Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାକୁମ୍ଭ ନଗରରେ ସରକାରଙ୍କ ସଫଳତା, ଯୋଜନା, ନୀତି ଓ ଜନକଲ୍ୟାଣ କାର୍ଯ୍ୟକ୍ରମ ସଂପର୍କରେ ପ୍ରଦର୍ଶନୀ
ଆଜିର ଖବର

ମହାକୁମ୍ଭ ନଗରରେ ସରକାରଙ୍କ ସଫଳତା, ଯୋଜନା, ନୀତି ଓ ଜନକଲ୍ୟାଣ କାର୍ଯ୍ୟକ୍ରମ ସଂପର୍କରେ ପ୍ରଦର୍ଶନୀ

January 18, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭର ତ୍ରିବେଣୀ ରୋଡ୍ ରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗ ପକ୍ଷରୁ ଏକ ପ୍ରଦର୍ଶନୀ ଆୟୋଜିତ ହୋଇଛି। ଏହି ପ୍ରଦର୍ଶନୀରେ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ଏକ ଡିଜିଟାଲ ପ୍ରଦର୍ଶନୀ ମଣ୍ଡପ ସ୍ଥାପନ କରିଛି। ଭାରତ ସରକାରଙ୍କ ସଫଳତା, ଯୋଜନା, ନୀତି ଓ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ସଂପର୍କରେ ସାଧାରଣ ଲୋକଙ୍କୁ ଅବଗତ କରିବା ପାଇଁ କରାଯାଇଛି ଏହି ଡିଜିଟାଲ ପ୍ରଦର୍ଶନୀ ମଣ୍ଡପ। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ, ପ୍ରଧାନମନ୍ତ୍ରୀ ଇଣ୍ଟର୍ନସିପ୍ ଯୋଜନା, କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଏବଂ ପ୍ରକାଶନ ବିଭାଗ ପକ୍ଷରୁ ମଧ୍ୟ ମଣ୍ଡପ କରାଯାଇଛି।

ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ଡିଜିଟାଲ ପ୍ରଦର୍ଶନୀରେ ଏନାମର୍ଫିକ କାନ୍ଥ, ଏଲଇଡି ଟିଭି ସ୍କ୍ରିନ, ଏଲଇଡି କାନ୍ଥ ଓ ହୋଲୋଗ୍ରାଫିକ ସିଲିଣ୍ଡର ଜରିଆରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ପ୍ରଦର୍ଶିତ ହୋଇଛି।

ଏହି ଡିଜିଟାଲ ପ୍ରଦର୍ଶନୀରେ ପ୍ରଧାନମନ୍ତ୍ରୀ ଇଣ୍ଟର୍ନସିପ୍ ଯୋଜନା, ବିଭିନ୍ନ କମ୍ପାନୀ ଓ କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ରାଷ୍ଟ୍ରାୟତ୍ତ ଉଦ୍ୟୋଗରେ କେମିତି ଛାତ୍ରଛାତ୍ରୀମାନେ ଏହି ଇଣ୍ଟର୍ନସିପ୍ ପାଇବେ, ସେ ସଂପର୍କରେ ସାଧାରଣ ଲୋକଙ୍କୁ ସୂଚନା ପ୍ରଦାନ କରାଯାଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ପ୍ରଦର୍ଶନୀରେ ପ୍ରଦର୍ଶିତ ହୋଇଛି ବନ୍ୟା, ଅଗ୍ନିକାଣ୍ଡ, ଭୂମିକମ୍ପ, ପ୍ରବଳ ଶୀତ, ଜଙ୍ଗଲୀ ନିଆଁ ପରି ପ୍ରାକୃତିକ ବିପର୍ଯ୍ୟୟ ଓ ମଣିଷକୃତ୍ୟ ବିପତ୍ତିକୁ ରୋକିବାକୁ କଣ ସବୁ ପଦକ୍ଷେପ ନିଆଯାଉଛି। ଡିଜିଟାଲ ମାଧ୍ୟମରେ ଏସବୁ ପ୍ରଦର୍ଶିତ ହୋଇଛି।

ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ପ୍ରକାଶନ ବିଭାଗର ଷ୍ଟଲରେ ସ୍ଥାନ ପାଇଛି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଲେଖା ଯାଇଥିବା ବହି ଓ ମହାପୁରୁଷଙ୍କ ଜୀବନୀ ଉପରେ ଲେଖା ଯାଇଥିବା ପୁସ୍ତକ।

କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟର ଷ୍ଟଲରେ ମିଳୁଛି ବିଭିନ୍ନ ପ୍ରକାର ମାଣ୍ଡିଆ ଜାତୀୟ ଖାଦ୍ୟ ସାମଗ୍ରୀ ଓ ପନିପରିବା ବିହନ।

ମହାକୁମ୍ଭକୁ ଆସୁଥିବା ହଜାର ହଜାର ଲୋକ ଏହି ସବୁ ଜିନିଷ ଓ ଅନ୍ୟ ଷ୍ଟଲ ବୁଲି ଦେଖୁଛନ୍ତି। ବିଭିନ୍ନ ପ୍ରକାର ଚିତ୍ର, ଫିଲ୍ମ ଜରିଆରେ ଲୋକଙ୍କୁ ଯେଉଁ ସୂଚନା ପ୍ରଦାନ କରାଯାଉଛି, ତାକୁ ସେମାନେ ପ୍ରଶଂସା କରୁଛନ୍ତି। ସେମାନେ କହୁଛନ୍ତି, ଏହି ଡିଜିଟାଲ ପ୍ରଦର୍ଶନୀ ବହୁତ ସୂଚନା ଦେଉଛି ଓ ଏହା ଶିକ୍ଷଣୀୟ ମଧ୍ୟ।

ମହାକୁମ୍ଭ ନଗର ତ୍ରିବେଣୀ ମାର୍ଗର ପ୍ରଦର୍ଶନୀ କଂପ୍ଲେକ୍ସ ରେ ଆୟୋଜିତ ହୋଇଥିବା ଏହି ପ୍ରଦର୍ଶନୀ ଲୋକେ ମାଗଣାରେ ଦେଖିପାରିବେ। ଏହା ୨୬ ଫେବ୍ରୁଆରି ୨୦୨୫ ଯାଏ ଖୋଲା ରହିବ।

କେନ୍ଦ୍ର ସରକାର ଡିଜିଟାଲ ପ୍ରଦର୍ଶନୀ ପ୍ରୟାଗରାଜ ମହାକୁମ୍ଭ ନଗର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026
Latest News

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.