Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଷ୍ଚାଦଶ ପ୍ରବାସୀ ଭାରତୀୟ ଦିବସ ପାଇଁ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ
ଆଜିର ଖବର

ଅଷ୍ଚାଦଶ ପ୍ରବାସୀ ଭାରତୀୟ ଦିବସ ପାଇଁ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

January 4, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଗାମୀ ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଛି ଅଷ୍ଚାଦଶ ପ୍ରବାସୀ ଭାରତୀୟ ଦିବସ। ଏହି ଦିବସକୁ ଶୃଙ୍ଖଳିତ ତଥା ସୁଚାରୁରୂପେ ଆୟୋଜନ ଏବଂ ପରିଚାଳନା ନିମନ୍ତେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ତ୍ରିଦିବସୀୟ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପୋଲିସ ବିଭାଗର ପ୍ରସ୍ତୁତି, ପରିଚାଳନା, ପୋଲିସ କର୍ମଚାରୀ ମୁତୟନ, ଟ୍ରାଫିକ ସୁପରିଚାଳନା ଆଦି ସଂପର୍କରେ ବିଶଦ ଭାବେ ବୈଠକରେ ସମୀକ୍ଷା ହୋଇଥିଲା।

ଏହି ସମ୍ମିଳନୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ କେନ୍ଦ୍ର ସରକାରଙ୍କ ବହୁ ବରିଷ୍ଠ ମନ୍ତ୍ରୀ, ଅତିଥି, ପ୍ରବାସୀ ଭାରତୀୟ ଏବଂ ବୈଦେଶିକ ବ୍ୟାପାର ବିଭାଗ ଅଧିକାରୀମାନଙ୍କ ସହ ବହୁ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତିବିଶେଷ ଯୋଗ ଦେବେ।

ଏହାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ଆୟୋଜନ କରିବାକୁ ଡିଜିପି ଶ୍ରୀ ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି। ବିମାନବନ୍ଦରରେ ସୁରକ୍ଷା ଏବଂ ଅତିଥିଙ୍କ ଆଗମନ ସମୟରେ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା, ଭିଭିଆଇପିଙ୍କ ନିମନ୍ତେ ସୁରକ୍ଷା ବ୍ୟବସ୍ଥା, ଜନତା ମଇଦାନ କାର୍ଯ୍ୟକ୍ରମ ସ୍ଥଳର ସୁରକ୍ଷା, ଭିଭିଆଇପିଙ୍କ ରୁଟ ଲାଇନ ଏବଂ ସେହି ରାସ୍ତାରେ ଟ୍ରାଫିକ ବ୍ୟବସ୍ଥା ଆଦି ସଂକ୍ରାନ୍ତରେ ଉପଯୁକ୍ତ ପଦକ୍ଷେପ ନେବାକୁ ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ସହ
ଯାନବାହାନ ପାର୍କିଂ ସ୍ଥଳ, ଉତ୍ସବ ସ୍ଥଳରେ ସୁରକ୍ଷା ବ୍ୟବସ୍ଥା ସହ ଆନୁଷଙ୍ଗିକ ପ୍ରସ୍ତୁତି ସଂପର୍କରେ ବିସ୍ତୃତ ଭାବେ ଡିଜିପି ଶ୍ରୀ ଖୁରାନିଆ ସମୀକ୍ଷା କରିଥିଲେ।

ଏହା ସହ ବିଭିନ୍ନ ହୋଟେଲରେ ଅତିଥିଙ୍କ ସୁରକ୍ଷିତ ରହଣି ପାଇଁ ମଧ୍ୟ ଉପଯୁକ୍ତ ପଦକ୍ଷେପ ନେବାକୁ ଡିଜିପି ନିର୍ଦେଶ ଦେଇଛନ୍ତି। ଏହା ସହ ପ୍ରବାସୀ ଭାରତୀୟ ମାନେ ବିଭିନ୍ନ ପର୍ଯ୍ୟଟନ ସ୍ଥାନ ପରିଦର୍ଶନ ପାଇଁ ଗସ୍ତ କରିବେ। ଭୁବନେଶ୍ୱର, କଟକ ଓ ପୁରୀ ଆଦି ସ୍ଥାନରେ ଥିବା ପର୍ଯ୍ୟଟନ ସ୍ଥଳ ଗୁଡିକର ସୁରକ୍ଷା ବ୍ୟବସ୍ଥା ବଢାଇବା ସଂକ୍ରାନ୍ତରେ ଡିଜିପି ଗୁରୁତ୍ୱାରୋପ କରିଥିଲେ।

