Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୟନ୍ତୀରେ ଯୋଗଦେଲେ ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ
ଆଜିର ଖବର

ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୟନ୍ତୀରେ ଯୋଗଦେଲେ ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ

January 13, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୟନ୍ତୀରେ ଯୋଗଦେଲେ ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ

ଭୁବନେଶ୍ବର: ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ପୂଜ୍ୟପୂଜା ସାହିତ୍ୟ ସଂସଦ, ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ଆଜି ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପ୍ରାକ୍ତନ ରାଜ୍ୟପାଳ ଶ୍ରୀଯୁକ୍ତ ବିଶ୍ୱଭୂଷଣ ହରିଚନ୍ଦନ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟ ଶାସନ, ରାଜନୈତିକ ଜୀବନ ଓ ଜନସଂପର୍କ ଉପରେ ଆଲୋକପାତ କରିଥିଲେ ।

ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓ ସର୍ବଦା ଓଡ଼ିଆ ଜାତି ପାଇଁ ଶ୍ରଦ୍ଧାଶୀଳ ଥିଲେ । ଉତ୍କଳ ପ୍ରଦେଶ ଗଠନରେ ତାଙ୍କର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ଓଡ଼ିଶାର ସୀମା ନିର୍ଦ୍ଧାରଣ ପାଇଁ ଓଡୋନେଲ କମିଟି ସମ୍ମୁଖରେ ସାକ୍ଷୀ ହେବା ସହ ଲଣ୍ଡନଠାରେ ଗୋଲଟେବୁଲ ବୈଠକରେ ଯୋଗଦେଇ ତଥ୍ୟପୂର୍ଣ୍ଣ ଅଭିଭାଷଣ ରଖିଥିଲେ । ପାଇକ ବିଦ୍ରୋହଠୁ ଆରମ୍ଭ କରି ଭାଷା ଆନ୍ଦୋଳନ ଓ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ପର୍ଯ୍ୟନ୍ତ ଗଞ୍ଜାମ ଓ ରାମଚନ୍ଦ୍ର ମର୍ଦ୍ଦରାଜଙ୍କ ଭୂମିକାକୁ ଏ ଜାତି କେବେବି ଭୁଲିପାରିବ ନାହିଁ ।

ଓଡ଼ିଆର ସ୍ୱାଭିମାନ, ଓଡ଼ିଆ ଭାଷା ସାହିତ୍ୟର ଉନ୍ନତି ଦିଗରେ ସେ ସବୁବେଳେ ଚିନ୍ତା କରୁଥିଲେ । ସେ ବହୁ ଲୋକହିତକର କାର୍ଯ୍ୟମାନ କରି ଜନତାଙ୍କ ଆସ୍ଥାଭାଜନ ହୋଇ ପାରିଥିଲେ । ଭାଷା, ସାହିତ୍ୟ, ସଂସ୍କୃତି ତଥା ଓଡ଼ିଆ ଅସ୍ମିତା ପାଇଁ ଅହରହ ସଂଗ୍ରାମ କରିଥିବା ଏହି ବରପୁତ୍ର ତାଙ୍କର ଜନକଲ୍ୟାଣକାରୀ କାର୍ଯ୍ୟାବଳୀ ପାଇଁ ଚିରସ୍ମରଣୀୟ ହୋଇ ରହିବେ ବୋଲି ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପ୍ରାକ୍ତନ ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ମତବ୍ୟକ୍ତ କରିଥିଲେ ।

ଆସ୍କା ଲୋକ ସଭା ସାଂସଦ ଶ୍ରୀମତୀ ଅନିତା ଶୁଭଦର୍ଶିନୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କୁ ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ବୋଲି ଅଭିହିତ କରିଥିଲେ । ଯଥାର୍ଥରେ ଓଡ଼ିଆ ଜାତି ପାଇଁ ତାଙ୍କର ଅବଦାନ ଅତୁଳନୀୟ ବୋଲି ଶ୍ରୀମତୀ ଶୁଭଦର୍ଶିନୀ କହିଥିଲେ ।

