Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାର ସ୍ୱାସ୍ଥ୍ୟସେବା ଇତିହାସରେ ନୂଆ ଅଧ୍ୟାୟ ଯୋଡିହେଲା: ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

ଓଡ଼ିଶାର ସ୍ୱାସ୍ଥ୍ୟସେବା ଇତିହାସରେ ନୂଆ ଅଧ୍ୟାୟ ଯୋଡିହେଲା: ଧର୍ମେନ୍ଦ୍ର ପ୍ରଧାନ

January 14, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା କାର୍ଯ୍ୟକାରୀ ହେବା ଦ୍ୱାରା ରାଜ୍ୟରେ ସ୍ୱାସ୍ଥ୍ୟସେବା ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡିହେଲା ବୋଲି ସୋମବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଏ ସମ୍ପର୍କୀତ ଏମଓୟୁ ସ୍ୱାକ୍ଷର କାର୍ଯ୍ୟକ୍ରମରେ ଉପସ୍ଥିତ ରହିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନାର କାର୍ଯ୍ୟକାରୀ ପାଇଁ କେନ୍ଦ୍ର ସରକାରଙ୍କ ନ୍ୟାସନାଲ୍ ହେଲଥ ଅଥୋରିଟି ସହିତ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ଦେଇଥିବା ଆଉ ଏକ ପ୍ରତିଶ୍ରୁତି ପୂରଣ ହୋଇଛି। ଭାରତ ସରକାରଙ୍କ ଆୟୁଷ୍ମାନ ଭାରତ ପିଏମ ଜନ ଆରୋଗ୍ୟ ଯୋଜନା ଓ ଓଡ଼ିଶା ସରକାରଙ୍କ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ସମନ୍ୱିତ କ୍ରିୟାନ୍ୱୟନର ଶୁଭାରମ୍ଭ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଉଛି।

ଓଡ଼ିଶା ସମେତ ଦେଶର ନାଗରିକଙ୍କୁ ସହଜ, ସୁଲଭ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ଦିଗରେ ବିହିତ ପଦକ୍ଷେପ ନେଉଥିବାରୁ ପ୍ରଧାନମନ୍ତ୍ରୀ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛି। ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଏହି ସ୍ୱାସ୍ଥ୍ୟ ଯୋଜନା ଦ୍ୱାରା ଓଡ଼ିଶାର ପ୍ରାୟ ୧ କୋଟି ୩ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ଆୟୁଷ୍ମାନ ଭାରତ ଯୋଜନା ସହ ରାଜ୍ୟ ସରକାରଙ୍କ ନିଜସ୍ୱ ସ୍ୱାସ୍ଥ୍ୟ ଯୋଜନାର ଲାଭ ନେଇପାରିବେ। ଓଡ଼ିଶାର ୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକମାନେ ମଧ୍ୟ ଏହା ଦ୍ୱାରା ଉପକୃତ ହେବେ। ସ୍ୱାସ୍ଥ୍ୟ କ୍ଷେତ୍ରକୁ ଗୁରୁତ୍ୱ ଦେଇ ସୁସ୍ଥ ଓଡ଼ିଶା ଓ ସୁସ୍ଥ ସମାଜ ଗଠନ କରିବା ପାଇଁ ଆମ ସରକାର ବଦ୍ଧ ପରିକର।

ଶ୍ରୀ ପ୍ରଧାନ କହିଥିଲେ ଗ୍ରାମାଞ୍ଚଳରେ ଟେକ୍ନୋଲୋଜିର ଉପଯୋଗ କରି ସ୍ୱାସ୍ଥ୍ୟସେବାରେ ଉନ୍ନତି ଆଣିବା ପାଇଁ ହେବ । ପ୍ରଧାନମନ୍ତ୍ରୀ କଳ୍ପନାରେ ଡିଜିଟାଲ ଇଣ୍ଡିଆର ସ୍ୱପ୍ନ ସେବେ ପୂରଣ ହେବ, ଯେତେବେଳେ ଟେଲି ମେଡିସିନ ସେବା ବା ଟେକ୍ନୋଲୋଜି ମାଧ୍ୟମରେ ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆମେ ଉନ୍ନତି ଆଣିପାରିବା । ସେ ଆଶା ଦିଦିଙ୍କୁ ପ୍ରଶଂସା କରି କହିଥିଲେ ଯେ ଆଶା କର୍ମଚାରୀ ଓଡ଼ିଶାର ସ୍ୱାସ୍ଥ୍ୟ କ୍ଷେତ୍ରରେ ଜଣେ ମେରୁଦଣ୍ଡ । ଉତ୍ସର୍ଗୀକୃତ ଭାବେ ସେମାନେ ଗାଁ ଗାଁରେ ନିରାପଦ ମାତୃତ୍ୱ, ସ୍ୱାସ୍ଥ୍ୟସେବା ଓ କୋଭିଡ୍ ସମୟରେ ନିଜ ପରିଶ୍ରମର ଉଦାହରଣ ଦେଇଛନ୍ତି ।  ସେଥିମଧ୍ୟରୁ ମନ କୀ ବାତରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଶଂସିତ ହୋଇଥିବା ଯମୁନା ମଣିଙ୍କ ଉଦାହରଣ ରଖିଥିଲେ କେନ୍ଦ୍ରମନ୍ତ୍ରୀ ।

ଏହି ଅବସରରେ ଶ୍ରୀ ପ୍ରଧାନ ଓଡ଼ିଶାରେ ଏକ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ଏଜୁକେସନ୍ ଆଣ୍ଡ୍ ରିସର୍ଚ୍ଚ (ନାଇପର) ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ, ପରିବାର କଲ୍ୟାଣ, ରସାୟନ ଓ ସାର ମନ୍ତ୍ରୀ ଜେ.ପି ନଡାଙ୍କୁ ନିଜର ଅନୁରୋଧ ଦୋହରାଇଥିଲେ।

ଆୟୁଷ୍ମାନ ଭାରତ ଯୋଜନା ଓଡିଶା ଧର୍ମେନ୍ଦ୍ର ପ୍ରଧାନ ନରେନ୍ଦ୍ର ମୋଦୀ ବୁଝାମଣା ପତ୍ର ସ୍ୱାକ୍ଷରିତ ସ୍ୱାସ୍ଥ୍ୟସେବା
Share. Facebook Twitter LinkedIn Email WhatsApp Copy Link

Related Posts

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

May 20, 2026

ଜଳୁଛି ଓଡ଼ିଶା: ୪o ଡିଗ୍ରି ଉପରେ ଅନେକ ସହର

May 20, 2026

ଗିରିରୋଡ୍ ବର୍ବରତା : ଦୁଇ ଗିରଫ

May 20, 2026

ମେକାପ ସେବକଙ୍କ ବିରୋଧରେ ଆକ୍ସନ

May 20, 2026
Latest News

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

May 20, 2026

ଜଳୁଛି ଓଡ଼ିଶା: ୪o ଡିଗ୍ରି ଉପରେ ଅନେକ ସହର

May 20, 2026

ଗିରିରୋଡ୍ ବର୍ବରତା : ଦୁଇ ଗିରଫ

May 20, 2026

ମେକାପ ସେବକଙ୍କ ବିରୋଧରେ ଆକ୍ସନ

May 20, 2026

ଭଦ୍ରକ ଜିଲ୍ଲାରେ ଆସନ୍ତା ୩୧ ପର୍ଯ୍ୟନ୍ତ ଅଙ୍ଗନବାଡି ବନ୍ଦ

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.