Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଯାପିତ
ଆଜିର ଖବର

ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଯାପିତ

December 24, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଢେଙ୍କାନାଳ ଜ଼ିଲ୍ଲାରେ ୧୭ ତାରିଖ ଠାରୁ ସ୍ଥାନୀୟ ମିନି ଷ୍ଟାଡିୟମରେ ଆରମ୍ଭ ହୋଇଥିବା ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଆଜି ସନ୍ଧ୍ୟା ରେ ଉଦଯାପିତ ହୋଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଯୋଗଦେଇ, କୃଷି ଉତ୍ପାଦ ସଂରକ୍ଷଣ ଓ କୃଷକ ମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ସରକାର ସମସ୍ତ ପ୍ରକାରର ଉଦ୍ୟମ ଜାରି ରଖିଛନ୍ତି ବୋଲି ପ୍ରକାଶ କରିଥିଲେ। ବିଜ୍ଞାନ ଦ୍ୱାରା କୃଷି ଉତ୍ପାଦନରେ ବୃଦ୍ଧି ଘଟୁଛି। ୧୨ ଶହ କୋଟି ଟଙ୍କା ବ୍ୟୟରେ କପିଳାସଠାରେ ସାଇନ୍ସ୍ ସିଟି, ଢେଙ୍କାନାଳରେ ରିଙ୍ଗ୍ ରୋଡ଼୍ ଏବଂ ଢ଼େଙ୍କାନାଳ ପର୍ଯ୍ୟନ୍ତ ମେଟ୍ରୋ ଟ୍ରେନ୍ ଚାଲିବ ବୋଲି ପ୍ରକାଶ କରିଥିଲେ। କୃଷିକ୍ଷେତ୍ରରେ ରାଜ୍ୟକୁ ସ୍ୱୟଂ ସଂପର୍ଣ୍ଣ କରିବାକୁ ସେ କୃଷକ ଭାଇ ଭଉଣୀ ମାନଙ୍କୁ ଆହ୍ବାନ ଦେଇଥିଲେ।

ଏହି ଉତ୍ସବରେ ମାନ୍ୟବର ସାଂସଦଙ୍କ ପ୍ରତିନିଧି ନରେଶ ଚନ୍ଦ୍ର ମହାପାତ୍ର, ସହକାରୀ କୃଷି ନିର୍ଦ୍ଦେଶକ ମାର୍କଣ୍ଡ ପ୍ରଧାନ, କୃ୍ଷି ନିର୍ବାହୀ ଯନ୍ତ୍ରୀ ପ୍ରଦ୍ୟୁତ୍ କୁମାର ପଟ୍ଟନାୟକ୍ ଯୋଗ ଦେଇ ମେଳା ଆୟୋଜନର ଆବଶ୍ୟକତା ସଂପର୍କରେ ଆଲୋକପାତ କରିଥିଲେ। ଉତ୍ସବରେ ଜିଲ୍ଲାର ସମସ୍ତ ବ୍ଳକ୍ ରୁ ବହୁ ସଂଖ୍ୟକ ଚାଷୀ ଭାଇ ଭଉଣୀ ଯୋଗ ଦେଇଥିଲେ।

ମେଳାରେ ଅତ୍ୟାଧୁନିକ କୃଷି ଯନ୍ତ୍ରପାତି ପ୍ରଦର୍ଶିତ ହେବା ସହ ଏହାକୁ କ୍ରୟକରି ବହୁଳ ବ୍ୟବହାର ନିମନ୍ତେ ସେମାନଙ୍କୁ ଅନୁପ୍ରାଣିତ କରାଯାଇଥିଲା। ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସୁବ୍ରତ କୁମାର ପାଢ଼ୀ ମେଳା ଆୟୋଜନ ଦ୍ଵାରା କିଭଳି ଚାଷୀଭାଇ ଭଉଣୀମାନେ ଉପକୃତ ହେବେ ସେ ସମ୍ପର୍କରେ ଆଲୋକପାତ କରିଥିଲେ।

ଏହି ଅବସରରେ ଗୋବର୍ଦ୍ଧନ ପୁରାଣ, ଗୀତାଞ୍ଜଳୀ ପୃଷ୍ଟି, ସମୀର କୁମାର ସାହୁ ଏବଂ ସୌମ୍ୟରଂଜନ ସାମଲ ଙ୍କୁ ମୁଖ୍ୟମନ୍ତ୍ରୀ ଅଭିନବ କୃଷି ଯନ୍ତ୍ରପାତି ସମ୍ମାନ ପ୍ରଦାନ ପୂର୍ବକ ଅର୍ଥରାଶି ପୁରସ୍କାର ପ୍ରଦାନ କରାଯାଇଥିଲା। ମେଳା ଆୟୋଜନ ଅବସରରେ ଆୟୋଜିତ ଚିତ୍ରାଙ୍କନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ମୁଖ୍ୟଅତିଥି ପୁରସ୍କୃତ କରିଥିଲେ। ମେଳାରେ ଅଂଶ ଗ୍ରହଣ କରିଥିବା କୃଷି ଯନ୍ତ୍ରପାତିର ଶ୍ରେଷ୍ଠ ଡ଼ିଲର ମାନଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା।

କୃଷି ଯନ୍ତ୍ରପାତି ମେଳା କୃଷ୍ଣ ଚନ୍ଦ୍ର ପାତ୍ର ଢେଙ୍କାନାଳ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଚେନ୍ନାଇ ଏବଂ ପଞ୍ଜାବ ମଧ୍ୟରେ ଲଢେଇ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍, ପିଚ୍ ରିପୋର୍ଟ ଏବଂ ପାଣିପାଗ

April 3, 2026

ମଧୁମେହରେ ପଣସର ବ୍ୟବହାର କିପରି ଲାଭଦାୟକ? ଜାଣନ୍ତୁ…

April 3, 2026

ବ୍ରହ୍ମପୁର ପୌର ନିଗମର ଷ୍ଟାଣ୍ଡିଂ କମିଟି ବୈଠକ

April 3, 2026

ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ପ୍ରତାରଣା: ଅଭିଯୁକ୍ତ ଯୁବକଙ୍କୁ ଗିରଫ କଲା ପୋଲିସ

April 3, 2026
Latest News

କିପରି ମନୋନୀତ ହେବେ ବିହାରର ନୂତନ ମୁଖ୍ୟମନ୍ତ୍ରୀ?: ପୂର୍ବତନ ସାଂସଦଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

April 3, 2026

ଆଜି ଚେନ୍ନାଇ ଏବଂ ପଞ୍ଜାବ ମଧ୍ୟରେ ଲଢେଇ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍, ପିଚ୍ ରିପୋର୍ଟ ଏବଂ ପାଣିପାଗ

April 3, 2026

ମଧୁମେହରେ ପଣସର ବ୍ୟବହାର କିପରି ଲାଭଦାୟକ? ଜାଣନ୍ତୁ…

April 3, 2026

‘ମୋର ନୀରବତାକୁ ପରାଜୟ ବୋଲି ଭାବନ୍ତୁ ନାହିଁ’: ଆଉ ଏକ ଭିଡିଓ ଜାରି କରି କହିଲେ ରାଘବ ଚଢା

April 3, 2026

ପଶ୍ଚିମବଙ୍ଗରେ ଟିଏମସିକୁ ଝଟକା!: ସଦ୍ୟତମ ନିର୍ବାଚନ ସର୍ଭେରେ ବିଜେପି ପାଇଁ ଭଲ ଖବର

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.