ଖଲ୍ଲିକୋଟ ବିଧାୟକ ଶ୍ରୀଯୁକ୍ତ ପୂର୍ଣଚନ୍ଦ୍ର ସେଠୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୀବନୀ ଓ ଆଦର୍ଶ ନେଇ ବକ୍ତବ୍ୟ ରଖିଥିଲେ । ରମ୍ଭା ରାଜପ୍ରସାଦରେ ଉତ୍କଳ ସମ୍ମିଳନୀର ମୂଳଦୁଆ ପଡିଥିଲା । ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଅବଦାନର ସିଂହାଭାଗ ରାଜା ରାମଚନ୍ଦ୍ର ମର୍ଦ୍ଦର୍ରାଜଙ୍କର ଥିଲା ବୋଲି କହିଲେ ଅତୁ୍ୟକ୍ତି ହେବନାହିଁ ।

ଜଣେ ପ୍ରଜାବତ୍ସଳ ଓ ଉତ୍ତମ ସଂଗଠକ ଭାବେ ସେ ରାଜ୍ୟ ତଥା ରାଜ୍ୟବାସୀଙ୍କ ନିମନ୍ତେ ଅନେକ କାର୍ଯ୍ୟ କରି ଯାଇଛନ୍ତି । ଜଣେ ସମାଜ ସଂସ୍କାରକ, ସତ୍ୟାନୁରାଗୀ ରାଜା ଭାବେ ସେ ଓଡ଼ିଶାର ଗର୍ବ ଓ ଗୌରବ ବୋଲି ଶ୍ରୀ ସେଠୀ ମତବ୍ୟକ୍ତ କରିଥିଲେ ।

ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ପ୍ରଦାନ କରି ରାଜା ମର୍ଦ୍ଦରାଜ ଦେଓଙ୍କୁ ଭାଷାଭିତ୍ତିକ ଓଡିଶା ପ୍ରଦେଶ ଗଠନର ଅନ୍ୟତମ ବିନ୍ଧାଣୀ, ସମଗ୍ର ଓଡ଼ିଆ ଜାତି ପାଇଁ ଚିରକାଳ ପ୍ରେରଣାର ଉତ୍ସ ହୋଇ ରହିବେ ବୋଲି ମତବ୍ୟକ୍ତ କରିଥିଲେ ।

ପ୍ରାରମ୍ଭରେ ଅତିଥିମାନେ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସଭାପରେ ପୂଜ୍ୟପୂଜା ସାହିତ୍ୟ ସଂସଦ, ଭୁବନେଶ୍ୱର ଆନୁକୂଲ୍ୟରେ ଗଞ୍ଜାମର ପ୍ରସିଦ୍ଧ ପାରମ୍ପରିକ ଲୋକ ନୃତ୍ୟ ଓ ସଂଗୀତ ପରିବେଷିତ ହୋଇଥିଲା । ପୂଜ୍ୟପୂଜା ସାହିତ୍ୟ ସଂସଦର ସଂପାଦକ ଶ୍ରୀ ମହେଶ୍ୱର ବରା ଧନ୍ୟବାଦ ଅର୍ପଣ କରିଥିଲେ। ସେଦିନ ଅପରାହ୍ନରେ ପୂଜ୍ୟପୂଜା ସାହିତ୍ୟ ସଂସଦ ପକ୍ଷରୁ ରାଜା ରାମଚନ୍ଦ୍ର ମର୍ଦ୍ଦରାଜଙ୍କ ଜୀବନୀ ଓ ଅବଦାନ ଉପରେ ଆଧାରିତ ଆଲୋଚନା ଚକ୍ର ଅନୁଷ୍ଠିତ
ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଜୟଦେବ ଭବନର ଉପ ନିର୍ଦେଶକ ଦିପ୍ତିମୟୀ ମହାପାତ୍ର, ସୂଚନା ଓ ଲୋକସଂପର୍କ ବିଭାଗର ବହୁ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ଛାତ୍ରଛାତ୍ରୀ, ଗଣମାଧ୍ୟମର ପ୍ରତିନିଧି ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ । ସାଗର ବେହେରା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

ବିଶ୍ବଭୂଷଣ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Latest News

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.