Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁର ମହୋତ୍ସବ “ଅର୍ଜୁନ-୨୦୨୫”: ଦର୍ଶକଙ୍କ ମନ ମୋହିଲା ପୁରୁଲିଆ ପାଇକ ଆଖଡ଼ା ଓ ନାଗା ମେଢ଼
ଆଜିର ଖବର

ରଣପୁର ମହୋତ୍ସବ “ଅର୍ଜୁନ-୨୦୨୫”: ଦର୍ଶକଙ୍କ ମନ ମୋହିଲା ପୁରୁଲିଆ ପାଇକ ଆଖଡ଼ା ଓ ନାଗା ମେଢ଼

January 7, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର କଳା ସଂସ୍କୃତି ଐତିହ୍ୟ ପରମ୍ପରା ଓ ଶହୀଦମାନଙ୍କ ବୀରତ୍ୱ ସ୍ମୃତି ସାଉଁଟିବା ପାଇଁ ୨୦୦୬ ମସିହାରୁ ରଣପୁର ମହୋତ୍ସବ ଅର୍ଜୁନ ଅନୁଷ୍ଠିତ ହୋଇଆସୁଥିବା ବେଳେ ପ୍ରତେକ ବର୍ଷ ଭଳି ଚଳିତ ବର୍ଷ ଜାନୁଆରୀ ୫ ତାରିଖ ରବିବାର ଠାରୁ ଆରମ୍ଭ ହୋଇଛି। ଏହି ମହୋତ୍ସବ ପାଞ୍ଚଦିନ ଧରି ଜାନୁଆରୀ ୫ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ତେବେ ଓଡିଶାରେ ଅନୁଷ୍ଠିତ ହେଉଥିବା ବିଭିନ୍ନ ମହୋତ୍ସବ ଭିତରୁ ଏହା ଅଭିନ୍ନ ହୋଇଥିବା ବେଳେ ରଣପୁର ମାଟିରେ ଶହୀଦ ହୋଇଥିବା ବିରଙ୍ଗନାମାନଙ୍କ ସ୍ମୃତି ଉଦ୍ଦେଶ୍ୟ ପାଳନ କରାଯାଉଥିବାରୁ ଅନ୍ୟ ଅଞ୍ଚଳରେ ପାଳନ କରାଯାଉଥିବା ମହୋତ୍ସବ ଅପେକ୍ଷା ଏହି ମହୋତ୍ସବର ଏକ ସ୍ୱତନ୍ତ୍ର ପରିଚୟ ରହିଛି।

ଦ୍ଵିତୀୟ ଦିବସ ଅପରାହ୍ନ ୩ ଘଟିକାରୁ ୫ ଘଟିକା ପର୍ଯ୍ୟନ୍ତ ମୁକ୍ତ ମଞ୍ଚରେ କୁଇଜ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କୁଇଜ କାର୍ଯ୍ୟକ୍ରମକୁ ଶିକ୍ଷକ ମାନସ ରଞ୍ଜନ ପଟ୍ଟନାୟକ, ପ୍ରଭାତ କୁମାର ପଣ୍ଡା, ଚିତ୍ତରଞ୍ଜନ ଦାଶ, ଜ୍ୟୋତି ରଞ୍ଜନ ଦାଶ ଓ ଆଇନୀଜୀବୀ ଚନ୍ଦ୍ରବିଜୟୀ ମିଶ୍ର ପରିଚାଳନା କରିଥିଲେ। ଏହା ପରେ ବିଭିନ୍ନ ବିଦ୍ୟାଳୟ ତଥା ଅନୁଷ୍ଠାନରୁ ଆସିଥିବା କୁନି କୁନି କଳାକାରଙ୍କୁ ନେଇ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।  ପୁରୀରୁ ଆସିଥିବା ଓଡିଶା ସରକାରଙ୍କ ନୃସିଂହ କଳା ପରିଷଦର ସାଂସ୍କୃତିକ ନାଗା ମେଢ଼ ନୃତ୍ୟ ବେଶ ଚିତାକର୍ଷକ ହୋଇଥିଲା। ଦିଗପହଣ୍ଡି ବିଧାୟକ ଶ୍ରୀ ମହାପାତ୍ର ଶହୀଦ ରଘୁ-ଦିବାକରଙ୍କ ଉପରେ ଚଳଚ୍ଚିତ୍ର ନିର୍ମାଣ କରାଯିବ ବୋଲି କହିଥିଲେ। ନୟାଗଡ ବିଧାୟକ ଶ୍ରୀ ସାହୁ କହିଥିଲେ ଯେ ସଂସ୍କୃତି, ପରମ୍ପରା, ଶହୀଦ ମାନଙ୍କୁ ସ୍ମରଣ କରିବାର ମଞ୍ଚ ହେଉଛି ମହୋତ୍ସବ ମଞ୍ଚ।

