Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଦିନିଆ ବର୍ଷା ଜନିତ ଧାନ କ୍ଷୟକ୍ଷତିର ଉଚ୍ଚସ୍ତରୀୟ ଆକଳନ
ଆଜିର ଖବର

ଅଦିନିଆ ବର୍ଷା ଜନିତ ଧାନ କ୍ଷୟକ୍ଷତିର ଉଚ୍ଚସ୍ତରୀୟ ଆକଳନ

December 29, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଝାରୀ ଆଜି ଗଜପତି ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ଗ୍ରାମକୁ ଯାଇ ଗତ ଅଦିନିଆ ଲଗାଣ ବର୍ଷାରେ ଧାନ ଫସଲ ଓ ଧାନ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କରି ଅନୁଧ୍ୟାନ ଓ ଉଚ୍ଚସ୍ତରୀୟ ଆକଳନ କରି ଫେରି ଯାଇଛନ୍ତି। ଗତ ୩/୪ ଦିନ ପୂର୍ବେ ଅଦିନିଆ ଲଗାଣ ବର୍ଷା ଦେଖା ଦେଇଥିଲା।

ସେଥିରେ ଗଜପତି ଜିଲ୍ଲାର ଗୋଷାଣୀ ବ୍ଲକର ଉପଲଡା , ଲିଙ୍ଗିପୁର , ଭୁସୁକୁଡ଼ି ଓ ଗୁରାଣ୍ଡୀ ପଞ୍ଚାୟତ ସମେତ ବିଭିନ୍ନ ଅଞ୍ଚଳରେ ୨,୧୨୮ ହେକ୍ଟର ଅଞ୍ଚଳରେ ଚାଷୀ ମାନଙ୍କ ଧାନ ରହିବା ସହ କେତେକ କଟା ହୋଇପାରିନି ତ କେତେ ଅଞ୍ଚଳରେ ଧାନ କାଟି ବିଲରେ ପଡ଼ିରହିଛି ତ କେତେକ ଅଞ୍ଚଳରେ ଧାନ ଗଡା ହୋଇ ରହିଛି, ସବୁଠି ବର୍ଷା ପାଣି ରେ ଓଦା ହୋଇ ଗଜା ମାରି ଦେଇଛି। ସେହି କ୍ଷୟକ୍ଷତି ଅନୁଧ୍ୟାନ ଓ ଉଚ୍ଚସ୍ତରୀୟ ଆକଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ଓ ରାଜସ୍ବ ମନ୍ତ୍ରୀ ସେ ସବୁ ଆସି ଦେଖିଥିଲେ। ଚାଷୀଙ୍କ ସହ କ୍ଷୟକ୍ଷତି ଉପରେ ବିସ୍ତୃତ ଆଲୋଚନା କରିଥିଲେ। ଚାଷୀ ମାନେ ମଧ୍ୟ ସେମାନଙ୍କ ଧାନ ବର୍ଷା ପାଣିରେ କିଭଳି ପୁଚୁକା ହେବା ଓ ଗଜା ହୋଇଥିବା ଦେଖାଇଥିଲେ।

ମୁଖ୍ୟମନ୍ତ୍ରୀ ଓ ରାଜସ୍ବ ମନ୍ତ୍ରୀ ଚାଷୀ ମାନଙ୍କ କ୍ଷୟକ୍ଷତି ଦେଖି ସେମାନଙ୍କୁ ଆଶ୍ୱାସନା ଦେଇ କହିଥିଲେ ଯେ, ସରକାର ଚାଷୀଙ୍କ ସହ ଅଛନ୍ତି, ସେମାନଙ୍କ ଦୁଃଖ ବୁଝିବା ପାଇଁ ଆମେ ଆସିଛୁ। ଫସଲ ବୀମା ପଞ୍ଜିକରଣ ପ୍ରକାରେ ନ ହେଲେ ମଧ୍ୟ ଆରଆଇ ଓ ତହସିଲଦାରଙ୍କ ସର୍ଭେ ପ୍ରକାରେ ସମସ୍ତ ଚାଷୀଙ୍କ କ୍ଷୟକ୍ଷତିର କ୍ଷତିପୂରଣ ଦିଆଯିବ। ଏହି ଧାନ ଯେଉଁ ବାହାରିବା ତାହା ସରକାର ରଖିବେ ବୋଲି କହି ଚାଷୀମାନଙ୍କୁ ଆଶ୍ୱାସନା ଦେଇ କହିଥିଲେ।

ମୁଖ୍ୟମନ୍ତ୍ରୀ ଓ ରାଜସ୍ବ ମନ୍ତ୍ରୀଙ୍କ ଏହି ଗ୍ରସ୍ତ ବେଳେ ଜିଲ୍ଲାପାଳ ବିଜୟ କୁମାର ଦାସ, ଏସପି ଯତୀନ୍ଦ୍ର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଡ଼ଃ ଗୁଣନିଧି ନାୟକ ଏବଂ ତହସିଲଦାର ନାରାୟଣ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

ଅଦିନିଆ ବର୍ଷା ଗଜପତି ଜିଲ୍ଲା ଧାନ କ୍ଷୟକ୍ଷତି ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Latest News

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.