Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚନ କାର୍ଯ୍ୟକ୍ରମ
ଆଜିର ଖବର

ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚନ କାର୍ଯ୍ୟକ୍ରମ

December 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର/କଟକ:  କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି କଟକରେ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ଉପସ୍ଥିତିରେ ଶ୍ରୀ ପ୍ରଧାନ କହିଛନ୍ତି ଯେ, ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଶତବାର୍ଷିକୀ ତଥା ସୁଶାସନ ଦିବସର ଅବ୍ୟବହିତ ପୂର୍ବରୁ ଐତିହାସିକ ସହର କଟକରେ ତାଙ୍କର ଏକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଅନାବରଣ କରିବା ଆମର ସୌଭାଗ୍ୟ। କଟକରେ ଅଟଳଜୀଙ୍କ ପ୍ରତିମୂର୍ତ୍ତି ସ୍ଥାପନ ନେଇ ପୂର୍ବତନ ମନ୍ତ୍ରୀ ତଥା ଲୋକପ୍ରିୟ ଜନନେତା ସ୍ୱର୍ଗତ ସମୀର ଦେ’ଙ୍କ ଇଚ୍ଛା ଥିଲା, ଯାହା ଆଜି ପୂରଣ ହୋଇଛି।

ସୁଶାସନ ଓ ଆର୍ଥିକ ବିକାଶର ପଥ ପ୍ରଦର୍ଶକ ଅଟଳୀଙ୍କର ଓଡ଼ିଶାର ବିକାଶ ପ୍ରତି ଅବଦାନ ଅତୁଳନୀୟ। ୧୯୯୯ ମସିହାର ମହାବାତ୍ୟାରେ ଓଡ଼ିଶାର ପୁନଃନିର୍ମାଣ ପାଇଁ ଅଟଳଜୀଙ୍କ ସମ୍ବେଦନଶୀଳ ଦୃଷ୍ଟିକୋଣ ଥିଲା ସ୍ୱତନ୍ତ୍ର। ଓଡ଼ିଶାର ବିକାଶ ପାଇଁ ଅର୍ଥର ଅଭାବ ରହିବ ନାହିଁ, ଏହା ଥିଲା ଅଟଳଜୀଙ୍କର କାଳଜୟୀ ବାକ୍ୟ। ମହାବାତ୍ୟା ପ୍ରଭାବିତଙ୍କ ପାଇଁ ରିଲିଫ ହେଉ ଅଥବା ମୁଣ୍ଡ ଉପରେ ପକ୍କା ଘର ବା ଦୀର୍ଘମିଆଦି ଭିତ୍ତିଭୂମିର ବିକାଶ – ଏ ସବୁ ପାଇଁ ଅଟଳଜୀଙ୍କ ଯୋଗଦାନ ଚିରସ୍ମରଣୀୟ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି।

ଅଟଳ ବିହାରୀ ବାଜପେୟୀ ଧର୍ମେନ୍ଦ୍ର ପ୍ରଧାନ ଭାରତରତ୍ନ
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.