Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତିନି ନୂଆ ଫୌଜଦାରୀ ଆଇନର କାର୍ଯ୍ୟାନ୍ୱୟନ ସମୀକ୍ଷା ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଅଧ୍ୟକ୍ଷତା
ଆଜିର ଖବର

ତିନି ନୂଆ ଫୌଜଦାରୀ ଆଇନର କାର୍ଯ୍ୟାନ୍ୱୟନ ସମୀକ୍ଷା ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଅଧ୍ୟକ୍ଷତା

December 24, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଣୟନ ହୋଇଥିବା ତିନି ନୂଆ ଫୌଜଦାରୀ ଆଇନକୁ ନେସନାଲ କ୍ରାଇମ ରେକର୍ଡ ବ୍ୟୁରୋ (ଏନସିଆରବି) ସହ ଯୋଡାଯିବା ନେଇ ନୂଆଦିଲ୍ଲୀରେ ବସିଥିବା ସମୀକ୍ଷା ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଅଧ୍ୟକ୍ଷତା କରିଥିଲେ। ସାରା ଦେଶରେ ସିସିଟିଏନଏସ ୨.୦, ଏନଏଏପଆଇଏସ, କାରାଗାର, କୋର୍ଟ, ପ୍ରୋସିକ୍ୟୁସନ, ଫରେନ୍ସିକ୍ସକୁ ଆଇସିଜେଏସ ସହ ମିଶ୍ରଣ ନେଇ ଏହି ବୈଠକ ବସିଥିଲା। କେନ୍ଦ୍ର ଗୃହ ସଚିବ, ଏନସିଆରବି ନିର୍ଦ୍ଦେଶକଙ୍କ ସମେତ ଗୃହ ମନ୍ତ୍ରଣାଳୟ, ଏନସିଆରବି, ଏନଆଇସିର ବହୁ ବରିଷ୍ଠ ପଦାଧିକାରୀ ଏହି ବୈଠକରେ ଉପସ୍ଥିତ ରହିଥିଲେ।

ଆଇସିଜେଏସ ୨.୦ରେ ନୂଆ ଫୌଜଦାରୀ ଆଇନର କାର୍ଯ୍ୟାନ୍ୱୟନ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଏନସିଆରବିକୁ ତାଗିଦ କରିଥିଲେ । ପ୍ରତି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳରେ ଇ-ସାକ୍ଷ୍ୟ, ନ୍ୟାୟ ଶ୍ରୁତି, ଇ-ସାଇନ, ଇ-ସମନ୍ସ ବ୍ୟବହାର କରିବା ଉପରେ କେନ୍ଦ୍ର ଗୃହମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ବିଭିନ୍ନ ଫୌଜଦାରୀ ମାମଲା ରୁଜୁ ହେବାଠାରୁ ଫଇସଲା ହେବା ପର୍ଯ୍ୟନ୍ତ ଅଭିଯୋଗକାରୀଙ୍କୁ ମେସେଜ ଆଲର୍ଟ ଦେବା ନେଇ ଯାନ୍ତ୍ରିକ ବିଦ୍ୟାର ସାହାଯ୍ୟ ନେବାକୁ କେନ୍ଦ୍ରମନ୍ତ୍ରୀ କହିଥିଲେ । ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ତଦନ୍ତକାରୀ ଅଧିକାରୀଙ୍କଠାରୁ ଆରମ୍ଭ କରି ବରିଷ୍ଠ ଅଧିକାରୀଙ୍କ ଯାଏ ଆଲର୍ଟ ମେସେଜ ଦେବାକୁ ମନ୍ତ୍ରୀ କହିଥିଲେ । କେନ୍ଦ୍ର ଗୃହ ମନ୍ତ୍ରଣାଳୟ (ଏମଏଚଏ) ଓ ଏନସିଆରବି ପକ୍ଷରୁ ଏକ ଟିମ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳ ବୁଲି ଏନେଇ ଅଧିକରୁ ଅଧିକ ଯାନ୍ତ୍ରିକ ବିଦ୍ୟାର ସହଯୋଗ ନେବାକୁ ସଚେତନତା ସୃଷ୍ଟି କରିବାକୁ କେନ୍ଦ୍ର ଗୃହମନ୍ତ୍ରୀ କହିଥିଲେ ।

ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳର ବିଭିନ୍ନ ପୋଲିସ ଅଧିକାରୀଙ୍କ ସହ ନିୟମିତ ଯୋଗସୂତ୍ର ରକ୍ଷା କରି କ୍ରାଇମ ଓ କ୍ରିମିନାଲ ଟ୍ରାକିଂ ନେଟବର୍କ ଆଣ୍ଡ ସିଷ୍ଟମ୍ସ (ସିସିଟିଏନଏସ) ଓ ଇଂଟର ଅପରେବୁଲ କ୍ରିମିନାଲ ଜଷ୍ଟିସ ସିଷ୍ଟମ (ଆଇସିଜେଏସ)ର ଅଗ୍ରଗତି ନେଇ ସେ ବରାବର ସମ୍ପର୍କରେ ରହିବେ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ସୂଚନା ଦେଇଛନ୍ତି । ଅଜଣା ମୃତଦେହ ଓ ଅଜଣା ବ୍ୟକ୍ତିଙ୍କ ଲାଗି ଖାସକରି ବାୟୋ ମେଟ୍ରିକ ଯାନ୍ତ୍ରିକ ବିଦ୍ୟା ବ୍ୟବହାର କରିବା ଲାଗି କେନ୍ଦ୍ର ଗୃହମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ତଦନ୍ତକାରୀ ଅଧିକାରୀ ଓ ଅନ୍ୟ ବିଭାଗୀୟ ଅଧିକାରୀଙ୍କ ଲାଗି ଏନସିଆରବି ପକ୍ଷରୁ ଏକ ଡାଟାବେସ ପ୍ରସ୍ତୁତ କରିବା ଉପରେ ମନ୍ତ୍ରୀ ପ୍ରାଧାନ୍ୟ ଦେଇଛନ୍ତି। ନୂଆ ଫୌଜଦାରୀ ଆଇନ ଓ ନେସନାଲ ଅଟୋମେଟେଡ ଫିଙ୍ଗରପ୍ରିଂଟ ଆଡେଂଟିଫିକେସନ ସିଷ୍ଟମ (ଏନଏଏଫଆଇଏସ)ରେ ଯାନ୍ତ୍ରିକ ବିଦ୍ୟାର ପ୍ରୟୋଗ ଲାଗି କେନ୍ଦ୍ର ଗୃହମନ୍ତ୍ରୀ ଏନସିଆରବିକୁ ପ୍ରଶଂସା କରିଛନ୍ତି।

ଏନସିଆରବି କାର୍ଯ୍ୟାନ୍ୱୟନ ସମୀକ୍ଷା କେନ୍ଦ୍ର ଗୃହମନ୍ତ୍ରୀ ଫୌଜଦାରୀ ଆଇନ
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସଭାରେ ହଟ୍ଟଗୋଳ: ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ

August 4, 2025

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ: ୮୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ

August 4, 2025

BSNL ଉପଭୋକ୍ତାଙ୍କ ପାଇଁ ବଡ଼ ଝଟକା!: ଏହି ପ୍ଲାନର ହ୍ରାସ ପାଇଲା ବୈଧତା, ଜାଣନ୍ତୁ କ’ଣ ହେଲା ପରିବର୍ତ୍ତନ

August 4, 2025

ଆଜି ଶ୍ରାବଣ ଶେଷ ସୋମବାର, ବିଭିନ୍ନ ଶୈବ୍ୟ ପିଠରେ କାଉଡିଆଙ୍କ ପ୍ରବଳ ଭିଡ

August 4, 2025
Latest News

ଲୋକସଭାରେ ହଟ୍ଟଗୋଳ: ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ

August 4, 2025

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ: ୮୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ

August 4, 2025

BSNL ଉପଭୋକ୍ତାଙ୍କ ପାଇଁ ବଡ଼ ଝଟକା!: ଏହି ପ୍ଲାନର ହ୍ରାସ ପାଇଲା ବୈଧତା, ଜାଣନ୍ତୁ କ’ଣ ହେଲା ପରିବର୍ତ୍ତନ

August 4, 2025

ଆଜି ଶ୍ରାବଣ ଶେଷ ସୋମବାର, ବିଭିନ୍ନ ଶୈବ୍ୟ ପିଠରେ କାଉଡିଆଙ୍କ ପ୍ରବଳ ଭିଡ

August 4, 2025

ଏବେ ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲଗାଇବାକୁ ଧମକ ଦେଲେ ଟ୍ରମ୍ପଙ୍କ ବିଶସ୍ତ!: ଆଣିଲେ ସାଂଘାତିକ ଅଭିଯୋଗ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.