ଏହା ପରେ ଦ୍ଵିତୀୟ ସନ୍ଧ୍ୟାର ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ଏହି ସଭାକାର୍ଯ୍ୟରେ ଅତିଥି ଭାବେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ନୟାଗଡ ବିଧାୟକ ଅରୁଣ କୁମାର ସାହୁ, ନୟାଗଡ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ. ସୁଶ୍ରୀ, ରଣପୁର ବିଡ଼ିଓ ସୁଧୀର କୁମାର ନାୟକ ପ୍ରମୁଖ ଯୋଗ ଦେଇଥିଲେ। ଓଡ଼ିଶାର ବାଚସ୍ପତି ତଥା ରଣପୁର ବିଧାୟିକା ସୁରମା ପାଢ଼ୀଙ୍କ ସଭାପତିତ୍ୱରେ ଏହି ସଭାକାର୍ଯ୍ୟ ପରିଚାଳିତ ହୋଇଥିଲା। ସଙ୍ଗୀତ କଳା ବିଦ୍ୟା ନିକେତନର ଅଧ୍ୟକ୍ଷ ସତ୍ୟ ନାରାୟଣ ମହାପାତ୍ର ଓ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସଙ୍ଗୀତ ଗାନ କରାଯାଇଥିଲା।

ଏଥିରେ ସମଗ୍ର ଶିକ୍ଷା ଅଭିଯାନର ରଣପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ତରଫରୁ ଏକ ଷ୍ଟଲ କରାଯାଇ ଜନସାଧାରଣଙ୍କୁ ଶିକ୍ଷାର ଗୁରୁତ୍ୱ ଓ ଶିକ୍ଷାରେ ଶିକ୍ଷଣ ସାମଗ୍ରୀର ବ୍ୟବହାର ସମ୍ବନ୍ଧରେ ଅବଗତ କରାଯାଉଛି। ରଣପୁର ବିଜ୍ଞାପିତ ପରିଷଦ ଓ ପଞ୍ଚାୟତ ସମିତି ରଣପୁର ପକ୍ଷରୁ ଷ୍ଟଲ କରାଯାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଆବେଦନ କରିବା ପାଇଁ ଲୋକମାନଙ୍କୁ ସଚେତନ କରାଯାଉଛି। ଏହା ସହିତ ବିଭିନ୍ନ ଖେଳନା ଦୋକାନ, ଖାଦ୍ୟ ଦୋକାନ, ମିନା ବଜାର ଓ ଦୋଳି ବଜାରରେ ଲୋକମାନଙ୍କ ବହୁ ସଂଖ୍ୟାରେ ଭିଡ଼ ଲାଗି ରହିଥିବା ଦେଖିବାକୁ ମିଳିଛି।

ମହାତ୍ସବକୁ ଶୃଙ୍ଖଳିତ କରିବା ପାଇଁ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ସତ୍ୟ ନାରାୟଣ ମହାପାତ୍ର ସାଂସ୍କୃତିକ ମଞ୍ଚ କାର୍ଯ୍ୟ ପରିଚାଳନା କରିଥିଲେ। ଖୋର୍ଦ୍ଧା ପାଇକ ଆଖଡ଼ା , ସମ୍ବଲପୁରୀ ନୃତ୍ୟ, ପାଲ୍ଲା, ଆସାମର ବିହୁ, ପୁରୁଲିଆ ଛଉ ନୃତ୍ୟ, ଦର୍ଶକଙ୍କୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ବାନ୍ଧି ରଖି ପାରିଥିଲା।

୧୯୩୯ ମସିହାରେ ଜାନୁଆରୀ ୫ ତାରିଖରେ ବେଜେଲଗେଟ ଗୁଳିରେ ଅର୍ଜୁନ ରାଉତ ଶହୀଦ ହୋଇଥିଲେ। ପରେ ଉତ୍ୟକ୍ତ ଲୋକମାନେ ବାଉଁଶ ଠେଙ୍ଗାରେ ବେଜେଲଗେଟକୁ ବାଡେଇ ବାଡେଇ ହତ୍ୟା କରିଥିଲେ। ପରେ ବିହାରର ଭାଗଲପୁର ଜେଲରେ ରଘୁଦିବାକରଙ୍କ ଫାଶି ଦିଆ ଯାଇଥିଲା। ଏହି ଶହୀଦ ମାଟିରେ ବୀରମାନଙ୍କର ସ୍ମୃତିକୁ ମନେ ରଖିବା ପାଇଁ ୨୦୦୬ ମସିହା ଠାରୁ ରଣପୁରରେ ମହୋତ୍ସବ ହୋଇ ଆସୁଛି।

ଅର୍ଜୁନ-୨୦୨୫ ପାଇକ ଆଖଡ଼ା ରଣପୁର ମହୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.