Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏମ୍‌ସ ଭୁବନେଶ୍ୱର ପ୍ରତିଷ୍ଠାତା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି
ଆଜିର ଖବର

ଏମ୍‌ସ ଭୁବନେଶ୍ୱର ପ୍ରତିଷ୍ଠାତା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

December 25, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭାରତରତ୍ନ ଅଟଳ ବିହାରୀ ବାଜପେୟୀ
ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ସ୍ମୃତି ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର: ଦୂରଦୃଷ୍ଟି ଓ ସଂକଳ୍ପର ରାଷ୍ଟ୍ରନେତା, ପୂର୍ବତନ ପ୍ରଧାନମନ୍ତ୍ରୀ, କିମ୍ବଦନ୍ତୀ ପୁରୁଷ, ବିଶିଷ୍ଟ ଜନନାୟକ ତଥା ଏମ୍‌ସ ଭୁବନେଶ୍ୱର ପ୍ରତିଷ୍ଠାତା ଭାରତରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କର ୧୦୦ତମ ଜନ୍ମବାର୍ଷିକୀ ଅବସରରେ ଏମ୍‌ସ ଭୁବନେଶ୍ବର ପକ୍ଷରୁ ଆଜି “ସୁଶାସନ ଦିବସ” ପାଳିତ ହୋଇଯାଇଛି। ଏହି ଅବସରରେ ଯୁଗଦ୍ରଷ୍ଟା ଅଟଳ ବିହାରୀଙ୍କୁ ଏମ୍‌ସ ଭୁବନେଶ୍ବର ପକ୍ଷରୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଛି।

ଏନେଇ ଆଜି ଏମ୍‌ସ ଭୁବନେଶ୍ବର ପରିସରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ଅତିଥିମାନେ ଭାରତରତ୍ନ ଅଟଳ ବିହାରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ଏମ୍‌ସ ଭଳି ଏକ ବିଶ୍ବସ୍ତରୀୟ ସ୍ବାସ୍ଥ୍ୟସେବା ଅନୁଷ୍ଠାନ ପ୍ରତିଷ୍ଠା ନିମନ୍ତେ ଶ୍ରୀ ବାଜପେୟୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନର ପ୍ରତିଷ୍ଠା ତଥା ବିକାଶରେ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ। ଦିବଂଗତ ଜନନାୟକଙ୍କ ଦୂରଦ୍ରଷ୍ଟୀ ବିଚାର କାରଣରୁ ଜନସେବା ନିମିତ୍ତ ସ୍ଥାପିତ ଏହି ଅନୁଷ୍ଠାନ ଓଡ଼ିଶା ତଥା ପଡ଼ୋଶୀ ରାଜ୍ୟର ଜନସାଧାରଣଙ୍କ ଅଶେଷ କଲ୍ୟାଣ କରୁଥିବା ମତବ୍ୟକ୍ତ କରିଥିଲେ ଏମ୍‌ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର (ଡ) ଆଶୁତୋଷ ବିଶ୍ବାସ।

ଏହି ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ‌ ଡିନ୍‌ ଡ. ସୌଭାଗ୍ୟ କୁମାର ଜେନା, ମେଡିକାଲ୍ ଅଧିକ୍ଷକ ଡ. ଦିଲ୍ଲୀପ କୁମାର ପରିଡ଼ା, ଡିଡିଏ ଅଭିଜିତ ସରକାର, ବରିଷ୍ଠ ପ୍ରାଶାସନିକ ଅଧିକାରୀ ରଶ୍ମି ରଞ୍ଜନ ସେଠୀ, ଡ. ଅଶୋକ କୁମାର ଜେନା ପ୍ରମୁଖଙ୍କ ସମେତ ଅତିଥି, ଅଧ୍ୟାପକ/ଅଧ୍ୟାପିକା, ଛାତ୍ର ଏବଂ କର୍ମଚାରୀ ଉପସ୍ଥିତ ଥିଲେ।

ବିଭିନ୍ନ କ୍ଷେତ୍ରର ବିଶିଷ୍ଟ ମାନ୍ୟଗଣ୍ୟ ବ୍ୟକ୍ତି ଏମ୍‌ସ ପରିସରରେ ଥିବା ଭାରତରତ୍ନ ଅଟଳ ବିହାରୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ଏମ୍‌ସ ଭୁବନେଶ୍ବର ଭଳି ଏକ ବିଶ୍ବସ୍ତରୀୟ ସ୍ବାସ୍ଥ୍ୟସେବା ଅନୁଷ୍ଠାନ ପ୍ରତିଷ୍ଠା ଫଳରେ ରାଜ୍ୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବିର‌ାଟ ପରିବର୍ତ୍ତନ ଆସିଥିବା ମତପ୍ରକାଶ କରିଥିଲେ। ଉଲ୍ଲେଖଯୋଗ୍ୟଯେ ଏମ୍‌ସ ଭୁବନେଶ୍ୱର ପରିସରରେ ସ୍ୱର୍ଗତ ବାଜପେୟୀଙ୍କ ଏକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ୧୫ ଜୁଲାଇ ୨୦୦୩ ରେ ଏମ୍‌ସ ଭୁବନେଶ୍ୱରର ଭିତ୍ତିପ୍ରସ୍ଥର ସ୍ଥାପନ କରିଥିଲେ। ଏହା ଦେଶର ଦ୍ୱିତୀୟ ଏବଂ ଏକମାତ୍ର ଏମ୍ସ ଯାହାର ଭିତ୍ତିପ୍ରସ୍ଥର ଶ୍ରୀ ବାଜପେୟୀଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା। ଉଲ୍ଲେଖଯୋଗ୍ୟଯେ ଏମ୍‌ସ ଭୁବନେଶ୍ୱର ପୂର୍ବ ଭାରତର ଏକ ପ୍ରମୁଖ ସ୍ୱାସ୍ଥ୍ୟ ସେବା ପ୍ରତିଷ୍ଠାନରେ ପରିଣତ ହେବା ସହିତ ସାଧାରଣ ଲୋକଙ୍କ ଆସ୍ଥାଭାଜନ ହୋଇପାରିଛି।

"ସୁଶାସନ ଦିବସ" AIIMS Bhubaneswar Atal Bihari Vajpayee birth anniversary ଅଟଳ ବିହାରୀ ବାଜପେୟୀ ଜନ୍ମ ଶତବାର୍ଷିକୀ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ
Share. Facebook Twitter LinkedIn Email WhatsApp Copy Link

Related Posts

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026
Latest News

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.