Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ
ଆଜିର ଖବର

ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

January 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଉ ଦୁଇ ଦିନ ପରେ ରାଜଧାନୀ ଭୁବନେଶ୍ୱରରେ ବହୁ ପ୍ରତିକ୍ଷିତ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ-୨୦୨୫ ଆରମ୍ଭ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ବିଭିନ୍ନ ପ୍ରସଙ୍ଗରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଏହା ସହ ସୁରକ୍ଷା ବ୍ୟବସ୍ଥାରେ କୌଣସି ପରିସ୍ଥିତିରେ ମଧ୍ୟ ତ୍ରୁଟି ବିଚ୍ୟୁତି ନ ହେବ ସେଥି ପ୍ରତି ସ୍ୱତନ୍ତ୍ର ନଜର ରଖିବାକୁ ଡିଜିପି ନିର୍ଦେଶ ଦେଇଛନ୍ତି।

ଆସନ୍ତା ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ଏହାକୁ ଶୃଙ୍ଖଳିତ ତଥା ସୁଚାରୁରୂପେ ଆୟୋଜନ ଏବଂ ପରିଚାଳନା ନିମନ୍ତେ ଆଜି ଡିଜିପି ନିଜେ ବିଭିନ୍ନ ସ୍ଥାନକୁ ଯାଇ ସୁରକ୍ଷା ବ୍ୟବସ୍ଥା ର ସମୀକ୍ଷା କରିଛନ୍ତି। ଜନତା ମଇଦାନର ଉତ୍ସବ ସ୍ଥଳରେ ସୁରକ୍ଷା ବ୍ୟବସ୍ଥା, ପ୍ରବାସୀ ଭାରତୀୟଙ୍କ ରହଣି ସ୍ଥାନ, ଟ୍ରାଫିକ ପରିଚାଳନା, ଅପ୍ରୀତିକର ପରିସ୍ଥିତିକୁ ଏଡାଇବା ପାଇଁ ଉପଯୁକ୍ତ ଯୋଜନା ଓ କୌଶଳ ଆଦି ସଂକ୍ରାନ୍ତରେ ତନ୍ନ ତନ୍ନ କରି ସମୀକ୍ଷା କରିଛନ୍ତି। ଅତି ବିଶିଷ୍ଟ ନାଗରିକଙ୍କ ସୁରକ୍ଷା ବ୍ୟବସ୍ଥା, ପୋଲିସ ବିଭାଗର ପ୍ରସ୍ତୁତି, ପରିଚାଳନା, ପୋଲିସ ଫୋର୍ସ ମୁତୟନ, ଟ୍ରାଫିକ ସୁପରିଚାଳନା, ଯାନ ବାହନ ପାର୍କିଂ ସ୍ଥଳ ସମ୍ପର୍କରେ ବିସ୍ତୃତ ଭାବେ ଡିଜିପି ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିଶଦ ଭାବେ ଆଲୋଚନା କରିଥିଲେ।

ପୋଲିସ କମିଶନର ଦେବଦତ୍ତ ସିଂ, ଆଇଜି ଅନୁପ ସାହୁ, ଅତିରିକ୍ତ ପୋଲିସ କମିଶନର ଉମାଶଙ୍କର ଦାଶ, ଡିସିପି ପିନାକ ମିଶ୍ରଙ୍କ ସମେତ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।

ପ୍ରବାସୀ ଭାରତୀୟ ଦିବସ ଯୋଗେଶ ବାହାଦୁର ଖୁରାନିଆ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ସୁରକ୍ଷା ବ୍ୟବସ୍ଥା
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Latest News

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.