Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରାଚୀନ କାଳରୁ ଓଡ଼ିଶା ଜଗତୀକରଣର କେନ୍ଦ୍ରବିନ୍ଦୁ ପାଲଟିଛି: ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

ପ୍ରାଚୀନ କାଳରୁ ଓଡ଼ିଶା ଜଗତୀକରଣର କେନ୍ଦ୍ରବିନ୍ଦୁ ପାଲଟିଛି: ଧର୍ମେନ୍ଦ୍ର ପ୍ରଧାନ

January 10, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପ୍ରାଚୀନ କାଳରୁ ଓଡ଼ିଶା ଜଗତୀକରଣର କେନ୍ଦ୍ରବିନ୍ଦୁ ପାଲଟିଛି ବୋଲି ଶୁକ୍ରବାର ପ୍ରବାସୀ ଭାରତୀୟ ସମ୍ମେଳନର ଉଦଯାପନୀ ସମାରୋହରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉପସ୍ଥିତିରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ହଜାର ହଜାର ବର୍ଷ ଧରି ଓଡ଼ିଶାରୁ ପ୍ରବାସୀ ଓଡ଼ିଆ ମାନେ ଶ୍ରୀଲଙ୍କା ଓ ଦକ୍ଷିଣ-ପୂର୍ବ ଏସିଆରେ ବାଣିଜ୍ୟ ବ୍ୟବସାୟ କରିଥିଲେ ।  କାର୍ତ୍ତିକ ମାସରେ ଓଡ଼ିଆମାନେ ବେପାର ବାଣିଜ୍ୟ ପାଇଁ ବିଦେଶ ଯାଇଥାନ୍ତି ସେଥିପାଇଁ ତ ଆମେ ପ୍ରବାସୀ ଭାରତୀୟ । ଓଡ଼ିଶାର ସଭ୍ୟତା, ସଂସ୍କୃତି ଓ ପରମ୍ପରା ଏବେ ବି ବିଶ୍ୱରେ, ବିଶେଷ କରି ସାଉଥ୍ – ଇଷ୍ଟ ଏସିଆରେ ଦେଖାଯାଉଛି । ଅପରପକ୍ଷରେ ପ୍ରଧାନମନ୍ତ୍ରୀ ମୋଦୀ ପୂର୍ବୋଦୟ ପାଇଁ ଆହ୍ୱାନ ଦେଇଛନ୍ତି । ଭାରତ ସରକାରଙ୍କ ‘ଲୁକ୍ ଇଷ୍ଟ- ଆକ୍ଟ ଇଷ୍ଟ’ ନୀତିରେ ଓଡ଼ିଶା କେନ୍ଦ୍ରବିନ୍ଦୁ ହୋଇଛି । ଓଡ଼ିଶାରେ ସ୍ୱାଭିମାନ ଓ ଗଣତନ୍ତ୍ରର ମୂଳ ଗଭୀରତା ରହିଛି । ଏହା ହେଉଛି ବୁଦ୍ଧଙ୍କ ଭୂମି, ଶାନ୍ତିର ଭୂମି । ସମଗ୍ର ବିଶ୍ୱରେ ବୌଦ୍ଧ ଧର୍ମର ମାର୍ଗ ଓଡ଼ିଶା ଜରିଆରେ ହିଁ ଉଭା ହୋଇଛି । ଯେତେବେଳେ ଓଡିଶାରେ କେହି ରାଜା ନଥିଲେ, ସେହି ସମୟରେ ଆମ ଓଡିଶାରେ ଗଣତନ୍ତ୍ର ଥିଲା । ଆମର ସମୂହ ତ୍ୟାଗ ବା ବଳିଦାନ ଅଶୋକଙ୍କୁ ଚଣ୍ଡାଶୋକରୁ ଧର୍ମାଶୋକରେ ପରିଣତ କରିବା ପାଇଁ ବାଧ୍ୟ କରିଥିଲା । ଏହି ଭୂମି ପୂର୍ବୋଦୟର ଉତ୍ପତ୍ତିସ୍ଥଳୀ ହେବ ।

ଶ୍ରୀ ପ୍ରଧାନ କହିଛନ୍ତି, ଆଜି ଆମ ସମ୍ମୁଖରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ରହିଛି । ୨୦୩୬ରେ ଓଡ଼ିଶା ଭାଷାଭିତ୍ତିକ ରାଜ୍ୟ ଭାବରେ ସ୍ୱତନ୍ତ୍ର ପ୍ରଦେଶ ଗଠନର ଶତବାର୍ଷିକୀ ପାଳନ କରିବ । ୨୦୪୭ରେ ଭାରତ ସ୍ୱାଧୀନତା ପ୍ରାପ୍ତିର ଶତବାର୍ଷିକୀ ପାଳନ କରିବ । ଏହି ସମୟରେ ଆମକୁ ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବ । ଓଡ଼ିଶାର ବିକାଶ ହେଲେ ହିଁ ଭାରତର ବିକାଶ ହେବ ।

