Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁର ମହୋତ୍ସବର ସାଧାରଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଆଜିର ଖବର

ରଣପୁର ମହୋତ୍ସବର ସାଧାରଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

December 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁରର ଐତିହ୍ୟ, କଳା, ପରମ୍ପରାକୁ ନେଇ ଅନୁଷ୍ଠିତ ହେଉଥିଵା ରଣପୁର ମହୋତ୍ସବ ‘ଅର୍ଜୁନ-୨୦୨୫’ ର ସାଧାରଣ ପ୍ରସ୍ତୁତି ବୈଠକ ଆଜି ଅନୁଷ୍ଠିତ ହୋଇ ଯାଇଛି।  ଏହି ବୈଠକ ରଣପୁର ବ୍ଲକ ସଭାଗୃହ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବର ସଭାପତି ରଣପୁର ବିଧାୟିକା ତଥା ଓଡ଼ିଶାର ବାଚସ୍ପତି ସୁରମାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା।

ଏହି ବୈଠକରେ ରଣପୁର ବିଡ଼ିଓ ସୁଧୀର କୁମାର ନାୟକ, ତହସିଲଦାର ଆର୍ଯ୍ୟ କୁମାର ସର୍ବଦାମନ, ରଣପୁର ବିଜ୍ଞାପିତ ପରିଷଦ ଅଧିକାରୀ ରଞ୍ଜନ କୁମାର ଦାଶ, ରଣପୁର ବ୍ଲକ ଶିକ୍ଷା ଅଧିକାରୀ ବନଲତା ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ସାଂସଦ ପ୍ରତିନିଧି ପ୍ରିୟବ୍ରତ ପ୍ରହରାଜ, ବ୍ଲକ ଅଧ୍ୟକ୍ଷା ନିର୍ମଳା ବେହେରା, ରଣପୁର ବିଜ୍ଞାପିତ ପରିଷଦ ଅଧିକାରିଣୀ ରଙ୍ଗୀନ ମହାନ୍ତି, ମହୋତ୍ସବ ଉପସଭାପତି ସୁରେଶ ମିଶ୍ର, ଅବସରପ୍ରାପ୍ତ ପ୍ରାଧ୍ୟାପକ ବିଜୟ କୁମାର ଜେନାଙ୍କ ସହ ଦମକଳ ବିଭାଗ ଅଧିକାରୀ, ପୋଲିସ ବିଭାଗ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ।

ଏହି ପ୍ରସ୍ତୁତି ବୈଠକ ପୁର୍ବୂ ପୁର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ପାଇଁ ଏକ ମିନିଟରେ ନିରବ ପ୍ରାର୍ଥନା କରାଯାଇଥିଲା। ମହୋତ୍ସବର ବିଭିନ୍ନ ବିଭାଗରେ କର୍ମକର୍ତ୍ତାଙ୍କ ନାମ ଘୋଷଣା ସହ ଏକ ସର୍ବଦଳୀୟ ମହୋତ୍ସବ ପାଇଁ ଆହ୍ୱାନ ଦିଆଯାଇଥିଲା। ସ୍ୱରାଜ ମହାନ୍ତିଙ୍କ ସମ୍ପାଦନାରେ ଏହି ବୈଠକ ଆୟୋଜିତ ହୋଇଥିଲା। ରଣପୁର ଅଞ୍ଚଳର ବୁଦ୍ଧିଜୀବୀ ଓ ସାଧାରଣ ଜନତା ମଧ୍ୟ ଏହି ବୈଠକରେ ଉପସ୍ଥିତ ଥିଲେ।

ଅର୍ଜୁନ-୨୦୨୫ ପ୍ରସ୍ତୁତି ବୈଠକ ରଣପୁର ମହୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Latest News

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.