Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ ଉପଲକ୍ଷେ ସଚେତନତା ରଥର ଶୁଭାରମ୍ଭ
ଆଜିର ଖବର

ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ ଉପଲକ୍ଷେ ସଚେତନତା ରଥର ଶୁଭାରମ୍ଭ

January 3, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଜାନୁଆରୀ ୧ ତାରିଖରୁ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ ଉପଲକ୍ଷେ ଜିଲ୍ଲା ପରିବହନ ବିଭାଗ ପକ୍ଷରୁ ଏକ ସଚେତନତା ରଥ ଜିଲ୍ଲା ପରିକ୍ରମା କରିବାର ବ୍ୟବସ୍ତା କରାଯାଇଛି। ଗୁରୁବାର ସକାଳ ୧୦.୩୦ ମିନିଟ ସମୟରେ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଏହି ସଚେତନତା ରଥର ଶୁଭାରମ୍ଭ କରିଛନ୍ତି।

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ସଚେତନତା ରଥ ଜିଲ୍ଲାର ସମସ୍ତ ବ୍ଲକରେ ବିଭିନ୍ନ ଅଞ୍ଚଳ ପରିକ୍ରମା କରି ସଡ଼କ ସୁରକ୍ଷାର ବାର୍ତ୍ତା ଲୋକମାନଙ୍କୁ ବାଣ୍ଟିବ। ରଥରେ ସଡ଼କ ସୁରକ୍ଷା ସମ୍ପର୍କିତ ବାର୍ତ୍ତା ଏଲଇଡି ମାଧ୍ୟମରେ ପ୍ରଦର୍ଶନ ହେଉଛି।  ଜିଲ୍ଲାର ସମସ୍ତ ଗାଡି ଚାଳକ, ବୁଦ୍ଧିଜୀବୀ ଓ ସଚେତନ ନାଗରିକମାନଙ୍କୁ ଜିଲ୍ଲା ପରିବହନ ବିଭାଗ ପକ୍ଷରୁ ଦୁଇ ଚକିଆ ଗାଡି ଚଳାଇବା ବେଳେ ହେଲମେଟ ପରିଧାନ କରିବା, ଦ୍ରୁତ ଗତିରେ ଗାଡି ନଚଳାଇବା, ମଦ୍ୟ ପାନ କରି ଗାଡି ନଚଳାଇବା, ଗାଡି ଚଳାଇବା ବେଳେ ମୋବାଇଲ ବ୍ୟବହାର ନକରିବା, ୧୮ ବର୍ଷରୁ କମ ବୟସ୍କ ପିଲାମାନଙ୍କୁ ଗାଡି ଚଳାଇବାକୁ ନଦେବା, ଗାଡି ଚଳାଇବା ପୂର୍ବରୁ ବ୍ରେକ, ହର୍ଣ୍ଣ୍, ଇଣ୍ଡିକେଟର, ଟାୟାର ପ୍ରେସର ଯାଞ୍ଚ କରିବା ସହ ଗାଡିର କାଗଜପତ୍ର ସାଙ୍ଗରେ ରଖିବା, କ୍ଷମତା ଠାରୁ ଅଧିକ ଓଜନର ମାଲ୍ ପରିବହନ ନକରିବା ଏବଂ ମାଲ ବୁହା ଯାନରେ ଯାତ୍ରୀ ପରିବହନ ନକରିବା ବିଷୟ ପ୍ରତି ଦୃଷ୍ଟି ଦେବାକୁ ନିବେଦନ କରାଯାଇଛି ବୋଲି ଆଞ୍ଚଳିକ ପରିବହନ ଅଧିକାରୀ ଧିରେନ୍ଦ୍ର କୁମାର ନାୟକ ସୂଚନା ଦେଇଛନ୍ତି। “ସଡ଼କ ସୁରକ୍ଷା ଜୀବନ ରକ୍ଷା” ପ୍ରତି ସମସ୍ତେ ସଚେତନ ହେଲେ ଦୁର୍ଘଟଣାଜନିତ ମୃତ୍ୟୁହାର ହ୍ରାସ ପାଇବ।  ନିୟମ ଗୁଡିକୁ ନମାନିଲେ ଆଇନ ଅନୁଯାୟୀ ଦଣ୍ଡ ବ୍ୟବସ୍ଥାର ପ୍ରାବଧାନ ଅଛି।

ଉଦ୍ଘାଟନ ସମୟରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନୀଲୁ ମହାପାତ୍ର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଦେବାଶିଷ ଧଳ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶୋକ ବଳିଆରସିଂହ, ଜିଲ୍ଲା କ୍ରୀଡା ଅଧିକାରୀ ଲୋକନାଥ ପାଣିଗ୍ରାହୀ, ଜିଲ୍ଲାରେ ନୂତନ ଭାବେ ଯୋଗଦାନ କରିଥିବା ଟିଆରଓ (ଓଏଏସ / ଓଆରଏସ), ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗଦାନ କରିଥିଲେ।

ଜାତୀୟ ସଡକ ସୁରକ୍ଷା ମାସ ସଚେତନତା ରଥ
Share. Facebook Twitter LinkedIn Email WhatsApp Copy Link

Related Posts

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026
Latest News

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.