସାମ୍ବାଦିକ ବିଶ୍ୱରଂଜନ ଆଚାର୍ଯ୍ୟ ଙ୍କ ଆବାହକତ୍ୱରେ ଏକ ମହୋତ୍ସବ ସଞ୍ଚାଳନ କମିଟି ଗଠନ ହୋଇ ଯାଇଛି। ରଣପୁର ମହୋତ୍ସବ ପାଇଁ ରଣପୁର ଗଣମାଧ୍ୟମ ସମନ୍ୱୟ କମିଟି ଗଠନ କରାଯାଇଛି। ଯେଉଁଥିରେ ୪୦ ରୁ ଉର୍ଦ୍ଧ ଛାପା, ବୈଦୁତିକ ଓ ସାମାଜିକ ଗଣମାଧ୍ୟମ ପ୍ରତିନିଧି ଯୋଗଦାନ କରିଥିଲେ। ଆଗାମୀ ଦିନରେ ରଣପୁର ମହୋତ୍ସବ କୁ ଓଡ଼ିଆରେ ଏକ ନମ୍ବର ଭାବେ ପ୍ରଚାର ପ୍ରସାର କରିବା ପାଇଁ ବରିଷ୍ଠ ସାମ୍ବାଦିକ ସୁକାନ୍ତ ପଟ୍ଟନାୟକ ଓ ରଘୁନାଥ ନାୟକ ଙ୍କ ଦାୟିତ୍ଵ ରେ ବିଭିନ୍ନ ସବ କମିଟିରେ ସାମ୍ବାଦିକ ମାନଙ୍କ ପ୍ରତିନିଧି ରଖିବା ପାଇଁ ପ୍ରସ୍ତାବ ଆଗତ କରାଯାଇଥିଲା।

ଏହି ବୈଠକ ରେ ପୁରୀ ସାଂସଦ ଡ଼ଃ ସମ୍ବିତ ପାତ୍ର ଙ୍କ ପ୍ରତିନିଧି ଭାବେ ବରିଷ୍ଠ ଆଇନଜୀବି ପ୍ରିୟବ୍ରତ ପ୍ରହରାଜ,ଉପ ସଭାପତି ପରେଶ ମିଶ୍ର,ବିଜୟ ଜେନା,ରାଜ କିଶୋର ପଟ୍ଟନାୟକ,ଶିବ ପ୍ରସାଦ ମିଶ୍ର ଆଦି ଅନେକ କାର୍ଯ୍ୟ କାରିଣୀ ସଦସ୍ୟ ଯୋଗଦେଇଥିଲେ। ମହୋତ୍ସବ ସଞ୍ଚାଳନ ପାଇଁ ଏକ ଗଣମାଧ୍ୟମ ସମନ୍ୱୟ କମିଟି ଗଠନ କରାଯାଇଛି।ଆଗାମୀ ଡିସେମ୍ବର ୨୭ ରେ ଏକ ସାଧାରଣ ବୈଠକ ହେବାପାଇଁ ସ୍ଥିରୀକୃତ ହୋଇଅଛି। ରଣପୁର ଜନ ସାଧାରଣ ଙ୍କ ସହଯୋଗ କାମନା କରାଯାଇଛି।

ଅର୍ଜୁନ-୨୦୨୫ ନୟାଗଡ଼ ଜିଲ୍ଲା ରଣପୁର ମହୋତ୍ସବ ସାମ୍ବାଦିକ ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026
Latest News

ଖାଦ୍ୟ ବିଷାକ୍ତ କାରଣରୁ ୮୪ ସୀମା ସୁରକ୍ଷା ବଳ ଯବାନ ହସ୍ପିଟାଲରେ ଭର୍ତ୍ତି

October 15, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.