Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆପଣ ମର୍ଣ୍ଣିଂ ୱାକ୍ କରୁଛନ୍ତି କି?, ସାବଧାନ!!! ଏସବୁ ପ୍ରତି ଦିଅନ୍ତୁ ଧ୍ୟାନ, ନଚେତ ହୋଇପାରେ ଅସୁବିଧା
ଆଜିର ଖବର

ଆପଣ ମର୍ଣ୍ଣିଂ ୱାକ୍ କରୁଛନ୍ତି କି?, ସାବଧାନ!!! ଏସବୁ ପ୍ରତି ଦିଅନ୍ତୁ ଧ୍ୟାନ, ନଚେତ ହୋଇପାରେ ଅସୁବିଧା

December 29, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଚାଲିବା ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ। ଚାଲିବା ଦ୍ବାରା ମନ ଓ ଶରୀରରେ ଉତ୍ସାହର ସଂଚାର ପ୍ରବାହ ହୋଇଥାଏ। ଏହାଦ୍ବାର ଆମ ଶରୀର ସକ୍ରିୟ ରହେ। ଆମ ପାଦର ସଂରଚନା ବେଶ୍‌ ଜଟିଳ। ଏଥିରେ 26 ଟି ହାଡ, 107 ଟି ଲିଗାମେଣ୍ଟସ୍‌, 37 ଟି ଯୋଡ ରହିଛି। ଯାହା ଚାଲିବା ଦ୍ବାରା ସକ୍ରିୟ ହୋଇଥାଏ। ମିଳିଥିବା ଏକ ସର୍ଭେ ଅନୁସାରେ, ଜଣ ବ୍ୟକ୍ତି ନିୟମିତ ରୂପରେ ଚାଲିବା ଦ୍ବାରା ପ୍ରତିବର୍ଷ ନିଜ ଶରୀର ଉପରେ ରୋଗ ପାଇଁ ଖର୍ଚ୍ଚ କରୁଥିବା ଟଙ୍କାର 20ହଜାର ଟଙ୍କା ବଞ୍ଚାଇ ପାରିବ। ଅତୀତରେ ପ୍ରତ୍ୟେକ ବ୍ୟକ୍ତି ଦିନଚର୍ଯ୍ୟାରେ ଭ୍ରମଣ ବା ଚାଲିବାକୁ ସାମିଲ୍‌ କରୁଥିଲେ।

1970 ଦଶକରେ 77 ପ୍ରତିଶତ ପିଲା ସ୍କୁଲକୁ ଚାଲି ଚାଲି ଆସୁଥିଲେ। କିନ୍ତୁ ବର୍ତ୍ତମାନ ସମୟରେ ଏହା 13 ପ୍ରତିଶତରେ ପହଞ୍ଚିଛି। ସେତେବେଳର ଶିଶୁମାନେ ସୁସ୍ଥ ରହୁଥିବାବେଳେ। କ୍ୟାନ୍‌ସର ପରି ଭୟଙ୍କର ରୋଗରୁ ରକ୍ଷା ପାଇବା ପାଇଁ ପ୍ରତି ସପ୍ତାହରେ 3ରୁ 5 ଘଣ୍ଟା ପାଦରେ ଚାଲିବା ଦରକାର। ଏହା କରିବା ଦ୍ବାରା କ୍ୟାନ୍‌ସର ପୀଡ଼ିତଙ୍କ ଆୟୁ ସୀମା ବୃଦ୍ଧି ଘଟିଥାଏ। ସେହିପରି 1500 କ୍ୟାଲୋରୀ ଖାଦ୍ୟ ଗ୍ରହଣ କରୁଥିବା ମହିଳା ଦିନକୁ ଘଣ୍ଟାଟିଏ ଚାଲିବା ଆବଶ୍ୟକ। ଏହାଦ୍ବାରା ଓଜନ ନିୟନ୍ତ୍ରିତ ହୋଇଥାଏ। ସେହିପରି ପ୍ରତି ସପ୍ତାହରେ 90 ମିନିଟ୍‌ ପର୍ଯ୍ୟନ୍ତ ଚାଲୁଥିବା ପ୍ରୋଟେଷ୍ଟ କ୍ୟାନ୍‌ସର ପୀଡ଼ିତଙ୍କ ଆୟୁରେ 50 ପ୍ରତିଶତ ବୃଦ୍ଧି ହୋଇଥାଏ। ସେହିପରି ସକାଳୁ ଚାଲିବା ଦ୍ବାରା ଶରୀରରେ ଭିଟାମିନ୍‌ ଡି ଓ କ୍ୟାଲସିୟମ୍‌ର ସ୍ତର ବଢିଥାଏ।

