Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବବର୍ଷ ପାଇଁ ପୁରୀ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ପ୍ରସ୍ତୁତି ଆରମ୍ଭ
ଆଜିର ଖବର

ନବବର୍ଷ ପାଇଁ ପୁରୀ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ପ୍ରସ୍ତୁତି ଆରମ୍ଭ

December 29, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ପୁରୀ: ଇଂରାଜୀ ନବବର୍ଷରେ ମହାପ୍ରଭୁଙ୍କ ଦର୍ଶନ ସହ ଆଶିର୍ବାଦ ନେବା ପାଇଁ ପୁରୀରେ ଲକ୍ଷାଧିକ ଭକ୍ତ ଓ ପର୍ଯ୍ୟଟକଙ୍କ ଆଗମନକୁ ନଜରରେ ରଖି ଶୃଙ୍ଖଳିତ ଦର୍ଶନ, ଟ୍ରାଫିକ ସୁପରିଚାଳନା ଏବଂ ସୁରକ୍ଷା ପାଇଁ ପୁରୀ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ପ୍ରସ୍ତୁତି କରାଯାଇଅଛି। ଏନେଇ ଆଜି ପୁରୀ ରିଜର୍ଭ ପୋଲିସ ଲାଇନ ପଡିଆ ଠାରେ କେନ୍ଦ୍ରାଞ୍ଚଳ ଆଇଜି ଓ ପୁରୀ ଏସ୍ପି ପୋଲିସ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଛନ୍ତି।

ଡିସେମ୍ବର ୩୧ ଓ ଜାନୁଆରୀ ୧ ରେ ଶ୍ରୀମନ୍ଦିର ଭିତରେ, ବାହାରେ ତଥା ସମୁଦ୍ର କୂଳରେ ଭିଡକୁ ନଜରରେ ରଖି କଡ଼ା ସୁରକ୍ଷା ସହ ସିସିଟିଭି ଦ୍ୱାରା ନଜର ରଖାଯିବ। ସେପଟେ ଶ୍ରୀମନ୍ଦିର ରେ ଭିଡ଼ କୁ ନଜରରେ ରଖି କେବଳ ସିଂହଦ୍ୱାର ଦେଇ ଏକ ମୁଖୀ ପ୍ରବେଶର ବ୍ୟବସ୍ଥା କରାଯାଇଥିବା ବେଳେ ଭକ୍ତ ମାନେ ଅନ୍ୟ ତିନି ଦ୍ୱାର ଦେଇ ପ୍ରସ୍ଥାନ କରିବେ।

୨୦୨୪ ବର୍ଷକୁ ବିଦାୟ ଦେବା ସହ ଇଂରାଜୀ ନୂଆ ବର୍ଷ ୨୦୨୫ କୁ ସ୍ୱାଗତ କରି ବର୍ଷ ଆରମ୍ଭ ପାଇଁ ଶ୍ରୀକ୍ଷେତ୍ର ରେ ଏବେ ଠାରୁ ପ୍ରବଳ ଭିଡ ପରିଲକ୍ଷିତ ହେବାରେ ଲାଗିଅଛି। ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼ କୁ ନଜରରେ ରଖି ଶ୍ରୀମନ୍ଦିରରେ ଶାନ୍ତି ଶୃଙ୍ଖଳା ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଶ୍ରୀମନ୍ଦିର ସମେତ ସମୁଦ୍ର କୂଳ ଅଂଚଳରେ ଗହଳି ନିୟନ୍ତ୍ରଣ ନେଇ ୬୦ ପ୍ଲାଟୁନ ଫୋର୍ସ ମୃତୟନ କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିର ଭିତରେ, ବାହାରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ ହେବା ସହ ବଡ଼ଦାଣ୍ଡ ମାର୍କେଟ ଛକ ଠାରୁ ବ୍ୟାରିକେଡ଼ ବ୍ୟବସ୍ଥା କରାଯାଇଛି।‌

ସେହିପରି ସମୁଦ୍ର କୂଳରେ ପର୍ଯ୍ୟଟକଙ୍କ ଭିଡକୁ ନଜରରେ ରଖି ସମୁଦ୍ର ସ୍ନାନ ସମୟରେ ଯେଭଳି କୌଣସି ଅଘଟଣ ନ ଘଟେ ତା\’କୁ ରୋକିବା ପାଇଁ ବ୍ୟାପକ ଲାଇଫ ଗାର୍ଡ ନିୟୋଜିତ କରାଯାଇଛି। ପୁରୀ ରେ ଟ୍ରାଫିକ ବ୍ୟବସ୍ଥାକୁ ସୁଗମ କରିବା ପାଇଁ ଭୁବନେଶ୍ୱର ପଟୁ ଆସୁଥିବା ଗାଡ଼ି ଗୁଡିକ ଜେଲ୍ ରୋଡ ଏବଂ ଶରଧାବାଲି ପାର୍କିଂ ରେ ଗାଡ଼ି ରଖିବେ।

ସେହିପରି କୋଣାର୍କ ପଟୁ ଆସୁଥିବା ଗାଡ଼ି ଗୁଡିକ ତାଳବଣିଆ ପଡ଼ିଆ, ବ୍ରହ୍ମଗିରି ପଟୁ ଆସୁଥିବା ଗାଡ଼ି ଗୁଡିକ ଷ୍ଟ୍ରଲିଙ୍ଗ ଏବଂ ଯାତ୍ରୀକାରେ ଗାଡ଼ି ପାର୍କିଂ ନେଇ ବ୍ୟବସ୍ଥା ହୋଇଛି। ଡିସେମ୍ବର ୩୧ ଏବଂ ଜାନୁଆରୀ ୧ ତାରିଖ ଦିନ ବଡ଼ଦାଣ୍ଡର ମେଡିକାଲ୍ ଛକରୁ ଶ୍ରୀମନ୍ଦିର ଏବଂ ମେଡିକାଲ୍ ଛକରୁ ଭିଆଇପି ରୋଡ ଦେଇ ଲାଇଟ୍ ହାଉସ ଛକ ଯାଏଁ ଚାରିଚକିଆ ଯାନବାହାନ ଚଳାଚଳ ସମ୍ପୂର୍ଣ୍ଣ ନିଷେଧ ରହିବ।ସମ୍ପୂର୍ଣ୍ଣ ସହର ସିସିଟିଭି ନଜରରେ ରହିବା ସହ ମହାପ୍ରଭୁଙ୍କୁ ଶୃଙ୍ଖଳିତ ଭାବେ ଦର୍ଶନ କରିବା ପାଇଁ ପୁରୀ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଥିବା ଜଣାପଡିଅଛି।

ଇଂରାଜୀ ନବବର୍ଷ ପୁରୀ ପୋଲିସ ମହାପ୍ରଭୁଙ୍କ ଦର୍ଶନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026
Latest News

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026

ରାକ୍ଷୀରେ ମିଳିବ ସୁଭଦ୍ରା ଟଙ୍କା, ବକେୟା କିସ୍ତି ନେଇ ଆସିଲା ବଡ଼ ଅପଡେଟ୍‌

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.