Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମା’ ଭଗବତୀଙ୍କ ଦର୍ଶନ କଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି
ଆଜିର ଖବର

ମା’ ଭଗବତୀଙ୍କ ଦର୍ଶନ କଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି

January 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ଅପରାହ୍ନରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ସପରିବାରେ ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ଭଗବତୀ ମନ୍ଦିର ଦର୍ଶନ କରି ମା’ ଙ୍କ ଆଶୀର୍ବାଦ ଲାଭ କରିଛନ୍ତି। ଏହି ଅବସରରେ ତାଙ୍କୁ ସ୍ଥାନୀୟ ପ୍ରଶାସନ, ମନ୍ଦିର ପ୍ରଶାସନ, କୋର୍ଟ ପ୍ରଶାସନ ଏବଂ ବାଣପୁର ଓକିଲ ସଂଘ ପକ୍ଷରୁ ସ୍ୱାଗତ କରାଯାଇଥିଲା।

ବାଣପୁର କୋର୍ଟ ବରିଷ୍ଠ ଦେୱାନୀ ଅମରେଶ ମହାପାତ୍ର, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ସ୍ନାତକୀ ଦାସ, ଏଣ୍ଡାଓମେଣ୍ଟ କମିଶନର ଲଲାଟେନ୍ଦୁ ଜେନା ଓ ବାଣପୁର ଓକିଲ ସଂଘ ସମ୍ପାଦକ ରଞ୍ଜନ କୁମାର ବେଦମତ୍ତା ମୁଖ୍ୟ ବିଚାରପତିଙ୍କୁ ଉତ୍ତରୀୟ ଏବଂ ପୁଷ୍ପଗୁଛ ଦେଇ ମନ୍ଦିର ମଧ୍ୟକୁ ପାଛୋଟିନେଇଥିଲେ। ମୁଖ୍ୟ ବିଚାରପତି ନିଜ ପରିବାର ସହ ମା’ ଙ୍କ ପୂଜାର୍ଚ୍ଚନା କରିବା ସହ କିଛି ସମୟ ମନ୍ଦିର ବେଢାରେ ଅତିବାହିତ କରିଥିଲେ। ଏହି ଅବସରରେ ମୁଖ୍ୟ ବିଚାରପତି ମନ୍ଦିରର ଐତିହ ବିଷୟରେ ଓକିଲମାନଙ୍କଠାରୁ ପଚାରି ବୁଝିଥିଲେ। ତତସହିତ ମା’ ଙ୍କ ଦର୍ଶନ କରି ସେ ଅତ୍ୟନ୍ତ ଖୁସି ଅନୁଭବ କରିବାସହ ଜଗତର ମଙ୍ଗଳ କାମନା କରିଥିଲେ।

ବାଣପୁର ଓକିଲ ସଂଘର ସଭ୍ୟ ଜଗଦୀଶ ପଟ୍ଟନାୟକ, ଭି. କାମେଶ୍ୱର ଆଚାରୀ ଏହି ଅବସରରେ ଉପସ୍ଥିତ ଥିଲେ। ସୂଚନା ଥାଉକି ଚଳିତ ମାସ ୧୯ ତାରିଖରେ ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଅବସର ଗ୍ରହଣ କରୁଛନ୍ତି।

ଓଡିଶା ଉଚ୍ଚ ନ୍ୟାୟାଳୟ ଚକ୍ରଧାରୀ ଶରଣ ସିଂ ମା’ ଭଗବତୀ ମୁଖ୍ୟ ବିଚାରପତି
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ଗାଇଡଲାଇନ: ପୂର୍ବାହ୍ନ ୧୧ ଟାରୁ ୩ ଯାଏଁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

March 23, 2026
Latest News

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.