ଏହା ସହ ରାଜଧାନୀ ଭୁବନେଶ୍ୱର ସମେତ କଟକ, ପୁରୀ ଆଦି ଜିଲ୍ଲାରେ ଥିବା ହୋଟେଲ ଗୁଡିକର କଡାକଡ଼ି ଯାଞ୍ଚ କରିବାକୁ ମଧ୍ୟ ଡିଜିପି ନିର୍ଦେଶ ଦେଇଛନ୍ତି। ନିୟମିତ ବ୍ୟବଧାନରେ ହୋଟେଲ ଗୁଡିକର ଯାଞ୍ଚ, ଅତିଥିଙ୍କ ସମ୍ପୂର୍ଣ୍ଣ ବିବରଣୀ ସମ୍ପର୍କରେ ସମସ୍ତ ତଥ୍ୟ ପୋଲିସ ନିକଟରେ ରହିବା ଆବଶ୍ୟକ ଏବଂ ଏହାର ସଠିକ ତଦାରଖ କରିବାକୁ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ।

ଏହା ସହ ସହରଗୁଡିକରେ ସିସିଟିଭି ବ୍ୟବସ୍ଥାର ସୁପରିଚାଳନା, ଟ୍ରାଫିକ ବନ୍ଦୋବସ୍ତକୁ ଶୃଙ୍ଖଳିତ କରିବା ଉପରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା। କୌଣସି ପ୍ରକାର ଅଘଟଣକୁ ଏଡାଇବା ପାଇଁ ସବୁବେଳେ ପ୍ରସ୍ତୁତ ଓ ସଜାଗ ରହିବାକୁ ଡିଜିପି ପରାମର୍ଶ ଦେଇଛନ୍ତି।

ଉକ୍ତ ବୈଠକରେ (ଗୁଇନ୍ଦା) ନିର୍ଦ୍ଦେଶକ, ଆର. ପି. କୋଚେ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ପୋଲିସ କମିଶନର (କଟକ-ଭୁବନେଶ୍ବର), ଏସ. ଦେବଦତ୍ତ ସିଂ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଦୟାଲ ଗଙ୍ଗୱାର, ଅତିରିକ୍ତ ପୋଲିସ କମିଶନର (କଟକ-ଭୁବନେଶ୍ବର), ଡ଼. ଉମାଶଙ୍କର ଦାଶ, ଡି. ଆଇ. ଜି (କେନ୍ଦ୍ରାଞ୍ଚଳ) ଚରଣ ସିଂ ମିନା, ଡିସିପି (ଭୁବନେଶ୍ବର), ପିନାକ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

ଆରକ୍ଷୀ ମହାନିର୍ଦ୍ଦେଶକ ପ୍ରବାସୀ ଭାରତୀୟ ଦିବସ ଯୋଗେଶ ବାହାଦୁର ଖୁରାନିଆ ସମୀକ୍ଷା ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026

ନକ୍ସଲମୁକ୍ତ ଭାରତ ଘୋଷଣା ପରେ ଶିବସେନା ସାଂସଦଙ୍କ ପ୍ରତିକ୍ରିୟା: ସରକାରକୁ କଲେ ପ୍ରଶ୍ନ

March 31, 2026

ଖୋଲାଖୋଲି ବିକ୍ରି ହେଉଥିଲା “ମେଡ୍ ଇନ୍ ପାକିସ୍ତାନ” ସାମଗ୍ରୀ: ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 31, 2026
Latest News

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026

ନକ୍ସଲମୁକ୍ତ ଭାରତ ଘୋଷଣା ପରେ ଶିବସେନା ସାଂସଦଙ୍କ ପ୍ରତିକ୍ରିୟା: ସରକାରକୁ କଲେ ପ୍ରଶ୍ନ

March 31, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.