Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବ୍ୟାପକ ଫସଲ ନଷ୍ଟ: ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦାବୀ 
ଆଜିର ଖବର

ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବ୍ୟାପକ ଫସଲ ନଷ୍ଟ: ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦାବୀ 

December 24, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ କେନ୍ଦ୍ରାପଡା ଜିଲ୍ଲାର ସମସ୍ତ ବ୍ଲକ ପ୍ରଭାବିତ ହୋଇଛି। ଏହି ଅଦିନିଆ ବର୍ଷା ଯୋଗୁଁ ବ୍ୟାପକ ଫସଲ ନଷ୍ଟ ହୋଇଛି। ଧାନ ଫସଲ ନଷ୍ଟ ହେବା ସହିତ ପନିପରିବା ଚାଷ ଉଜୁଡ଼ି ଯାଇଛି। ଏହି ବର୍ଷା ଯୋଗୁଁ ରାଜକନିକା, ଆଳି, ପଟ୍ଟାମୁଣ୍ଡାଇ, ରାଜନଗର, କେନ୍ଦ୍ରାପଡା, ଡେରାବିଶ, ମାର୍ଶାଘାଇ, ମହାକାଳପଡ଼ା, ଗରଦପୁର ବ୍ଲକ ସମେତ କେନ୍ଦ୍ରାପଡା ଓ ପଟ୍ଟାମୁଣ୍ଡାଇ ମୁନିସିପାଲିଟି ଅଂଚଳ ବ୍ୟାପକ ଭାବରେ ପ୍ରଭାବିତ ହୋଇଛି।

ଧାନ, କୋବି, କଖାରୁ, ବିନ୍, ଟମାଟୋ, ବାଇଗଣ, କାକୁଡି, ଶାଗ ଇତ୍ୟାଦି ସବୁ ପନିପରିବା ନଷ୍ଟ ହୋଇଯାଇଛି। ସବୁଠାରୁ ଉଦ୍‌ବେଗଜନକ ବିଷୟ ହେଉଛି ସରକାରଙ୍କ କୃଷି ବିଭାଗ ଏବଂ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତରଫରୁ ଋଷୀ ମାନଙ୍କୁ ଆଗୁଆ ସୂଚନା ଦେଇ ସତର୍କ କରାଗଲା ନାହିଁ। ଆଗୁଆ ସୂଚନା ଦେଇ ଋଷୀମାନଙ୍କୁ ସତର୍କ କରିବା କ୍ଷେତ୍ରରେ ସରକାର ସଂପୂର୍ଣ ବିଫଳ ହୋଇଛନ୍ତି। ତା ପରେ ଦ୍ୱିତୀୟ ଥର ପାଇଁ ପୁଣି ଲଘୁଚାପ ଆରମ୍ଭ ହେଇ ଯାଇଛି। ଚାଷୀ ଅମଳ ହେଇଥିବା ଫସଲକୁ ଉଠିଆ କରିବା ପାଇଁ ରାତି ସାରା ଜମିରେ ରହିଥିବାର ଖବରମାନ ଆସୁଛି। ଧାର କରଜ କରି ଚାଷ କରିଥିବା ଚାଷୀ ମୁଣ୍ଡରେ ହାତ ଦେଇ ବସିଛି।

ଅଦିନିଆ ବର୍ଷା ଏବଂ ପ୍ରତିକୂଳ ପାଗରେ ପୋକ ଆକ୍ରମଣ ଯୋଗୁଁ ଅମଳ ହେବାକୁ ଥିବା ସବୁ ପରିବା ନଷ୍ଟ ହୋଇଯାଇଛି।ରାଜ୍ୟ ସରକାର ଏବଂ ଜିଲ୍ଲା ପ୍ରଶାସନ ଅବିଳମ୍ବେ କ୍ଷତି ହୋଇଥିବା ଫସଲର ଆକଳନ କରି ଚାଷୀ ଏବଂ ଭାଗଚାଷୀମାନଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରିବା ପାଇଁ ଓଡିଶା କୃଷକସଭା କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ଜିଲ୍ଲାପାଳଙ୍କ ନିକଟରେ ଦାବି କରାଯାଇଛି। ଜଳବାୟୁ ଗତ ପରିବର୍ତ୍ତନ ଯୋଗୁଁ କ୍ରମାଗତ ଭାବେ କ୍ଷତି ସହୁଥ‌ିବାରୁ ଚାଷୀମାନଙ୍କ ମଧ୍ୟରେ ହତାଶ ଭାବ ଦେଖାଦେଇଛି।