ଯେଉଁ ବ୍ୟକ୍ତି ସପ୍ତାହର 6ରୁ 9 ମାଇଲ୍‌ ପର୍ଯ୍ୟନ୍ତ ଚାଲିଥାଏ, ତାଙ୍କୁ ଡିମୋସିଆ ରୋଗ ହେବାର ଆଶଙ୍କା କମ୍‌ ରହିଥାଏ। ପ୍ରତ୍ୟେକ ଦିନ ଅଧ ଘଣ୍ଟା ଚାଲୁଥିବା ବ୍ୟକ୍ତି ମାନସିକ ସୁସ୍ଥତା ସହ ରୋଗରୁ ମଧ୍ୟ ମୁକ୍ତି ପାଇଥାଏ।

ଚାଲିବା ସମୟରେ କ’ଣ କରିବା ଉଚିତ୍‌

– ନାକ ଦ୍ବାର ନିଶ୍ବାସ ନେବା ଉଚିତ୍‌

– ଶରୀରକୁ ସିଧା ରଖି ଚାଲିବା ଆବଶ୍ୟକ।

– ଗଭୀର ନିଃଶ୍ବାସ ନେବା ଦରକାର, ଯାହା ଫଳରେ ସ୍ବଚ୍ଛ ବାୟୁ ଶରୀରରେ ପ୍ରବେଶ କରିପାରିବ।

– ସୂର୍ଯ୍ୟୋଦୟ ପୂର୍ବରୁ ଚାଲିବା ସର୍ବୋତ୍ତମ ହୋଇଥାଏ। କାରଣ ପ୍ରାତଃକାଳୀନ ବାୟୁରେ ଅକ୍ସିଜେନ୍‌ର ମାତ୍ରା ଅଧିକ ରହିଥାଏ।

ଯେଉଁମାନେ ବ୍ଲଡପ୍ରେସରରେ ପୀଡ଼ିତ ଅଛନ୍ତି ସେମାନେ ନିୟମିତ ରୂପେ ଚାଲିବା ଆବଶ୍ୟକ। ଏହାଦ୍ବାରା କୋଲୋଷ୍ଟ୍ରୋଲ୍‌ ନିୟନ୍ତ୍ରଣରେ ରହିବା ସହିତ ଶରୀରରେ ରକ୍ତ ସଂଚାର ସୁଚାରୂରୂପେ ହୋଇଥାଏ।

ସେହିପରି ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହା ଏକପ୍ରକାର ମହୌଷଧି। ଆମ ଦେଶରେ ପ୍ରାୟ 62 ପ୍ରତିଶତ ଲୋକ ନିଷ୍କ୍ରିୟ ଜୀବନ ଅତିବାହିତ କରିଥାନ୍ତି, ଅର୍ଥାତ୍‌ ଶାରିରୀକ ପରିଶ୍ରମ କରନ୍ତି ନାହିଁ। ବୟସ ବଢିବା ସହିତ ଆମ ଶରୀରର ହାଡ଼ ଓ ମାଂସପେଶୀ ଦୁର୍ବଳ ହୋଇଥାଏ। ନିୟମିତ ଚାଲିବା ଦ୍ବାରା ଆମର ହାଡ଼ ଓ ମାଂସପେଶୀ ସୁଦୃଢ ହୋଇଥାଏ।

ସେହିପରି ଚାଲିବା ଆମର ରୋଗ ପ୍ରତିରୋଧକ ଶକ୍ତିକୁ ମଧ୍ୟ ବଢାଇଥାଏ। ସେହିପରି ମୋଟାପାରୁ ମୁକ୍ତି ଦେଇଥାଏ। ନିୟମିତ ଅଧଘଣ୍ଟା ଚାଲିବା ଦ୍ବାରା ଆମ ଶରୀରରେ ରୋଗପ୍ରତିରୋଧକ ଶକ୍ତିର ବୃଦ୍ଧି ହୋଇଥାଏ।

ସେଥିପାଇଁ ଆମ ବ୍ୟସ୍ତ ଜୀବନଚର୍ଯ୍ୟା ମଧ୍ୟରୁ ସବୁଦିନ କିଛି କିଛି ସମୟ ଚାଲିବା ଆରମ୍ଭ କରନ୍ତୁ। ଚାଲିବା ସହି କିଛି ଶାରିରୀକ ପରିଶ୍ରମ ମଧ୍ୟ କରିବା ଜରୁରୀ। ଚାଲନ୍ତୁ, ସୁସ୍ଥ ରୁହନ୍ତୁ।

cancer
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.