Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳାହାଣ୍ଡି: ଜିଲ୍ଲାସ୍ତରୀୟ ସୁଶାସନ ଦିବସ ପାଳିତ
ଆଜିର ଖବର

କଳାହାଣ୍ଡି: ଜିଲ୍ଲାସ୍ତରୀୟ ସୁଶାସନ ଦିବସ ପାଳିତ

December 25, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାସ୍ତରୀୟ ସୁଶାସନ ଦିବସ ତଥା ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପାୟୀଙ୍କ ଜୟନ୍ତୀ ମାଁ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ଭବାନୀପାଟଣା ଅଡିଟୋରିଅମ ହଲଠାରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ଵ) ବଇତୁରା ଦୀପଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି। ଭରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତି ଡିସେମ୍ବର ୨୫ ତାରିଖକୁ ସୁଶାସନ ଦିବସ ଭାବରେ ପାଳନ କରାଯାଉଛି। ଏହି ଉପଲକ୍ଷେ ଜିଲ୍ଲା ପ୍ରଶାସନ ତରଫରୁ ବିଦ୍ୟାଳୟ, ମହାବିଦ୍ୟାଳୟ ସ୍ତରୀୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅଟଳ ବିହାରୀ ବାଜପେୟୀଙ୍କ ଆଦର୍ଶ ଜୀବନୀ, ଦେଶଭକ୍ତି ସମ୍ପର୍କରେ ବକୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ଏହି ଅବସରରେ ଅନୁଷ୍ଠିତ ସ୍ମୃତି ଚାରଣ ସଭା ପ୍ରାରମ୍ଭରେ ଭାରତରତ୍ନ ବାଜପେୟୀଙ୍କ ପ୍ରତିଛବିରେ ଅତିଥିମାନେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଏହାପରେ ସଭାପୂର୍ବରୁ ମାଁ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ର କୁଳପତି ପ୍ରଫେସର ସଞ୍ଜୟ କୁମାର ଶତପଥିଙ୍କ ଅକାଳ ବିୟୋଗରେ ସମସ୍ତେ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।

ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥିଭାବେ ଶ୍ରୀମତୀ ମାଳବିକା ଦେବୀ ମାନନୀୟା ସାଂସଦ ଲୋକସଭା କଳାହାଣ୍ଡି, ସମ୍ମାନୀତ ଅତିଥିଭାବେ ଦୟାମୟ ପାଢୀ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ କଳାହାଣ୍ଡି, ଡଃ. ନିବେଦିତା ନାଥ ଭାରପ୍ରାପ୍ତ ଭି.ସି. ମାଁ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ, ପିତାମ୍ବର ଭୋଇ ରେଜିଷ୍ଟ୍ରାର ଏବଂ ଜୟଦେବ ସାହୁ ଡେପୁଟି ରେଜିଷ୍ଟ୍ରାର ମାଁ ମାନିକେଶ୍ଵରୀ ବିଶ୍ଵବିଦ୍ୟାଳୟ ଭବାନୀପାଟଣା, ଉମାଶଙ୍କର କର ବରିଷ୍ଠ ସାମ୍ବାଦିକ, ଅଧ୍ୟାପକ ତପନ କୁମାର ରଥ, ବକ୍ତା ଭାବରେ ସତ୍ୟ ନାରାୟଣ ମୁଣ୍ଡଛିନ୍ନା ଯୋଗଦେଇ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ ପୂର୍ବକ ତାଙ୍କର ଆଦର୍ଶ ଆତ୍ମଜୀବନୀ ଉପରେ ଆଲୋକପାତ କରିଥିଲେ।

କବି, କବିୟତ୍ରୀମାନେ ବାଜପେୟୀଙ୍କ ଆଦର୍ଶ ଜୀବନୀ, ଦେଶାତ୍ମବୋଧକ ସମ୍ପର୍କରେ ସ୍ବରଚିତ କବିତା ପଠନ କରିଥିଲେ। କବିତା ପାଠ ଉତ୍ସବରେ ଅଧ୍ୟାପକ କବି ତପନ କୁମାର ରଥ, ସନ୍ତୋଷ ରଥ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂହ ରାଉତ ସହଯୋଗ କରିଥିଲେ। ଏଥିରେ କବି କବୟତ୍ରୀ ମାନଙ୍କୁ ସମ୍ବର୍ଦ୍ଧନା, ବକୃତା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ଓ ପ୍ରଶଂସା ପତ୍ର ମୁଖ୍ୟ ଅତିଥି,ଅତିଥି ମାନଙ୍କ ଦ୍ଵାର ପ୍ରଦାନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ, କବି, ସାହିତିକ, ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଅଧ୍ୟାପକ, ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ହଳଧର ନିଆଲ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପରିଚାଳନା କରିଥିଲେ ଏବଂ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

"ସୁଶାସନ ଦିବସ" କଳାହାଣ୍ଡି ଭବାନୀପାଟଣା ଭାରତରତ୍ନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026

ନକ୍ସଲମୁକ୍ତ ଭାରତ ଘୋଷଣା ପରେ ଶିବସେନା ସାଂସଦଙ୍କ ପ୍ରତିକ୍ରିୟା: ସରକାରକୁ କଲେ ପ୍ରଶ୍ନ

March 31, 2026

ଖୋଲାଖୋଲି ବିକ୍ରି ହେଉଥିଲା “ମେଡ୍ ଇନ୍ ପାକିସ୍ତାନ” ସାମଗ୍ରୀ: ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 31, 2026
Latest News

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026

ନକ୍ସଲମୁକ୍ତ ଭାରତ ଘୋଷଣା ପରେ ଶିବସେନା ସାଂସଦଙ୍କ ପ୍ରତିକ୍ରିୟା: ସରକାରକୁ କଲେ ପ୍ରଶ୍ନ

March 31, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.