ସେହି ଦୃଷ୍ଟିରୁ ଚାଷୀର ସମସ୍ତ କ୍ଷତିକୁ ସରକାର ଭରଣା କରିବା ସହିତ ଚାଷୀ କରିଥିବା ଋଣକୁ ସଂପୂର୍ଣ ଛାଡ଼ କରିବା ପାଇଁ ଓଡିଶା କୃଷକସଭା କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ଜିଲ୍ଲା ସଭାପତି ଗୟାଧର ଧଳ, ସମ୍ପାଦକ ବିଜୟ ଦାସ, ବରିଷ୍ଠ ନେତା ଜଗତ ଜୀବନ ଦାଶ,ମହାକାଳପଡ଼ା ନେତା ନରୋତ୍ତନ ପାର୍ଥସାରଥୀ, ମାଧବ ଦାସ, କେନ୍ଦ୍ରାପଡା ବ୍ଲକ ସମ୍ପାଦକ ରମେଶ ପ୍ରଧାନ, ବୈଷ୍ଣବ ଚରଣ ସ୍ୱାଇଁ ପ୍ରମୁଖ ଅତିରିକ୍ତ ଉପଜିଲ୍ଲାପାଳ ଡ଼ଃ ଅଶୋକ କୁମାର ଦାଶଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିବା ସହିତ କ୍ଷତିର ଭରଣା ନହେଲେ ସଂଗଠନ ବ୍ୟାପକ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛନ୍ତି।

କେନ୍ଦ୍ରାପଡା ଜିଲ୍ଲା କ୍ଷତିପୂରଣ ଦାବୀ ଲଗାଣ ବର୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

କାର୍ତ୍ତିକରେ ମାନ ସମ୍ମାନ, ଉତ୍ତମ ସ୍ବାସ୍ଥ୍ୟ ଓ ଲାଭ ପାଇଁ ଆପଣାନ୍ତୁ ଏହି ଉପାୟ

October 20, 2025

ବାଣ ଫୁଟାଇବାର ଜୋରଦାର ଶବ୍ଦ ହୃଦଘାତର କାରଣ ହୋଇପାରେ?: ଏଭଳି ନିଅନ୍ତୁ ଯତ୍ନ

October 20, 2025

ଦୀପାବଳିରେ ଉପହାର ଦିଅନ୍ତୁ ଫାସ୍‌ଟ୍ୟାଗ ବାର୍ଷିକ ପାସ୍

October 20, 2025

ତୃତୀୟ ନନ୍ଦ କିଶୋର ପଟ୍ଟନାୟକ ସ୍ମାରକୀ ଅଲ୍ ଓଡିଶା ମହିଳା ଫୁଟବଲ ପ୍ରତିଯୋଗିତା

October 20, 2025
Latest News

କାର୍ତ୍ତିକରେ ମାନ ସମ୍ମାନ, ଉତ୍ତମ ସ୍ବାସ୍ଥ୍ୟ ଓ ଲାଭ ପାଇଁ ଆପଣାନ୍ତୁ ଏହି ଉପାୟ

October 20, 2025

ବାଣ ଫୁଟାଇବାର ଜୋରଦାର ଶବ୍ଦ ହୃଦଘାତର କାରଣ ହୋଇପାରେ?: ଏଭଳି ନିଅନ୍ତୁ ଯତ୍ନ

October 20, 2025

ଦୀପାବଳିରେ ଉପହାର ଦିଅନ୍ତୁ ଫାସ୍‌ଟ୍ୟାଗ ବାର୍ଷିକ ପାସ୍

October 20, 2025

ଅଧର୍ମ, କୁଧର୍ମ ଓ ପରଧର୍ମ ମଧ୍ୟରେ କ’ଣ ରହିଛି ପାର୍ଥକ୍ୟ? ଏହି ପୌରାଣିକ କଥାରୁ ବୁଝନ୍ତୁ ବିବିଧତା

October 20, 2025

ତୃତୀୟ ନନ୍ଦ କିଶୋର ପଟ୍ଟନାୟକ ସ୍ମାରକୀ ଅଲ୍ ଓଡିଶା ମହିଳା ଫୁଟବଲ ପ୍ରତିଯୋଗିତା

October 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.