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଭୂମିକୁ ଆସିଥିବା ସମସ୍ତ ପ୍ରବାସୀଙ୍କୁ ଶ୍ରୀ ପ୍ରଧାନ ସ୍ୱାଗତ ଜଣାଇଛନ୍ତି । ରାଷ୍ଟ୍ରପତିଙ୍କ ଠାରୁ ପ୍ରବାସୀ ଭାରତୀୟ ସମ୍ମାନ ପୁରସ୍କାର ପାଇଥିବା ସମସ୍ତ ପ୍ରବାସୀ  ଭାରତୀୟଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି । ସେହିପରି ବିଶ୍ୱ ମାନଚିତ୍ରରେ ଓଡ଼ିଶାକୁ ଏକ ନୂଆ ପରିଚୟ ପ୍ରଦାନ କରିଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସରେ ମାର୍ଗଦର୍ଶନ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ କାର୍ଯ୍ୟକ୍ରମକୁ ସଫଳତାର ସହ ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଜୟ ଜୟଶଙ୍କରଙ୍କୁ ଧନ୍ୟବାଦ ଦେଇଛନ୍ତି।

ଉଦଯାପନୀ ସମାରୋହ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ ଧର୍ମେନ୍ଦ୍ର ପ୍ରଧାନ ପ୍ରବାସୀ ଭାରତୀୟ ସମ୍ମେଳନ
Share. Facebook Twitter LinkedIn Email WhatsApp Copy Link

Related Posts

ଶାଲିମାର-ସମ୍ୱଲପୁର ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ: ଟ୍ରାକରୁ ଖସିଲା ଜେନେରାଲ କୋଚ୍‌ର ଗୋଟିଏ ବଗି

July 24, 2025

ସଚିନ ତେନ୍ଦୁଲକରଙ୍କର ଏହି ବଲିଉଡ୍ ଅଭିନେତ୍ରୀଙ୍କ ସହ ସମ୍ପର୍କ ଥିଲା?: ଅନେକ ବର୍ଷ ପରେ ସାମ୍ନାକୁ ଆସିଲା ସତ୍ୟ

July 24, 2025

ଚିତାଲାଗି ଅମାବାସ୍ୟା ଓ ଚିତଉ ଭୋଗ

July 24, 2025

ଆକର୍ଷଣୀୟ ଡିଜାଇନ୍‌ ଏବଂ ସର୍ବୋତ୍ତମ କାର୍ଯ୍ୟଦକ୍ଷତା ସହିତ ମହିନ୍ଦ୍ରା XUV 3XO “REVX” ସିରିଜ୍ ଲଞ୍ଚ୍: ଜାଣନ୍ତୁ ମୂଲ୍ୟ 

July 24, 2025
Latest News

ଶାଲିମାର-ସମ୍ୱଲପୁର ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ: ଟ୍ରାକରୁ ଖସିଲା ଜେନେରାଲ କୋଚ୍‌ର ଗୋଟିଏ ବଗି

July 24, 2025

ସଚିନ ତେନ୍ଦୁଲକରଙ୍କର ଏହି ବଲିଉଡ୍ ଅଭିନେତ୍ରୀଙ୍କ ସହ ସମ୍ପର୍କ ଥିଲା?: ଅନେକ ବର୍ଷ ପରେ ସାମ୍ନାକୁ ଆସିଲା ସତ୍ୟ

July 24, 2025

ଚିତାଲାଗି ଅମାବାସ୍ୟା ଓ ଚିତଉ ଭୋଗ

July 24, 2025

ଆକର୍ଷଣୀୟ ଡିଜାଇନ୍‌ ଏବଂ ସର୍ବୋତ୍ତମ କାର୍ଯ୍ୟଦକ୍ଷତା ସହିତ ମହିନ୍ଦ୍ରା XUV 3XO “REVX” ସିରିଜ୍ ଲଞ୍ଚ୍: ଜାଣନ୍ତୁ ମୂଲ୍ୟ 

July 24, 2025

ପରବର୍ତ୍ତୀ ଉପରାଷ୍ଟ୍ରପତି ବିଜେପିରୁ ହେବେ!, ସହଯୋଗୀ ଦେଲେ ସମର୍ଥନ: ଜାଣନ୍ତୁ ଅପଡେଟ୍

July 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.